ପାନୀୟ ଜଳ ସମସ୍ୟା ଉପରେ ଗୁରୁତ୍ୱ

ନାଉଗାଁ,୩୦ା୪(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ ସମିତି ୩ୟ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମିତି ସମ୍ବିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଧାୟକ ପ୍ରଶାନ୍ତ ମୁଦୁଲି ଯୋଗଦେଇ କହିଥିଲେ,ସମସ୍ତ ଜନପ୍ରତିନିଧି ହେଉଛନ୍ତି ନାଉଗାଁ ପଞ୍ଚାୟତ ସମିତିର ପରିବାର ବୋଲି କହିଥିଲେ। ବୈଠକରେ ଘୋଡାଂଶ ପଞ୍ଚାୟତ ସଭ୍ୟ ତରୁଣକାନ୍ତ ବାରିକ, ଜାମୁଗାଁ ସରପଞ୍ଚ ଶୁଭ୍ରସ୍ମୃତି ପରିଡା, ଗଳଦାରୀ ସରପଞ୍ଚ ଦିଲୀପ ନାୟକ, ଡାବର ସଭ୍ୟ ସୁବଳ ବେହେରା ପ୍ରମୁଖ ଯୋଗଦେଇ ପାନୀୟ ଜଳ ସମସ୍ୟା ଉପରେ ଆଲୋକପାତ କରିଥିଲେ। ବିଭିନ୍ନ ପଞ୍ଚାୟତରେ ପାନୀୟ ଜଳ ପାଇଁ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ବୈଠକ ଡାକିବାକୁ ବିଡିଓ ରଶ୍ମିରେଖା ମଲ୍ଲିକଙ୍କୁ ବିଧାୟକ ପରାମର୍ଶ ଦେଇଥିଲେ।
ସେହିପରି ସମନ୍ବିତ ଶିଶୁ ବିକାଶ ମଧ୍ୟରେ ପ୍ରଦାନ କରାଯାଉଥିବା ଖାଦ୍ୟର ମାନପରୀକ୍ଷା, ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ନିଯୁକ୍ତି, ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକଙ୍କ ଅଭାବ ପୂରଣ, ବିଦ୍ୟାଳୟର ଭିତ୍ତି ଭୂମି ସଜାଡିବା ସହ ଆବଶ୍ୟକୀୟ ସରଞ୍ଜାମ ଯୋଗାଇ ଦେବାକୁ ସରପଞ୍ଚ ପ୍ରାଚୀ ସାଗରିକା ଜେନା ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ନାଉଗଁା ବ୍ଲକର ନାମକୁ ବିଭିନ୍ନ ସରକାରୀ ପୋର୍ଟାଲ, ମ୍ୟାପ ଓ ନକ୍ସା ଆଦିରେ ନୂଆଗାଁ ଲେଖା ହୋଇଛି। ଏହାକୁ ସଂଶୋଧନ କରିବା ପାଇଁ ଅଧ୍ୟକ୍ଷା ତୃଷ୍ନା ଲେଙ୍କାଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କିଛି କର୍ମଚାରୀ ରାତିରେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ନିଶା ସେବନ କରି ରୋଗୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ଘୋଡାଂଶ ପଞ୍ଚାୟତ ସରପଞ୍ଚ ନିହାର ରଞ୍ଜନ ବସ୍ତିଆ ଓ ସଭ୍ୟ ତରୁଣକାନ୍ତ ବାରିକ କହିଥିଲେ। ସମ୍ପୃକ୍ତ କର୍ମଚାରୀଙ୍କ ନାମରେ ଥାନାରେ ଲିଖିତ ଅଭିଯୋଗ କରିବାକୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କୁ ବିଧାୟକ ନିର୍ଦ୍ଦେଶ ଦେଇଥିଲେ। ବର୍ଷା ଦିନେ ଚାଷ ଜମିରୁ ଜଳ ନିଷ୍କାସନ ପାଇଁ ଜାମୁଗଁା ଓ ଘୋଡାଂଶ ପଞ୍ଚାୟତର ଘୋଡେଶ୍ୱର ଠାରେ ଏକ କଲଭର୍ଟ ନିର୍ମାଣ କରିବାକୁ ସ୍ଥାନୀୟ ପଞ୍ଚାୟତ ସଭ୍ୟ ତରୁଣ କାନ୍ତ ବାରିକ ଦାବି କରିଥିଲେ। ସେହିପରି ନନ୍ଦିଗ୍ରାମରୁ ଡାବରକୁ ଏକ ରାସ୍ତା ନିର୍ମାଣ କରିବା ସହ ଦେଓପଡା -ଡାବରକୁ ଡ୍ରେନେଜ ବ୍ୟବସ୍ଥା କରିବା ପାଇଁ ସୁବଳ ବେହେରା ଦାବି କରିଥିଲେ। ଏହି ଅବସରରେ ସମିତି ସଭ୍ୟା ସୁଶ୍ରୀ ଶ୍ରାବଣୀ ରାୟ ନାଉଗାଁରୁ ଅଲଣା ପଞ୍ଚାୟତ ମଧ୍ୟରେ ଥିବା ଜୋରକୁ ସଫେଇ କରିବା କରିବାକୁ ଦାବି କରିଥିଲେ। ଏଥିସହ ଗତ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ ବୀମା କେବେ ମିଳିବ ବୋଲି ପ୍ରଶ୍ନ କରିଥିଲେ। ବିଭିନ୍ନ ପଞ୍ଚାୟତରେ ଥିବା ସମସ୍ୟା ସମ୍ପର୍କରେ ଜନପ୍ରତିନିଧିଙ୍କ ସହ ଆଲୋଚନା କରି ଯଥାଶୀଘ୍ର ପଦକ୍ଷେପ ନେବାକୁ ବିଧାୟକ ମୁଦୁଲି ପ୍ରଶାସନିକ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଅଧ୍ୟକ୍ଷା ଲେଙ୍କାଙ୍କ ପୌରୋହିତ୍ୟ ଆୟୋଜିତ ବୈଠକରେ ଉପାଧ୍ୟକ୍ଷ ସୁଜିତ ପୁହାଣ,ଜିଲା ପରିଷଦ ସଭ୍ୟା ଅମିତା ସ୍ବାଇଁ, ଏମ୍‌ପିଙ୍କ ପ୍ରତିନିଧି ଅଜୟ ମହାନ୍ତି, ଏବିଡିଓ ଦେବେନ୍ଦ୍ର ପ୍ରଧାନ, ଜିପିଓ ଦିନେଶ ରାୟଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri