ସବୁ ପକ୍ଷ ସହ ସମନ୍ବୟ ରକ୍ଷାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୨।୨: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ବୁଧବାର ରେଲଓ୍ବେର ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ପାରାଦୀପ ଗସ୍ତରେ ଯାଇ କଟକ-ପାରାଦୀପ ଏବଂ ପାରାଦୀପ-ହରିଦାସପୁର ରେଳମାର୍ଗ ନିରୀକ୍ଷଣ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ଓ ତାଙ୍କ ଟିମ୍‌ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମୀକ୍ଷା କରିଥିବାବେଳେ ଟ୍ରାଫିକ ସୁବିଧା ସହ ବିନା କୌଣସି ପ୍ରତିବନ୍ଧକରେ ଟ୍ରେନ ଚଳାଚଳ ଏବଂ ରେଳପଥର ବିଭିନ୍ନ ବିକାଶମୂଳକ କାର୍ଯ୍ୟକଳାପ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରିଥିଲେ। ଏପରିକି ଶର୍ମା ମଧ୍ୟ ପାରାଦୀପ ଅଞ୍ଚଳରେ ରେଳପଥର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ସେହିଭଳି ଉକ୍ତ ସମୀକ୍ଷା ଓ ନିରୀକ୍ଷଣ କାର୍ଯ୍ୟକ୍ରମରେ ସେ ସବୁ ପକ୍ଷଙ୍କ ସହ ଉପଯୁକ୍ତ ସମନ୍ବୟ ରକ୍ଷାକରି କାର୍ଯ୍ୟ କରିବାକୁ ବେଶ୍‌ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଖୋର୍ଦ୍ଧା ରୋଡ୍‌ ରେଳ ମଣ୍ଡଳର ମଣ୍ଡଳ ରେଳପଥ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସହ ରେଳପଥର ଅନ୍ୟ ପ୍ରମୁଖ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ଶର୍ମା ରେଳପଥର ପଣ୍ୟ ଲୋଡିଂ ଓ ଅନ୍‌ଲୋଡିଂ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରେଳ ସାଇଡିଂ ପରିଦର୍ଶନ କରିଥିଲେ। ସେହିପରି ଦେଶର ରାଜସ୍ବ ବୃଦ୍ଧି ପାଇଁ ପାରାଦୀପ ପୋର୍ଟ ପ୍ରାଧିକରଣ ଏବଂ ଅନ୍ୟାନ୍ୟ ଷ୍ଟେକ୍‌ ହୋଲ୍‌ଡର ଓ ଉଦ୍ୟୋଗଗୁଡିକ ସହ ଘନିଷ୍ଠ ସମନ୍ବୟ ରକ୍ଷା କରିବାକୁ ଶର୍ମା ରେଳ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହା ସିଧାସଳଖ ଦେଶ ପାଇଁ ଲାଭଦାୟକ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?