ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ

ଲାଠୋର,୨୯ା୭ (ଡି.ଏନ.ଏ.)
ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍‌)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ ଜିଲା ପରିଷଦ ସଭ୍ୟ ବିପ୍ର ବିଶିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଖପ୍ରାଖୋଲ ଏମଓଆଇସି ଡା. ସୂରଜ କୁମାର ଦୀପ, ଡାକ୍ତର ରାଜ୍ୟଶ୍ରୀ ସାହୁ, ଏମ୍‌ପି ଆରକେଏସ ନୋମିନି କାଶୀନାଥ ମେହେର, ଜିଲା ପରିଷଦ ନୋମିନି ସୁଶାନ୍ତ ବେହେରା, ଘନଶ୍ୟାମ ସରାପ, ସରପଞ୍ଚ ପ୍ରବୀଣ ଅଗ୍ରୱାଲ, କମିଟି ସଭ୍ୟ ଘାସିରାମ ଅଗ୍ରୱାଲ, ଶଙ୍କରଲାଲ ଅଗ୍ରୱାଲ, ବିମଳ ଅଗ୍ରୱାଲ, ଶେଷଦେବ ଭଇଁଷାଲ, ପଦ୍ମନାଭ ନାଏକ, ସତ୍ୟନାରାୟଣ ମେହେର ପ୍ରମୁଖ ଉପସ୍ଥିତ ଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ଏମବିବିଏସ ଡାକ୍ତର ପଦବୀ ଖାଲି ପଡିବା ସହ ଅନ୍ୟାନ୍ୟ ସମସ୍ୟା ଲାଗି ରହିଛି। ଏହାର ପ୍ରତିବାଦରେ ଗତ ଜୁଲାଇ ୧୭ତାରିଖରେ ଲାଠୋର ଡେଭଲପମେଣ୍ଟ ଆସୋସିଶସନ(ଏଲଡିଏ)ର ସଦସ୍ୟମାନେ ହସ୍ପିଟାଲର ସମସ୍ୟା ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ, ଚିଫ ସେକ୍ରେଟାରୀ, ଜିଲାପାଳ ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀକୁ ଅବଗତ କରିଥିଲେ। ଏହି କ୍ରମରେ ସୋମବାର ଆରକେଏସ ବୈଠକ ବସିଥିଲା। ବୈଠକରେ ଏମବିବିଏସ ଡାକ୍ତର ଏବଂ ଷ୍ଟାଫ୍‌ନର୍ସ ନିଯୁକ୍ତି, ଅସ୍ଥାୟୀ ଝାଡୁଦାରଙ୍କ ଦରମା ବୃଦ୍ଧି, ହସ୍ପିଟାଲ ଜମିର ଡିମାରକେଶନ କରିବା ଉପରେ ଆଲୋଚନା ହୋଇଥିଲା। ମଙ୍ଗଳବାର ଏହି ସବୁ ସମସ୍ୟା ଉପରେ ଆଲୋଚନା କରିବା ପାଇଁ ଏଲଡିଏର ଏକ ପ୍ରତିନିଧି ଦଳ ପାଟଣାଗଡ ବିଧାୟକ ସରୋଜ ମେହେର, ଜିଲାପାଳ ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ସାକ୍ଷାତ କରି ସମସ୍ୟା ଉପରେ ଆଲୋଚନା କରାଯିବ ବୋଲି ସଂଗଠନର ଲବ ସୁନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?