ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ପରଲୋକ। ହୃଦ୍‌ଘାତରେ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ପରଲୋକ ଘଟିଛି। ଏନେଇ ତାଙ୍କ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା।
ରଜତ କର ୧୯୩୪ ମସିହା ଅକ୍ଟୋବର ୨ରେ କଟକ ଜିଲାରେ ଜନ୍ମଗ୍ରହଣ କରିଥିଲେ। ସେ ଜଣେ ଓଡ଼ିଆ ଶିକ୍ଷାବିତ୍‌, ନାଟ୍ୟକାର ଓ ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ଥିଲେ। ଦୀର୍ଘ ୬୦ ବର୍ଷ ଧରି ସେ ଟିଭି ଓ ରେଡିଓରେ ରଥଯାତ୍ରାର ଧାରା ବିବରଣୀ ପ୍ରଦାନ କରି ଓଡ଼ିଶାର ଘରେ ଘରେ ପରିଚିତ ହୋଇଥିଲେ। ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଜଣେ ସୁବକ୍ତା ଭାବେ ସେ ଖ୍ୟାତି ଅର୍ଜନ କରିଥିଲେ। ଜଗନ୍ନାଥ ଧର୍ମ ଓ ରୀତିନୀତିକୁ ନେଇ ସେ ଅନେକ ସାହିତ୍ୟ ରଚନା କରିଥିଲେ।
ରଜତ କରଙ୍କୁ ଅନେକ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ୨୦୦୯ରେ ତାଙ୍କୁ ରାମଚନ୍ଦ୍ର ମିଶ୍ର ନାଟକ ସମ୍ମାନ, ୨୦୧୧ରେ ଗୋଦାବରୀଶ ମିଶ୍ର ସମ୍ମାନ, ୨୦୧୭ରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଏବଂ ୨୦୨୧ରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ପୁରସ୍କୃତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri