ଦ୍ୱିପାକ୍ଷିକ ସହଭାଗିତାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ-ଜାପାନ ଆସୋସିଏସନର ଅଧ୍ୟକ୍ଷ ୟୋସିହିଦେ ସୁଗାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ୪ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଉକ୍ତ ଗସ୍ତରେ ଆସିଥିବା ଜାପାନ ଏମ୍‌ପିଙ୍କ ଏକ ପ୍ରତିନିଧି ଦଳ ‘ଗଣେଶ’ ଗ୍ରୁପ୍‌କୁ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚ୍ୟାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି) ପକ୍ଷରୁ ସ୍ବାଗତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମିଳନୀକୁ ସମ୍ବୋଧନକରି ଫିକି ସଭାପତି ଶୁଭ୍ରକାନ୍ତ ପଣ୍ଡା ଉଭୟ ଦେଶର ଦ୍ୱିପାକ୍ଷିକ ସମ୍ପର୍କ ଓ ନୀତିଗତ ସହଭାଗିତାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏପରିକି ଜାପାନ ତା’ର ବୈଷୟିକ ବିଦ୍ୟା ଓ ଗୁଣାମତ୍କ ଉପତ୍ାଦ ପାଇଁ ପରିଚିତ ଥିବାବେଳେ ଭାରତ ଦ୍ରୁତଗତିରେ ଅଗ୍ରଗତି କରୁଥିବା ଏକ ବୃହତ୍‌ ଅର୍ଥନୀତି ରାଷ୍ଟ୍ର ହୋଇଥିବାରୁ ଉଭୟ ଦେଶ ମଧ୍ୟରେ ଥିବା ବ୍ୟବସାୟିକ ସମ୍ଭାବନା ଉପରେ ପଣ୍ଡା ବିସ୍ତୃତ ଆଲୋକପାତ କରିଥିଲେ। ସେହିପରି ୟୋସିହିଦେ ସୁଗା ଭାରତ-ଜାପାନର ମିଳିତ ନୀତିଗତ ଆବଶ୍ୟକତା ସହିତ ବିଶ୍ୱ ସମୁଦାୟର ଉନ୍ନତି ପାଇଁ କାର୍ଯ୍ୟ କରିବା ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଉକ୍ତ ସମ୍ମିଳନୀରେ ଫିକି ଇଣ୍ଡିଆ-ଜାପାନ ଏମ୍‌ପିଙ୍କ ପ୍ରତିନିଧି ଫୋରମର ଅଧ୍ୟକ୍ଷ ଏମ୍‌ପି ସୁଶୀଲ କୁମାର ମୋଦିଙ୍କ ସମେତ ଓଡ଼ିଶାର ଏମ୍‌ପି ସୁଜିତ କୁମାର ଏବଂ ଫୋରମ୍‌ର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

‘ମୁଁ ମୃତ୍ୟୁକୁ ଭୟ କରେ ନାହିଁ; ମୁଁ ଏହି ବର୍ଷ ଫେରିବି’ – ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବୟାନକୁ ନେଇ ବାଂଲାଦେଶ ରାଜନୀତିରେ ହଇଚଇ

ଢାକା,୨୯।୬: ୨୦୨୪ ମସିହାରେ କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ଭାରତରେ ରହୁଥିବା ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଏହି…

ଜର୍ମାନୀ ଜଙ୍ଗଲରେ ଲାଗିଲା ନିଆଁ, ତାପମାତ୍ରା ସର୍ବକାଳୀନ ରେକର୍ଡ

ବର୍ଲିନ,୨୯ା୬(ଏପି): ସମଗ୍ର ୟୁରୋପ ମହାଦେଶ ବର୍ତ୍ତମାନ ଭୟଙ୍କର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସନ୍ତୁଳିତ ହେଉଛି। ପ୍ରବଳ ଗରମ ଯୋଗୁ ଗତ ବୁଧବାର, ଗୁରୁବାର, ଶୁକ୍ରବାର କେବଳ ଫ୍ରାନ୍ସରେ…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ଆମେରିକା-ଇରାନ ଆଲୋଚନା ପୁଣିଥରେ ଟ୍ରାକରେ; ଶୀଘ୍ର ଖୋଲିବ ହର୍ମୁଜ ପ୍ରଣାଳୀ; କାତାରରେ ଉଭୟ ରାଷ୍ଟ୍ର ଏଥିରେ ସହମତ

ତେହରାନ,୨୯।୬: ଆମେରିକା ଏବଂ ଇରାନ ଆଲୋଚନା ପଥରେ ଫେରିଛନ୍ତି। ଏକ ଶାନ୍ତି ଚୁକ୍ତିନାମା ପରେ, ଦୁଇ ରାଷ୍ଟ୍ର ପରସ୍ପର ଉପରେ ଆକ୍ରମଣ ଆରମ୍ଭ କରିଥିଲେ; ତଥାପି, କାତାରରେ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri