‘କର୍ମଚାରୀ କଲ୍ୟାଣମୂଳକ କାର୍ଯ୍ୟକୁ ଗୁରୁତ୍ୱାରୋପ’

ଭୁବନେଶ୍ୱର,୨୯ା୩: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ)ର ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ପରିଷଦର ୧୧ତମ ତ୍ରୈବାର୍ଷିକ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପରିଷଦର ସଭାପତି ସୌରଭରଞ୍ଜନ ଦାସଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା। ସେହିଭଳି ସଂଘର ମୁଖ୍ୟ ପରାମର୍ଶଦାତା ତଥା ଅନୁସୂଚିତ ଜାତି ଓ ଜନଜାତି ପରିଷଦର ପୂର୍ବତନ ସାଧାରଣ ସମ୍ପାଦକ ବଂଶୀଧର ସେଠୀ ଅତିଥି ପରିଚୟ ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲାବେଳେ ସଂଘର ସାଧାରଣ ସମ୍ପାଦକ ଜିତେନ୍ଦ୍ର ନାୟକ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ଏହି ଅବସରରେ ଏସ୍‌ବିଆଇ ଭୁବନେଶ୍ବର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଙ୍ଗଠନର ଅନ୍ତର୍ନିହିତ ଶକ୍ତି ବିଷୟରେ ବିସ୍ତୃତ ଆଲୋକପାତ କରିଥିଲେ। ଏପରିକି ସେ ବ୍ୟାଙ୍କ ଦ୍ୱାରା ସମସ୍ତ କର୍ମଚାରୀଙ୍କ ସର୍ବାଙ୍ଗୀନ କଲ୍ୟାଣମୂଳକ କାର୍ଯ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷକରି ଉନ୍ନତ ଗ୍ରାହକ ସଂଯୋଗ ଦ୍ୱାରା ଓଡ଼ିଶାରେ ଷ୍ଟେଟ ବ୍ୟାଙ୍କକୁ ସଫଳତାର ନୂଆ ଶୀର୍ଷକୁ ପହଞ୍ଚାଇବା ପାଇଁ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମଣ୍ଡଳ ବିକାଶ ଅଧିକାରୀ ମନୋଜ କୁମାର ସିଂ, ନେଟ୍‌ୱର୍କ-୧ର ମହାପ୍ରବନ୍ଧକ ପୋନ୍ନମବଲମ ମୁରୁଗାନ, ଭୁବନେଶ୍ବର ଜୋନ୍‌ର ଉପ ମହାପ୍ରବନ୍ଧକ ସଞ୍ଜୟ କୁମାର ଝା ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଦେଶର ୮ ରାଜ୍ୟର ସାଧାରଣ ସମ୍ପାଦକ ଓ ସଭାପତିଙ୍କ ସମେତ ଅନ୍ୟମାନେ ମଧ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri