ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ପରଲୋକ। ହୃଦ୍‌ଘାତରେ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ପରଲୋକ ଘଟିଛି। ଏନେଇ ତାଙ୍କ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା।
ରଜତ କର ୧୯୩୪ ମସିହା ଅକ୍ଟୋବର ୨ରେ କଟକ ଜିଲାରେ ଜନ୍ମଗ୍ରହଣ କରିଥିଲେ। ସେ ଜଣେ ଓଡ଼ିଆ ଶିକ୍ଷାବିତ୍‌, ନାଟ୍ୟକାର ଓ ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ଥିଲେ। ଦୀର୍ଘ ୬୦ ବର୍ଷ ଧରି ସେ ଟିଭି ଓ ରେଡିଓରେ ରଥଯାତ୍ରାର ଧାରା ବିବରଣୀ ପ୍ରଦାନ କରି ଓଡ଼ିଶାର ଘରେ ଘରେ ପରିଚିତ ହୋଇଥିଲେ। ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଜଣେ ସୁବକ୍ତା ଭାବେ ସେ ଖ୍ୟାତି ଅର୍ଜନ କରିଥିଲେ। ଜଗନ୍ନାଥ ଧର୍ମ ଓ ରୀତିନୀତିକୁ ନେଇ ସେ ଅନେକ ସାହିତ୍ୟ ରଚନା କରିଥିଲେ।
ରଜତ କରଙ୍କୁ ଅନେକ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ୨୦୦୯ରେ ତାଙ୍କୁ ରାମଚନ୍ଦ୍ର ମିଶ୍ର ନାଟକ ସମ୍ମାନ, ୨୦୧୧ରେ ଗୋଦାବରୀଶ ମିଶ୍ର ସମ୍ମାନ, ୨୦୧୭ରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଏବଂ ୨୦୨୧ରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ପୁରସ୍କୃତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri