ପରଲୋକରେ ହରପ୍ରସାଦ ପରିଛା ପଟନାୟକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ବିଶିଷ୍ଟ କବି, ସମାଲୋଚକ, ସମ୍ପାଦକ ତଥା ଶିକ୍ଷାବିତ୍‌ ଡ. ହରପ୍ରସାଦ ପରିଛା ପଟନାୟକଙ୍କ ବୁଧବାର ପରଲୋକ ଘଟିଛି। ଦେଢ଼ ମାସେ ତଳେ ତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଥିଲା। ଏହାପରେ ସେ ପାରାଲିସିସ୍‌ରେ ଆକ୍ରାନ୍ତ ହୋଇଥିବାବେଳେ ଶରୀରର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଧୀରେ ଧୀରେ ଅଚଳ ହୋଇପଡ଼ିଥିଲା। ସେବେଠାରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। କିଛିଦିନ ହେବ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିବାବେଳେ ବୁଧବାର ଅପରାହ୍ନ ୩ଟା ୪୫ରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କୁ ୬୯ ବର୍ଷ ହୋଇଥିଲା। ଡ. ପରିଛାଙ୍କ ମୃତ୍ୟୁରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ରାଜ୍ୟପାଳ କହିଛନ୍ତି, ଓଡ଼ିଆ ସାହିତ୍ୟରେ ହରପ୍ରସାଦ ନିଜର କୃତି ଓ କୀର୍ତ୍ତି ପାଇଁ ଚିର ଅମର ରହିବେ। ଏଥିସହ ରାଜ୍ୟପାଳ ଶୋକସନ୍ତପ୍ତ ପରିବାର ଓ ଆତ୍ମୀୟସ୍ବଜନଙ୍କୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବିଶିଷ୍ଟ ସାରସ୍ବତ ସାଧକ ହରପ୍ରସାଦ ପରିଛା ପଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାହିତି୍ୟକ, ଅନୁବାଦକ, ଶିକ୍ଷାବିତ ତଥା ସମ୍ପାଦକ ଭାବେ ବିଭିନ୍ନ କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।
‘ଏକା ଏକା ସନ୍ନ୍ୟାସୀ’, ‘ଅଥୟ ସୂର୍ଯ୍ୟ’, ‘ଜୀବନଜଂଘା’, ‘ଆୟୁଷ୍ମାନ ସମୟ’, ‘ସବୁ ଅନ୍ଧାର ଆଜି ରାତିରେ’, ‘ଅରଣ୍ୟରେ ଯେତେ ଦିନ’, ‘ନଷ୍ଟ ହୋଇଯିବାର ମୋହ’, ‘ମନେ ଅଛି ମନେ ନାହିଁ’ ଭଳି ଏକାଧିକ କବିତା ସଂକଳନର ସେ ରଚୟିତା ଥିଲେ। ଏହା ବ୍ୟତୀତ ଅନୁବାଦ, ଗବେଷଣା ଓ ସମ୍ପାଦନା କ୍ଷେତ୍ରରେ ତାଙ୍କର ଦକ୍ଷତା ରହିଥିଲା। ସେ ଇଂଲିଶ ଦୈନିକ ‘ସନ୍‌ଟାଇମସ୍‌’ ‘ପ୍ରୋବିଟାସ୍‌’ ଓ ‘ଭର୍ଟେକ୍ସ’ ସମେତ ଓଡ଼ିଆର ‘ଆବର୍ତ୍ତ’ ଇତ୍ୟାଦି ପତ୍ରିକାର ସମ୍ପାଦନା କରିଥିଲେ। ଗ୍ରୀକ୍‌ କବିତା ସହ ବିଶିଷ୍ଟ କବି, ଗାଳ୍ପିକଙ୍କ ଗଳ୍ପ ଓ କବିତାର ଚମତ୍କାର ଅନୁବାଦ କରିଥିଲେ। ‘ନଷ୍ଟ ହୋଇଯିବାର ମୋହ’ କବିତା ସଙ୍କଳନ ପାଇଁ ତାଙ୍କୁ ୨୦୧୨ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିସହିତ ଗଙ୍ଗାଧର ରଥ ଫାଉଣ୍ଡେଶନ, ସାରଳା ସାହିତ୍ୟ ସଂସଦ ଓ ଉତ୍କଳ ସାହିତ୍ୟ ସମାଜ ପରି ବହୁ ଅନୁଷ୍ଠାନ ଦ୍ୱାରା ନିଜ ସାରସ୍ବତ ସାଧନା ପାଇଁ ସେ ସମ୍ମାନିତ ହୋଇଥିଲେ।
୧୯୫୩ ଅକ୍ଟୋବର ୧୯ରେ ଜନ୍ମିତ ହରପ୍ରସାଦଙ୍କ ଘର ଗଞ୍ଜାମ ଜିଲା ଖଲ୍ଲିକୋଟ ବିକ୍ରମପୁର ଗ୍ରାମରେ। ରେଭେନ୍‌ଶାରୁ ଇଂଲିଶରେ ସ୍ନାତକୋତ୍ତର ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରୁ ପିଏଚ୍‌.ଡି ଲାଭ କରିଥିଲେ। ୧୯୭୫ରେ ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରୁ ସେ ଇଂଲିଶ ଭାଷା ସାହିତ୍ୟ ବିଭାଗରେ ଅଧ୍ୟାପକ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ। ପରେ ସେ ରାଜ୍ୟର ବିଭିନ୍ନ ସରକାରୀ ମହାବିଦ୍ୟାଳୟରେ ୩୦ବର୍ଷ ଧରି ଅଧ୍ୟାପନା କରିଥିଲେ। ସେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ, ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର ଏବଂ ରାଜ୍ୟ ପାଠ୍ୟପୁସ୍ତକ ପ୍ରଣୟନ ଓ ପ୍ରକାଶନ ସଂସ୍ଥାର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ। ୨୦୧୧ରେ ଚାକିରିରୁ ଅବସର ନେବା ପରେ ଦୈନିକ ଖବରକାଗଜ ‘ସର୍ବସାଧାରଣ’ର ସମ୍ପାଦକ ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ।
ମୃତ୍ୟୁଶଯ୍ୟା ନିକଟରେ ସ୍ତ୍ରୀ ଜ୍ୟୋତ୍ସ୍ନାମଞ୍ଜରୀ ପଟ୍ଟନାୟକ, ବଡ଼ପୁଅ ଶ୍ୱେତପଦ୍ମ, ସାନପୁଅ ଶ୍ୱେତସ୍ବପ୍ନ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ପୁଅ ମୁଖାଗ୍ନି ଦେଇଥିଲେ। ତାଙ୍କ ବିୟୋଗରେ ସାହିତ୍ୟ, ଶିକ୍ଷା ସମେତ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ଡ. ପରିଛାଙ୍କ ମୃତ୍ୟୁରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, କେନ୍ଦ୍ର ସାହିତ୍ୟ ଏକାଡେମୀ ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ଆବାହକ ପ୍ରଫେସର ବିଜୟାନନ୍ଦ ସିଂହ, ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷୀକେଶ ମଲ୍ଲିକ, ସମ୍ପାଦକ ପ୍ରବୋଧ ରାଉତ, ଓଡ଼ିଆ ଭାଷା ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ଡ. ପ୍ରସନ୍ନ କୁମାର ମହାନ୍ତିଙ୍କ ସମେତ ବହୁ ବ୍ୟକ୍ତିବିଶେଷ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri