ଦାବି ଫଇସଲା ପ୍ରକ୍ରିୟାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୮।୬: ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପକ୍ଷରୁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାରେ ପ୍ରଭାବିତ ପରିବାର ପାଇଁ ଦାବି ଫଇସଲା ପ୍ରକ୍ରିୟାକୁ କୋହଳ କରାଯିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ରେଳ ଦୁର୍ଘଟଣାରେ ପ୍ରଭାବିତ ପରିବାର ସହିତ କମ୍ପାନୀ ଠିଆ ହୋଇଛି। ଫଳରେ ଏହି ଦୁଃଖଦ ଘଟଣାରେ ପ୍ରଭାବିତ ଲୋକଙ୍କୁ ଆର୍ଥିକ ରିଲିଫ୍‌ ପ୍ରଦାନ କରାଯିବା ଲାଗି କମ୍ପାନୀ ପକ୍ଷରୁ ବୀମା ଦାବି ଫଇସଲାକୁ ତ୍ୱରାନ୍ବିତ କରାଯିବ। ବିଶେଷକରି ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା (ପିଏମ୍‌ଜେଜେବିୱାଇ) ଅଧୀନରେ ସାମିଲ ଥିବା ଲୋକଙ୍କ ସମେତ ମୃତ୍ୟୁ ଓ ସ୍ବାସ୍ଥ୍ୟ ବୀମା ଦାବିର ପ୍ରକ୍ରିୟାକରଣକୁ ମାତ୍ର ୩ଟି ମୌଳିକ କାଗଜପତ୍ର ଆଧାରରେ କରାଯିବ। ଉଲ୍ଲେଖଯୋଗ୍ୟ, ଦାବି ଫଇସଲା ପାଇଁ ବ୍ୟାଙ୍କ ଖାତା ବିବରଣୀ, ମ୍ୟୁନିସିପାଲିଟି କର୍ତ୍ତୃପକ୍ଷଙ୍କଠାରୁ ମୃତ୍ୟୁ ସାର୍ଟିଫିକେଟ୍‌ ଅଥବା ହସ୍ପିଟାଲ, ସରକାରୀ ଅଧିକାରୀ କିମ୍ବା ପୋଲିସ ପକ୍ଷରୁ ଜାରି କରାଯାଇଥିବା ମୃତ ଯାତ୍ରୀଙ୍କ ତାଲିକା ଏବଂ ହିତାଧିକାରୀ ନୋମିନିଙ୍କ ବୈଧ ଠିକଣା ପ୍ରମାଣପତ୍ରର ନକଲ ଦାବି ସମ୍ପର୍କିତ ଅନୁସନ୍ଧାନରେ ସହାୟତା ପାଇଁ କମ୍ପାନୀ ପକ୍ଷରୁ ଏକ ଉତ୍ସର୍ଗୀକୃତ ୨୪ ଘଣ୍ଟିଆ ହେଲ୍‌ପଲାଇନ ନମ୍ବର (୧-୮୬୦-୨୬୬-୭୭୬୬) ସ୍ଥାପନ କରାଯାଇଛି। ଏ ସମ୍ପର୍କରେ ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ବରିଷ୍ଠ କାର୍ଯ୍ୟନିର୍ବାହୀ ଉପସଭାପତି-ଗ୍ରାହକ ସେବା ଓ ପରିଚାଳନା ଅମିଶ ବାଙ୍କର କହିଛନ୍ତି, ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜୀବନ ପ୍ରତି ଆମେ ଗଭୀର ସମବେଦନା ଜ୍ଞାପନ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri