ସଚେତନତା ଉପରେ ଗୁରୁତ୍ୱାରୋପ

ଯାଜପୁର ଅଫିସ,୧୨ା୩: ଜିଲା ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓସୱାନ ସମ୍ମିଳନୀ କକ୍ଷଠାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରୌଦ୍ରତାପ, ଅଂଶୁଘାତ, ଜଳ ଓ ବିଜୁଳି କଷ୍ଟ ନିବାରଣ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜନଗହଳିପୂର୍ଣ୍ଣ ସ୍ଥାନ ଓ କାର୍ଯ୍ୟାଳୟଗୁଡ଼ିକରେ ଅଶୁଘାତ ସଚେତନତା ସମ୍ପର୍କିତ ବ୍ୟାନର, ହୋର୍ଡିଂ, ପୋଷ୍ଟର ଆଦି ଲଗାଯିବା, ସାମାଜିକ ଗଣମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଦାନ କରିବା, ଲୋକମାନେ ପ୍ରଚଣ୍ଡ ଖରାରେ ଅତି ଆବଶ୍ୟକ ନ ହେଲେ ବାହାରକୁ ନ ବାହାରିବା, ବାହାରକୁ ବାହାରୁଥିଲେ ପାଣି ବୋତଲ, ଛତା, ଜୋତା, କଳା ଚଷମା ଇତ୍ୟାଦି ବ୍ୟବହାର କରିବା ସମ୍ପର୍କରେ ସଚେତନ କରାଇବାକୁ ପରାମର୍ଶ ଦିଆଯାଇଛି। ଜଳଛତ୍ରଗୁଡ଼ିକରେ ରଖାଯାଇଥିବା ପାଣିକୁ ବିଶୁଦ୍ଧ ଭାବେ ରଖିବା, ଜନଗହଳିପୂର୍ଣ୍ଣ ସ୍ଥାନରେ ଟ୍ୟାଙ୍କ ମାଧ୍ୟମରେ ପାନୀୟ ଜଳ ରଖିବାକୁ କୁହାଯାଇଛି।
ଏହି ବୈଠକରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଅକ୍ଷୟ କୁମାର ମଲ୍ଲିକ, ସିଡିଏମ୍‌ଓ ଡା. ବିରଞ୍ଚି ନାରାୟଣ ବାରିକ, ଏଡିଏମ୍‌ଓ ଡା. ସୁଧାଂଶୁ ଶେଖର ବଳ, ମୁଖ୍ୟ କୃଷି ଅଧିକାରୀ ଅଜୟ କୁମାର ସେନାପତି, ଜିଲା ଜରୁରୀ ଅଧିକାରୀ ଉମେଶ ଲେଙ୍କା ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଜିଲା ଜରୁରୀ ବିଭାଗର ହେଲ୍‌ପ ଲାଇନ ନମ୍ବର ୧୦୭୭ ଓ ୦୬୭୨୮୨୨୨୬୪୮କୁ ଉପଯୋଗ କରିବା ସହ ଅନ୍ୟ ଜରୁରୀ ସେବା ଯୋଗାଉଥିବା ବିଭାଗ ତୁରନ୍ତ ନିୟନ୍ତ୍ରଣ କକ୍ଷ ନମ୍ବର ସାର୍ବଜନୀନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପ୍ରତ୍ୟେକ ବ୍ୟକ୍ତି ବିଶେଷକରି ନିଜ ଘରର ଛାତ ବା ଖୋଲା ସ୍ଥାନରେ ପକ୍ଷୀ ଓ ପଶୁଙ୍କ ପାଇଁ ଜଳପୂର୍ଣ୍ଣ ପାତ୍ର ରଖିବାକୁ ଅନୁରୋଧ କରାଯାଇଛି। ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ ପାନୀୟ ଜଳର ଉତ୍ସଗୁଡ଼ିକୁ ମରାମତି କରିବା ସହ ଯେମିତି ଜଳ ସମସ୍ୟା ନ ରହିବ ସେଥିପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି। ଶିଳ୍ପ ସଂସ୍ଥାଗୁଡ଼ିକ ଏହି ସମୟରେ ବିଭିନ୍ନ ସ୍ଥାନରେ ଜଳ ଯୋଗାଣ ଓ ପାନୀୟ ଜଳ ସେବା କେନ୍ଦ୍ର ଖୋଲିବା ପାଇଁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?