ଡ୍ରେନେଜ, ପାନୀୟଜଳ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ

ଧାମନଗର, ୧୮।୫ (ସ୍ବ.ପ୍ର./ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ଏନ୍‌ଏସିର ପ୍ରଥମ ସାଧାରଣ ବୈଠକ ମଙ୍ଗଳବାର ଅଧ୍ୟକ୍ଷା ନିବେଦିତା ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ପ୍ରତିନିଧି ଶରତ ଚନ୍ଦ୍ର ମହାନ୍ତି, ଏନ୍‌ଏସି ଉପାଧ୍ୟକ୍ଷ ଓ୍ବାସିମ ଏଜଦାନୀ କାଦ୍ରୀ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଯତୀନ୍ଦ୍ର ମିଶ୍ରଙ୍କ ସହ କାଉନସିଲରମାନେ ଯୋଗ ଦେଇଥିଲେ। ନବନିର୍ବାଚିତ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏନଏସିର ବିଭିନ୍ନ ୱାର୍ଡରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଡ୍ରେନେଜ, ପାନୀୟଜଳ ଯୋଗାଣ, ରାସ୍ତା ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦିଆଯାଇଥିଲା।
ବିଭିନ୍ନ ୱାର୍ଡକୁ ବିଛା ଯାଇଥିବା ନିମ୍ନମାନର ପାଇପ୍‌ ବିଭିନ୍ନ ସ୍ଥାନରେ ଫାଟିଯାଇଛି। ଫଳରେ ପାନୀୟଜଳ ଯୋଗାଣ ବ୍ୟାହତ ହୋଇଛି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଚାଲିଥିବାରୁ ତୁରନ୍ତ ମରାମତି କରାଯାଇ ଲୋକଙ୍କୁ ପାଇପ୍‌ ପାଣି ଯୋଗାଇଦେବାକୁ ଦାବି ଉପସ୍ଥାପନ କରାଯାଇଥିଲା। ସେହିପରି ବିଭିନ୍ନ ୱାର୍ଡରେ ଲାଗିରହିଥିବା ଡ୍ରେନେଜ ସମସ୍ୟା ସମାଧାନ ଲାଗି ଆଲୋଚନା ହୋଇଥିଲା। ମନଇଚ୍ଛା ବିଦ୍ୟୁତ୍‌ କାଟ ରୋକିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। କାଉନସିଲରମାନେ ନିଜ ଓ୍ବାର୍ଡର ସମସ୍ୟା ସମ୍ପର୍କରେ ଅବଗତ କରିବା ପରେ ପଦକ୍ଷେପ ନିଆଯିବ ବୋଲି ଅଧ୍ୟକ୍ଷା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri