‘ମେଳା ଜରିଆରେ କର୍ମଯୋଗାଣକୁ ଗୁରୁତ୍ୱ’

ଭୁବନେଶ୍ୱର,୨୮।୧୧: ରାଜ୍ୟ ପ୍ରମୁଖ ହସ୍ତତନ୍ତ ସଂସ୍ଥା ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ସ୍ବତନ୍ତ୍ର ହସ୍ତତନ୍ତ ମେଳାର ଆୟୋଜନ କରାଯାଇଛି। ବିଶେଷକରି ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ ସମ୍ବଲପୁରୀ ବସ୍ତ୍ରାଳୟ ହ୍ୟାଣ୍ଡଲୁମ୍‌ କୋ-ଅପରେଟିଭ ସୋସାଇଟି ଲିମିଟେଡ୍‌ର ମିଳିତ ସହଯୋଗରେ ସ୍ଥାନୀୟ ଏକାମ୍ର ହାଟ ପରିସରରେ ‘ସ୍ବତନ୍ତ୍ର ହସ୍ତତନ୍ତ ମେଳା-୨୦୨୨’ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୟନଶିଳ୍ପ ନିର୍ଦ୍ଦେଶକ ଶୋଭନ କ୍ରିଷ୍ଣା ସାହୁ, ବିଭାଗୀୟ ସ୍ବତନ୍ତ୍ର ସଚିବ ସରୋଜ ପଟେଲ,ସମ୍ବଲପୁରୀ ବସ୍ତ୍ରାଳୟର ପରିଚାଳନା ନିର୍ଦ୍ଦେଶକ ଶିଶିର କୁମାର ନାଗ, ସଭାପତି ସମ୍ବିତ କୁମାର ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

ସେହିଭଳି ରାଜ୍ୟରେ ଥିବା ବିଭିନ୍ନ ହସ୍ତତନ୍ତ ସମିତି, ସ୍ବୟଂ ସହାୟକ ଗୋଷ୍ଠୀ ସହ ଜଡ଼ିତ ଥିବା ବୁଣାକାରମାନଙ୍କ ଦ୍ବାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି ସହ ବୁଣାକାରମାନଙ୍କୁ ନିୟମିତଭାବେ କାମ ଯୋଗାଇଦେବା ନିମନ୍ତେ ବିଭାଗ ଗୁରୁତ୍ୱ ଦେଇଆସିଛି। ଏପରିକି ବିଭାଗ ଦ୍ବାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏହି ମେଳା ଆୟୋଜିତ ହୋଇଛି। ଏହି ପରିପ୍ରେକ୍ଷୀରେ ୩୪ଟି ଦେୟମୁକ୍ତ ଷ୍ଟଲ ମଧ୍ୟ ଉକ୍ତ ବ୍ୟବସାୟୀଙ୍କୁ ପ୍ରଦାନ କରାଯାଇଛି। ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଉତ୍ପାଦିତ ହସ୍ତତନ୍ତ ଲୁଗା ଉପରେ ଗ୍ରାହକମାନଙ୍କୁ ପ୍ରାୟ ୩୦%ର (୧୦%+୨୦%)ର ସରକାରୀ ରିହାତି ମଧ୍ୟ କ୍ରୟ ଉପରେ ପ୍ରଦାନ କରାଯାଉଛି। ଏହି ମେଳା ଡିସେମ୍ବର ୧୪ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଉକ୍ତ କାର୍ଯ୍ୟକ୍ରମକୁ ସମିତିର ବାଣିଜ୍ୟ ଅଧିକାରୀ ହେମନ୍ତ କୁମାର ମିଶ୍ର ସଂଯୋଜନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri