ଜୋର ଧରିଲା ଉନ୍ନତ ସ୍ବାସ୍ଥ୍ୟସେବା, ସ୍ବାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ଦାବି: ୨୮ରେ ବିଧାନସଭା ଆଗରେ ଧାରଣା

ବାଲେଶ୍ୱର ଅଫିସ,୨୧।୧୧: ବାଲେଶ୍ୱର ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଏବଂ ମେଡିକାଲ କଲେଜ ସମେତ ସମସ୍ତ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକୀୟ ବିଶେଷଜ୍ଞ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ଦାବି ଜୋର ଧରିଛି। ଏନେଇ ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତା ୨୫ତାରିଖରୁ ଜିଲାବ୍ୟାପୀ ସଚେତନତା ଯାତ୍ରା ଅନୁଷ୍ଠିତ ହେବ। ଅନ୍ୟପଟେ ନଭେମ୍ବର ୨୮ରେ ବିଧାନସଭା ସମ୍ମୁଖରେ ଗଣଧାରଣା ଦିଆଯିବ ବୋଲି ରବିବାର ବସିଥିବା ଏକ ବୈଠକରେ ନିଷ୍ପତ୍ତି ନିଆଯାଇଛି।
ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟିର ମଠସାହି ଶାଖା ପକ୍ଷରୁ ଏହି ବୈଠକ ଆୟୋଜିତ ହୋଇଥିଲା। ଜିଲା କମିଟିର କର୍ମକର୍ତ୍ତାମାନେ ବୈଠକରେ ଯୋଗଦେଇ ଆସନ୍ତା ୨୫ତାରିଖ ଅପରାହ୍ନ ୩ଟାରେ ବ୍ୟାସକବିଙ୍କ ଜନ୍ମପୀଠ ଶାନ୍ତିକାନନ ପରିସରରୁ ଏକ ଅଭିଯାତ୍ରୀ ଦଳ ଜିଲାବାସୀଙ୍କ ସ୍ବାସ୍ଥ୍ୟସେବା ସମ୍ପର୍କିତ ଦାବିପତ୍ର ସହ ଜିଲା ପରିକ୍ରମା କରି ଜନସାଧାରଣଙ୍କୁ ସେମାନଙ୍କ ଅଧିକାର ଓ ଦାବି ସମ୍ପର୍କରେ ସଚେତନ କରାଇବେ। ସେହିପରି ଆସନ୍ତା ୨୮ତାରିଖରେ ବିଧାନସଭା ସମ୍ମୁଖରେ ଶତାଧିକ ଜିଲାବାସୀ ଗଣଧାରଣାରେ ବସିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri