ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ କରାଯାଇ ପାରିଛି । ରାଜ୍ୟ ସରକାରଙ୍କ ଦ୍ୱାରା ନୂତନ ଭାବେ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ ଦ୍ୱାରା ପିଲାମାନେ ନିଜ ଭିତରେ ରହିଥିବା ପ୍ରତିଭାର ବିକାଶ କରିବାରେ ଉପଯୁକ୍ତ ପ୍ଲାଟଫର୍ମ ପାଇପାରିଛନ୍ତି। ଏଭଳି ନିଆରା କାର୍ଯ୍ୟକ୍ରମ ଏକ ସ୍ବାଗତ ଯୋଗ୍ୟ ପଦକ୍ଷେପ ବୋଲି ବରଗଡ଼ ଜିଲା ଭଟଲିସ୍ଥିତ ଶାନ୍ତି ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ନବପଲ୍ଲବ ପାଳନରେ ମତ ପ୍ରକାଶ ପାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଥିବାବେଳେ ପୂର୍ବତନ ବରଗଡ଼ ଏମ୍‌ପି ଡଃ ପ୍ରଭାସ ସିଂ, ବିଡିଓ ପ୍ରମୋଦ ଚନ୍ଦ୍ର ମେହେର, ଭଟଲି ସରପଞ୍ଚ ପ୍ରମୋଦିନି ପ୍ରଧାନ, ନାଟ୍ୟକାର ନକୁଳ ବାଦୀ, ନାଟ୍ୟ ନିର୍ଦ୍ଦେଶକ ସନ୍ତୋଷ ପଣ୍ଡା ଏବଂ ପରିଚାଳନା କମିଟି ସଭାପତି ଋଷଭ ମେହେର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ସେହିପରି ଭଟଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଦ୍ୟାଳୟର ସାମୁହିକ ଉନ୍ନତି ବିଷୟରେ ପୁଙ୍ଖାନୁପୁଙ୍ଖ ବର୍ଣ୍ଣନା କରିଥିଲେ। ଏହି ଅବସରରେ ଅତିଥିମାନଙ୍କ ଦ୍ୱାରା ପ୍ରଥମ ସମାପ୍ତି ସୂଚକ ଆକଳନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରଥମ, ଦ୍ୱିତୀୟ ଓ ତୃତୀୟସ୍ଥାନ ଅଧିକାର କରିଥିବା ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି ସମସ୍ତ ଅତିଥିମାନଙ୍କୁ ବିଦ୍ୟାଳୟ ପକ୍ଷରୁ ସ୍ମୃତିଫଳକ ଅର୍ପଣ କରି ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିବାବେଳେ ବ୍ଲକର ଶିକ୍ଷକମାନଙ୍କ ଦ୍ୱାରା ପରିବେଷିତ ସମ୍ବଲପୁରୀ ନାଟକ ଫେକାରୀ ପ୍ରଦର୍ଶିତ ହୋଇଥିଲା। ନାଟ୍ୟକାର ନକୁଳ ବାଦୀଙ୍କ ରଚିତ ଏବଂ ସନ୍ତୋଷ ପଣ୍ଡାଙ୍କ ନିର୍ଦ୍ଦେଶିତ ଏହି ନାଟକରେ ବିରେନ୍ଦ୍ର ସାହୁ, ସୁଚିତ୍ରା ମିର୍ଦ୍ଧା, କୈଳାଶ ଚନ୍ଦ୍ର ଦାଶ, ସୁଶାନ୍ତ ସା, ସଞ୍ଜୀବ କୁମାର ଷଡ଼ଙ୍ଗୀ, କୁଳମଣି ଭୋଇ, ହେମକାନ୍ତି ସାହୁ ଏବଂ ଆଦିକ ଆର୍ଯ୍ୟନ ଷଡ଼ଙ୍ଗୀ ପ୍ରମୁଖ କଳାକାର ଅଭିନୟ କରିଥିଲେ। ବିଦ୍ୟାଳୟର ଶିକ୍ଷୟିତ୍ରୀ ରିତାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ସମେତ ପରିଚାଳନା କମିଟି ସଦସ୍ୟ ଏବଂ ଅଭିଭାବକ ସକ୍ରିୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri