ଡୋର୍‌-ଟୁ-ଡୋର୍‌ ଅଳିଆ ସଂଗ୍ରହ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୯।୫ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ଏକ ସ୍ବଚ୍ଛ ଓ ସୁନ୍ଦର ସହର କରି ଗଢି ତୋଳିବା ସହ ୧ନଂ ସ୍ମାର୍ଟସିଟିରେ ପରିଣତ କରିବା ପାଇଁ ବିଏମ୍‌ସି ଚେଷ୍ଟା ଜାରି ରଖିଛି। ଏଥିପାଇଁ ବିଭିନ୍ନ ଯୋଜନା ହାତକୁ ନେବା ସହିତ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଉଛି। ବିଶେଷକରି ସ୍ବଚ୍ଛ ସର୍ବେକ୍ଷଣ ପ୍ରତିଯୋଗିତାକୁ ଲକ୍ଷ୍ୟ ରଖି ସହରର ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ଷେତ୍ରରେ ଡୋର୍‌-ଟୁ-ଡୋର ଅଳିଆ ସଂଗ୍ରହକୁ ଆହୁରି ବ୍ୟାପକ କରିବା ପାଇଁ ବିଏମ୍‌ସି ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରୁଛି। ପ୍ରତ୍ୟେକ ଦିନ ବିଏମ୍‌ସିର ସଫେଇ ଗାଡ଼ି ଘର ଘର ବୁଲି ଅଳିଆ ସଂଗ୍ରହ କରୁଥିଲେ ବି ତାହା ଶତ ପ୍ରତିଶତ ସଫଳ ହୋଇ ପାରିନାହିଁ। ତେଣୁ ଏହାକୁ କିଭଳି ଶତ ପ୍ରତିଶତ କାର୍ଯ୍ୟକାରୀ କରାଯିବ ଏବଂ ବାହାରେ କେଉଁଠାରେ ଅଳିଆ ପଡିବ ନାହିଁ ସେ ନେଇ କମିଶନର ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି।
ସୋମବାର ବିଏମ୍‌ସି ମୁଖ୍ୟାଳୟରେ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଏମ୍‌ସିରେ ନିୟୋଜିତ ସ୍ବଚ୍ଛ ସୁପରଭାଇଜର ଓ ଏନ୍‌ଜିଓଗୁଡ଼ିକ ସମୀକ୍ଷା କରାଯାଇଥିଲା। ସହରବାସୀ ଓଦା ଓ ଶୁଖିଲା ଅଳିଆ ପୃଥକ କରି ନିୟମିତ ଭାବେ ସଫେଇ ଗାଡ଼ିରେ ଦେଲେ ହିଁ ବାହାରେ ଅଳିଆ ପଡିବା ବନ୍ଦ ହୋଇ ପାରିବ। ତେବେ ଏଥିପାଇଁ କିଭଳି ଲୋକଙ୍କୁ ସଚେତନ କରାଯିବ ବା କେଉଁ ପଦ୍ଧତିରେ ଯୋଜନାର ସଫଳ ରୂପାୟନ ହୋଇ ପାରିବ ସେ ନେଇ ସ୍ବଚ୍ଛ ସୁପରଭାଇଜର, ଏନ୍‌ଜିଓ, ସାନିଟାରୀ ଇନ୍ସପେକ୍ଟର, ସାନିଟେଶନ୍‌ ଏକ୍ସପର୍ଟ, ଓ୍ବାର୍ଡ ଅଫିସର ସମସ୍ତେ ଟିମ୍‌ ଭାବେ କାମ କରି ଯଥାଶୀଘ୍ର ନିଜର ଷ୍ଟ୍ରାଟେଜି ରିପୋର୍ଟ ପ୍ରଦାନ କରିବେ। ଷ୍ଟ୍ରାଟେଜି ଅନୁଯାୟୀ ତାହାକୁ କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ଦିଆଯାଇଛି। ବୈଠକରେ ଅତିରିକ୍ତ କମିଶନର (ପରିମଳ) ଶୁଭେନ୍ଦୁ ସାହୁ, ଡେପୁଟି କମିଶନର ମନୋରଞ୍ଜନ ସାହୁ, ଆସିଷ୍ଟାଣ୍ଟ କମିଶନର ମୃତ୍ୟୁଞ୍ଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri