ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ କରାଯାଇ ପାରିଛି । ରାଜ୍ୟ ସରକାରଙ୍କ ଦ୍ୱାରା ନୂତନ ଭାବେ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ ଦ୍ୱାରା ପିଲାମାନେ ନିଜ ଭିତରେ ରହିଥିବା ପ୍ରତିଭାର ବିକାଶ କରିବାରେ ଉପଯୁକ୍ତ ପ୍ଲାଟଫର୍ମ ପାଇପାରିଛନ୍ତି। ଏଭଳି ନିଆରା କାର୍ଯ୍ୟକ୍ରମ ଏକ ସ୍ବାଗତ ଯୋଗ୍ୟ ପଦକ୍ଷେପ ବୋଲି ବରଗଡ଼ ଜିଲା ଭଟଲିସ୍ଥିତ ଶାନ୍ତି ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ନବପଲ୍ଲବ ପାଳନରେ ମତ ପ୍ରକାଶ ପାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଥିବାବେଳେ ପୂର୍ବତନ ବରଗଡ଼ ଏମ୍‌ପି ଡଃ ପ୍ରଭାସ ସିଂ, ବିଡିଓ ପ୍ରମୋଦ ଚନ୍ଦ୍ର ମେହେର, ଭଟଲି ସରପଞ୍ଚ ପ୍ରମୋଦିନି ପ୍ରଧାନ, ନାଟ୍ୟକାର ନକୁଳ ବାଦୀ, ନାଟ୍ୟ ନିର୍ଦ୍ଦେଶକ ସନ୍ତୋଷ ପଣ୍ଡା ଏବଂ ପରିଚାଳନା କମିଟି ସଭାପତି ଋଷଭ ମେହେର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ସେହିପରି ଭଟଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଦ୍ୟାଳୟର ସାମୁହିକ ଉନ୍ନତି ବିଷୟରେ ପୁଙ୍ଖାନୁପୁଙ୍ଖ ବର୍ଣ୍ଣନା କରିଥିଲେ। ଏହି ଅବସରରେ ଅତିଥିମାନଙ୍କ ଦ୍ୱାରା ପ୍ରଥମ ସମାପ୍ତି ସୂଚକ ଆକଳନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରଥମ, ଦ୍ୱିତୀୟ ଓ ତୃତୀୟସ୍ଥାନ ଅଧିକାର କରିଥିବା ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି ସମସ୍ତ ଅତିଥିମାନଙ୍କୁ ବିଦ୍ୟାଳୟ ପକ୍ଷରୁ ସ୍ମୃତିଫଳକ ଅର୍ପଣ କରି ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିବାବେଳେ ବ୍ଲକର ଶିକ୍ଷକମାନଙ୍କ ଦ୍ୱାରା ପରିବେଷିତ ସମ୍ବଲପୁରୀ ନାଟକ ଫେକାରୀ ପ୍ରଦର୍ଶିତ ହୋଇଥିଲା। ନାଟ୍ୟକାର ନକୁଳ ବାଦୀଙ୍କ ରଚିତ ଏବଂ ସନ୍ତୋଷ ପଣ୍ଡାଙ୍କ ନିର୍ଦ୍ଦେଶିତ ଏହି ନାଟକରେ ବିରେନ୍ଦ୍ର ସାହୁ, ସୁଚିତ୍ରା ମିର୍ଦ୍ଧା, କୈଳାଶ ଚନ୍ଦ୍ର ଦାଶ, ସୁଶାନ୍ତ ସା, ସଞ୍ଜୀବ କୁମାର ଷଡ଼ଙ୍ଗୀ, କୁଳମଣି ଭୋଇ, ହେମକାନ୍ତି ସାହୁ ଏବଂ ଆଦିକ ଆର୍ଯ୍ୟନ ଷଡ଼ଙ୍ଗୀ ପ୍ରମୁଖ କଳାକାର ଅଭିନୟ କରିଥିଲେ। ବିଦ୍ୟାଳୟର ଶିକ୍ଷୟିତ୍ରୀ ରିତାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ସମେତ ପରିଚାଳନା କମିଟି ସଦସ୍ୟ ଏବଂ ଅଭିଭାବକ ସକ୍ରିୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?