ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା କମିଟି
ଚେୟାରମ୍ୟାନ ଉମାଶଙ୍କର ବେହେରା ଅଧ୍ୟକ୍ଷତା କରି ଗୁଣାତ୍ମକ ଶିକ୍ଷାର ବିକାଶ କିଭଳି ହୋଇପାରିବ ସେନେଇ କହିଥିଲେ। ଏଥିସହ ଚଳିତବର୍ଷ ପରୀକ୍ଷା ଫଳ ଶତପ୍ରତିଶତ କିଭଳି ହେବ ସେଥିପ୍ରତି ଦୃଷ୍ଟି ଦେବାପାଇଁ ଉପଜିଲାପାଳ ପରାମର୍ଶ ଦେଇଥିଲେ।

ଚଳିତବର୍ଷ ଯୁକ୍ତ ୨ ଖୋଲିବା ପ୍ରକ୍ରିୟା ଚାଲିଛି। ତେଣୁ ଏଥିପାଇଁ ଆବଶ୍ୟକ ଶ୍ରେଣୀଗୃହ ଗୁଡିକ ମଧ୍ୟ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବା ପାଇଁ ଉପଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ବିଦ୍ୟାଳୟ ପ୍ରିନ୍ସିପାଲ ପ୍ରଦୀପ କାମାନୁ ବିଦ୍ୟାଳୟର ଆବଶ୍ୟକତା ଏବଂ ଅନ୍ୟାନ୍ୟ ବିଷୟ ଉପରେ କହିଥିଲେ। ପରିଚାଳନା କମିଟି ସଦସ୍ୟ ତଥା କେଏସୟୁବି କଲେଜ ଅଧକ୍ଷ ରାଜେନ୍ଦ୍ର କୁମାର ଦାଶ, ବରିଷ୍ଠ ଶିକ୍ଷାବିତ୍‌ ଅଧ୍ୟାପକ ଡ. ସୁଶାନ୍ତ କୁମାର ମଲ୍ଲିକ, ପୂର୍ତ୍ତ ବିଭାଗ ଯନ୍ତ୍ରୀ ଗୋପାଳ ଚନ୍ଦ୍ର ବେହେରା, ଶିକ୍ଷକ ପ୍ରତିନିଧି ଜ୍ୟୋତିପ୍ରକାଶ ସାହୁ, ଶିକ୍ଷୟିତ୍ରୀ କୃଷ୍ଣମୟୀ ପରିଡା, ଅଭିଭାବକ ସଦସ୍ୟ ରବିନାରାୟଣ ଦାଶ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଜେନା ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଜନଗଣନାରେ ଓବିସିଙ୍କୁ ଅଣଦେଖା ଅଭିଯୋଗ:ଦାବିପତ୍ର ପ୍ରଦାନ

ବରଗଡ଼,୧୪ା୫(ପ୍ରେମାନନ୍ଦ ଖମାରୀ):ଚଳିତ ଜନଗଣନାରେ ପଛୁଆବର୍ଗ (ଓବିସି)ଙ୍କୁ ଅଣଦେଖା କରାଯାଇଛି ବୋଲି ଅଭିଯୋଗ ହୋଇଛି। ଜନଗଣନାରେ ଉଦ୍ଦିଷ୍ଟ ୧୨ ନମ୍ବର ପ୍ରଶ୍ନରେ ଓବିସି କଲମ ଯୋଡିବା ପାଇଁ ଓଡିଶା…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri