ଶାରଳା, ଗୋରେଖନାଥ ମନ୍ଦିର ଉନ୍ନତୀକରଣ ଉପରେ ଗୁରୁତ୍ୱ

ଜଗତ୍‌ସିଂହପୁର, ୧ା୭(ପ୍ରମୋଦ କୁମାର ନାୟକ): ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତର ଅନ୍ତିମ ଦିନରେ ସେ ଜଗତ୍‌ସିଂହପୁର ପୌରପାଳିକା ସମେତ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ି ବ୍ଲକର ବିଭିନ୍ନ ସ୍ଥାନ ଗସ୍ତ କରି ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ରୋଗୀଙ୍କ ସୁବିଧା, ଅସୁବିଧା ସମ୍ପର୍କରେ ବୁଝିଥିଲେ। ତା’ପରେ ଆମ ହସ୍ପିଟାଲ ଯୋଜନାରେ ନିର୍ମାଣାଧୀନ ଚିକିତ୍ସାଳୟ କାର୍ଯ୍ୟ ଡିସେମ୍ବର ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଆନ୍ତଃ ବିଭାଗ, ବହିଃ ବିଭାଗରେ ଉପଲବ୍ଧ ସୁବିଧା, ଚିକିତ୍ସାଳୟ ପରିସରରେ ନିର୍ମାଣାଧୀନ ମାତୃ ଓ ଶିଶୁ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ସମସ୍ତ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ପାଣ୍ଡିଆନ ତିର୍ତ୍ତୋଲ ବ୍ଲକ କନକପୁରସ୍ଥିତ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ମନ୍ଦିର ପରିଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ସେଠାରେ ମନ୍ଦିର ସେବାୟତ, ପୁରୋହିତ, ଜନସାଧାରଣଙ୍କ ସହ ମନ୍ଦିର ସମନ୍ବିତ ବିକାଶ ଓ ପାରିପାର୍ଶ୍ୱିକ କାର୍ଯ୍ୟର ଉନ୍ନତୀକରଣ ଉପରେ ଆଲୋଚନା କରିଥିଲେ । ସହଜ ଟ୍ରାଫିକ ବ୍ୟବସ୍ଥା ନିମନ୍ତେ ମା’ ଶାରଳାଙ୍କ ମନ୍ଦିରକୁ ଏକ ବିକଳ୍ପ ନୂଆ ରାସ୍ତା ନିର୍ମାଣ ସମ୍ପର୍କରେ ବିଚାର କରିବାକୁ କହିଥିଲେ । କେବଳ ଏତିକି ନୁହେଁ, ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଜମି ଅଧିଗ୍ରହଣ ଉପରେ ଅଗ୍ରାଧିକାର ଦେଇଥିଲେ। ଏହାପରେ ରଘୁନାଥପୁର ବ୍ଲକ ଅନ୍ତର୍ଗତ ଛପଡ଼ା ଓ ଗୋରେଖନାଥ ପୀଠ ପରିଦର୍ଶନ କରି ପୂଜାର୍ଚ୍ଚନା ସାରି ଏହାର ବିକାଶ, ସୌନ୍ଦର୍ଯ୍ୟକରଣ ଓ ତୀର୍ଥଯାତ୍ରୀଙ୍କ ସୁବ୍ୟବସ୍ଥା ଉପରେ ସେବାୟତ, ପୁରୋହିତ, ନିର୍ବାହୀ ଅଧିକାରୀ ଓ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ । ପରେ ଏହି ବ୍ଲକ ଜଇପୁରସ୍ଥିତ ବୟନ ଗ୍ରାମ ପରିଦର୍ଶନ କରି ମହିଳା ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ହସ୍ତତନ୍ତ ସାମଗ୍ରୀ ଦେଖିଥିଲେ। ଏନେଇ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ବୟନ ଗ୍ରାମ ପାଇଁ ବୈଷୟିକ ଜ୍ଞାନକୌଶଳ, କାର୍ଯ୍ୟଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ ବିକାଶ ଓ ପରିଭ୍ରମଣ ନିମନ୍ତେ ଏକ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ବୟନ ଗ୍ରାମକୁ ସିସି ରୋଡ୍‌ ନିର୍ମାଣ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ଜଇପୁରଠାରେ ମହାନଦୀ ଉପରେ ନିର୍ମାଣାଧୀନ ଜଇପୁର-କଟିକଟା ପୋଲ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଶେଷରେ ବିରିଡ଼ି ବ୍ଲକ ଅନ୍ତର୍ଗତ ପଞ୍ଚସଖା ଧ୍ୟାନକୁଦ ପୀଠ ପରିଦର୍ଶନ କରି ସେଠାରେ ମହାପ୍ରଭୁ ଜଗନ୍ନାଥଙ୍କ ପୂଜାର୍ଚ୍ଚନା କରିଥିଲେ। ଏହି ପୀଠର ପାରିପାର୍ଶ୍ୱିକ ବିକାଶ ପାଇଁ ପାଣ୍ଡିଆନ ସେବାୟତ, ପୁରୋହିତ ଓ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ। ଏହାବାଦ୍‌ ଧ୍ୟାନକୁଦ ପୀଠରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ଅଭିଯୋଗର ଶୁଣାଣି କରି ଏହାର ଆଶୁ ସମାଧାନ ନିମନ୍ତେ ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟରେ ଜିଲାପାଳ ପାରୁଳ ପଟଓ୍ବାରି ଓ ଅନ୍ୟ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri