ବ୍ୟବସାୟ ସମ୍ପ୍ରସାରଣକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧୦।୪: ଅନ୍ତଃରାଷ୍ଟ୍ରୀୟ ଉତ୍ପାଦନକାରୀ ସଂସ୍ଥା ଏନ୍‌ଜିକେ ସ୍ପାର୍କ ପ୍ଲଗ୍‌ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ବର୍ତ୍ତମାନ ନିଟେରା ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ଭାବେ ପରିଚିତ ହେବ। ଏପରି କି କମ୍ପାନୀର ନାମ ପରିବର୍ତ୍ତନ ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ନୂଆଦିଲ୍ଲୀଠାରେ ଆୟୋଜିତ ବିଶେଷ ସମାରୋହ ଉତ୍ସବରେ ବ୍ରାଣ୍ଡ୍‌ର ନାମ ପରିବର୍ତ୍ତନ ସମ୍ପର୍କରେ ଘୋଷଣା କରାଯାଇଥିଲ। ବିଶେଷ କରି କମ୍ପାନୀ ଦୀର୍ଘ ବର୍ଷ ଧରି ସ୍ପାର୍କ, ପ୍ଲଗ୍‌ସ, ସେନ୍‌ସର୍ସ ଏବଂ ଅନ୍ୟାନ୍ୟ ଅଟୋମୋଟିଭ ଉତ୍ପାଦଗୁଡ଼ିକ ନିର୍ମାଣ କରୁଛି। ଏପରି କି କମ୍ପାନୀ ଉଭୟ ଉତ୍ପାଦନ ଓ ବିକ୍ରେତା ଭାବେ ସାରା ଦୁନିଆରେ ବେଶ୍‌ ଲୋକପ୍ରିୟ ହୋଇପାରିଛି।
ଏ ସମ୍ପର୍କରେ ନିଟେରା ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ମାମୁରୁ ମୁଶାଶା କହିଛନ୍ତି, କମ୍ପାନୀର ନାମ ପରିବର୍ତ୍ତନ ହୋଇଥିଲେ ସୁଦ୍ଧା ଉତ୍ପାଦନ ଓ ଉତ୍ପାଦର ଗୁଣ କମିବ ନାହିଁ। ଏପରି କି ପୂର୍ବଭଳି ଗୁଣାତ୍ମକ ମାନର ଉତ୍ପାଦ ସାଙ୍ଗକୁ ଗ୍ରାହକ ଚାହିଦାକୁ ଅଗ୍ରାଧିକାର ଦେବ। ସେହିଭଳି ଆଗାମୀ ଦିନରେ ବ୍ୟବସାୟର ସମ୍ପ୍ରସାରଣକୁ ସର୍ବାଧିକ ଗୁରୁତ୍ୱାରୋପ ଦିଆଯିବ ବୋଲି ସେ ମତପ୍ରକାଶ କରିଛନ୍ତି। ସେହିପରି ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ଏସ୍‌ଭିପି ସୁଦୀପ୍ତୋ ସାନ୍ୟାଲ କହିଛନ୍ତି, କମ୍ପାନୀ ନାମ ପରିବର୍ତ୍ତନ ହୋଇଥିଲେ ମଧ୍ୟ ପୂର୍ବପରି ସେବା ଓ ସୁବିଧା ସାଙ୍ଗକୁ ବିକାଶ ଦିଗରେ ବ୍ୟାପକ ପଦକ୍ଷେପ ଓ ଆବଶ୍ୟକ କାର୍ଯ୍ୟ ହାତକୁ ନିଆଯିବ। ବ୍ୟବସାୟର ଅଭିବୃଦ୍ଧି ପାଇଁ ବିଭିନ୍ନ ସ୍ତରରେ ରଣନୀତିକ ପଦକ୍ଷେପମାନ ଗ୍ରହଣ କରାଯିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri