ବ୍ୟବସାୟିକ ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧।୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଓଆଇର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରଜନୀଶ କର୍ନାଟକ ସମ୍ମାନିତ ଅତିଥି ଭାବେ ଯୋଗଦେବା ସହ ୟୁନିଟ୍‌ର ବିଭିନ୍ନ ଦିଗ ଓ ବ୍ୟାଙ୍କର କାରବାର ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଏପରିକି କର୍ନାଟକ ଭୁବନେଶ୍ୱରର ଜୟଦେବ ବିହାରସ୍ଥିତ ବିଓଆଇର ଷ୍ଟାର ହାଉସ୍‌କୁ ପରିଦର୍ଶନ କରିବା ସହ ନ୍ୟାଶନାଲ ବ୍ୟାଙ୍କିଙ୍ଗ୍‌ ଗ୍ରୁପ୍‌(ଏନ୍‌ବିଜି) ଓଡ଼ିଶା ଏବଂ ବିଓଆଇ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର କର୍ମଚାରୀମାନଙ୍କୁ ସମ୍ବୋଧନ କରି ରାଜ୍ୟ ଏବଂ ବ୍ୟାଙ୍କରେ ବ୍ୟବସାୟିକ ବିକାଶ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଏନ୍‌ବିଜି ଓଡ଼ିଶାର ମହାପ୍ରବନ୍ଧକ ବିକାଶ କ୍ରିଷ୍ଣା, ଏନ୍‌ବିଜି ଓଡ଼ିଶାର ଉପ-ମହାପ୍ରବନ୍ଧକ ରବୀନ୍ଦ୍ରନାଥ ସରକାର, ବିଓଆଇ ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ଏସ୍‌. ମଳୟ ଦାସ, ବାରିପଦା ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ରମେଶ ଚନ୍ଦ୍ର ଦାସ, କେନ୍ଦୁଝର ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ହିମାନ୍ଦ୍ରି ଶେଖର ଦାସ ଏବଂ ସମ୍ବଲପୁର ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ଶ୍ରୀଜିତ୍‌ ଶଙ୍କର ବେହେରାଙ୍କ ସମେତ ସମସ୍ତ ୪ଟି ଅଞ୍ଚଳର ଉପ-ଆଞ୍ଚଳିକ ମୁଖ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ଅଫିସର୍ସ ଆସୋସିଏସନ ଏବଂ ଏମ୍ପ୍ଲୟିଜ୍‌ ୟୁନିୟନ କର୍ନାଟକଙ୍କୁ ସ୍ବାଗତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri