‘ମାନବ ସମ୍ବଳ ପରିଚାଳନାକୁ ଗୁରୁତ୍ୱାରୋପ’

ଭୁବନେଶ୍ୱର,୧୯।୧: ଦେଶର ପ୍ରମୁଖ ଶିଳ୍ପ ସଂଘ ଦ ଆସୋସିଏଟେଡ୍‌ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଅଫ୍‌ ଇଣ୍ଡିଆ (ଆସୋଚାମ) ପକ୍ଷରୁ ଏକ ଦିନିକିଆ ଏଚ୍‌ଆର୍‌ (ମାନବ ସମ୍ବଳ) ଲିଡରଶିପ୍‌ କନ୍‌କ୍ଲେଭ୍‌ ଆଣ୍ଡ ଆୱାର୍ଡ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ବୁଧବାର ସ୍ଥାନୀୟ ୟୁନିଟ୍‌-୩ ସ୍ଥିତ ଏକ ହୋଟେଲ ପରିସରରେ ଆୟୋଜିତ ଆଓ୍ବାର୍ଡ କାର୍ଯ୍ୟକ୍ରମ ଆସୋଚାମର ପ୍ରମୁଖ ସଦସ୍ୟ ଏବଂ ଏମ୍‌ଜିଏମ୍‌ ମିନେରାଲ୍ସର ଅଧ୍ୟକ୍ଷ ପଙ୍କଜ ଲୋଚନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, ଷ୍ଟାର୍ଟ ଅଫ୍‌ ଓଡ଼ିଶାର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଡ. ଓଁକାର ରାୟ, ବେଦାନ୍ତ ଲିମିଟେଡ୍‌ ସଭାପତି (ଓଡ଼ିଶା, ଛତିଶଗଡ଼) ତପନ କୁମାର ଚାନ୍ଦ, ଆଇଆଇଏମ୍‌ ସମ୍ବଲପୁରର ନିର୍ଦ୍ଦେଶକ ପ୍ରଫେସର ମହାଦେଓ ଜୈସୱାଲ, ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ର ଗ୍ରୁପ୍‌ ହେଡ୍‌ ସିଏସ୍‌ଆର୍‌ ଏଜୁକେସନ୍‌ ସଷ୍ଟେନେବିଲିଟି ପ୍ରଶାନ୍ତ ହୋତା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କର୍ମଶାଳା (କନ୍‌କ୍ଲେଭ)ର ଉଦ୍‌ଘାଟନ କରିଥିଲେ। ଏପରିକି ଉକ୍ତ କାର୍ଯ୍ୟକ୍ରମରେ ଅତିଥିମାନେ ମାନବ ସମ୍ବଳ ପରିଚାଳନା କ୍ଷେତ୍ରରେ ବର୍ତ୍ତମାନ ଏବଂ ଭବିଷ୍ୟତର ବିଭିନ୍ନ ଦିଗ ଉପରେ ଗୁରୁତ୍ୱାରୋପ କରିଥିଲେ। ସେହିଭଳି ବର୍ତ୍ତମାନର ପରିବର୍ତ୍ତିତ ସମୟରେ ବାଣିଜ୍ୟଗୁଡ଼ିକ ସାମ୍ନାରେ ଆସୁଥିବା ବିଭିନ୍ନ ଚ୍ୟାଲେଞ୍ଚକୁ ସାମ୍ନା କରିବା, ପ୍ରକୃତ ସମ୍ଭାବନାକୁ ଉପଯୋଗ କରିବା ଲାଗି ଆବଶ୍ୟକ କୌଶଳ ବିକଶିତ କରିବା ଦିଗରେ ଶିଳ୍ପ ଅଂଶୀଦାରଙ୍କ ଏକ ପ୍ଲାଟ୍‌ଫର୍ମ ଯୋଗାଣ ଲକ୍ଷ୍ୟରେ ଏଭଳି କର୍ମଶାଳା ବେଶ୍‌ ସହାୟକ ହେବ ବୋଲି କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ମତ ପ୍ରକାଶ କରିଥିଲେ। ସେହିପରି ଶିଳ୍ପ କ୍ଷେତ୍ରରେ ଏଚ୍‌ଆର୍‌ (ମାନବ ସମ୍ବଳ)ର ପରିବର୍ତ୍ତିତ ଧାରା, ଶିଳ୍ପ ଲାଗି ଶ୍ରମଶକ୍ତି, ଶ୍ରମଶକ୍ତି ପରିଚାଳନା, ଡିଜିଟାଲୀକରଣ ଏବଂ ବାଣିଜ୍ୟ କ୍ଷେତ୍ରରେ ଏ ସବୁର ପ୍ରଭାବ, ପରିଚାଳନା ଦକ୍ଷତା, ନୂଆ କୌଶଳ, ପରିବର୍ତ୍ତିତ ଧାରା ସହ ତାଳ ଦେଇ ଉଚ୍ଚ ଅଭିବୃଦ୍ଧି ବଜାୟ ରଖିବା ଭଳି ଗୁରୁତ୍ୱପୂର୍ଣ୍ଣ ଦିଗଗୁଡ଼ିକ ଉପରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ। ଅପରପକ୍ଷରେ ବାଣିଜ୍ୟ କ୍ଷେତ୍ରରେ ମାନବ ସମ୍ବଳର ନିବେଶ ବଢ଼ାଇବାକୁ ମଧ୍ୟ ଅତିଥିମାନେ ବେଶ୍‌ ଗୁରୁତ୍ୱ ଦେଇଥିଲେ। ମାନବ ସମ୍ବଳ ପରିଚାଳନା କ୍ଷେତ୍ରରେ ଉକ୍ତ କର୍ମଶାଳା ବିଶେଷ ସହାୟକ ହେବ ବୋଲି ଅତିଥିମାନେ ଆଶା ପ୍ରକଟ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ଜଣାଶୁଣା ସଂସ୍ଥାର ଏଚ୍‌ଆର୍‌ କ୍ଷେତ୍ରରେ ବିଶେଷ ଯୋଗଦାନ ରଖିଥିବା ବ୍ୟକ୍ତିବିଶେଷଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ଆସୋଚାମ ଓଡ଼ିଶା ଶାଖାର ନୋଡାଲ ଅଫିସର ପ୍ରଦୀପ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri