ଆଇନଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ

କେନ୍ଦୁଝର,୮।୭(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଅବସରରେ ଆସନ୍ତା ଶନିବାର ବାହୁଡା ଯାତ୍ରା ଏବଂ ୧୦ ତାରିଖ ରବିବାର ଶ୍ରୀଜୀଉଙ୍କର ସୁନାବେଶ ପରିଚାଳନା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟସ୍ଥ ମିନି କନ୍‌ଫରେନ୍‌ସ୍‌ ହଲ୍‌ଠାରେ ଏହି ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ ଜିଲାପାଳ ଠାକରେ ସମସ୍ତଙ୍କୁ ସ୍ବାଗତ ସମ୍ଭାଷଣ କରିବା ସହ ଗୁଣ୍ଡିଚା ଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ କରାଇବାରେ ପୋଲିସ୍‌ ପ୍ରଶାସନର ଅଧିକାରୀମାନଙ୍କ ଉଲ୍ଲେଖନୀୟ ଉଦ୍ୟମ ପାଇଁ ସାଧୁବାଦ ଜଣାଇଥିଲେ।
ବାହୁଡା ଯାତ୍ରା ଏବଂ ସୁନାବେଶ କାର୍ଯ୍ୟକ୍ରମରେ ଅଧିକ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ରଖି ଏହାକୁ କିପରି ଶୃଙ୍ଖଳିତ ଏବଂ ସରସ ସୁନ୍ଦର ଭାବେ ପରିଚାଳନା କରାଯିବ ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଏସ୍‌.ପି. ମିତ୍ରଭାନୁ ମହାପାତ୍ର ଏହି ବୈଠକରେ ଉଦ୍‌ବୋଧନ ଦେଇ ବାହୁଡ଼ା ଏବଂ ସୁନାବେଶ ଦିନ ଆଇନ ଶୃଙ୍ଖଳା ରକ୍ଷା ଦିଗ ଉପରେ ଆଲୋକପାତ କରି ବାହୁଡା ଯାତ୍ରା ଏବଂ ସୁନାବେଶ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତେ ନିଷ୍ଠାର ସହ ଦାୟିତ୍ୱ ତୁଲାଇବାକୁ କହିଥିଲେ। ଉପଜିଲାପାଳ ତଥା ଦେବୋତ୍ତର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ନିଷ୍ପତ୍ତି ଅନୁଯାୟୀ ଶ୍ରୀ ଜୀଉଙ୍କର ସୁନାବେଶ ଆସନ୍ତା ରବିବାର ଅପରାହ୍ନ ୩ଟାରୁ ରାତି ୧୦ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ବୈଠକରେ ସୁନାବେଶ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଯଥା ଆଇନ ଶୃଙ୍ଖଳା, ବାରିକେଡ, ଆଲୋକ ବ୍ୟବସ୍ଥା, ରଥ ସୁରକ୍ଷା, ଟ୍ରାଫିକ୍‌ ନିୟନ୍ତ୍ରଣ, ସିସି ଟିଭି ବ୍ୟବସ୍ଥା, ମହକ ଚ୍ୟାନେଲ ଯୋଗେ ସିଧା ପ୍ରସାରଣ, ଫେସ୍‌ବୁକ୍‌ ଯୋଗେ ଲାଇଭ୍‌ ସ୍କ୍ରିନିଂ, ଏଲ୍‌ଇଡି ଟିଭି ବ୍ୟବସ୍ଥା ତଥା ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଅତିରକ୍ତ ଜିଲାପାଳ ସୁଷମା ବିଲୁଙ୍ଗ୍‌, ଅତିରିକ୍ତ ଜିଲାପାଳ (ରାଜସ୍ବ) ଯଦୁମଣି ମହଲା, ଏସ୍‌ଡିପିଓ ପ୍ରକାଶ ଜେମ୍‌ସ୍‌ ଟପ୍ପୋ, ଜିଲା ମୁଖ୍ୟ ଚିକିତ୍ସା ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୁଜାତାରାଣୀ ମିଶ୍ର, ଜିଲା କୋଷାଗାର ଅଧିକାରୀ ରଞ୍ଜିତ୍‌ କୁମାର ମାଝୀ, ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ କେନ୍ଦୁଝର ଶାଖାର ମୁଖ୍ୟ ପରିଚାଳକ ୟୁ. ରାଜକୁମାର, କେନ୍ଦୁଝର ତହସିଲଦାର ଆଶିଷ ମହାପାତ୍ର, କେନ୍ଦୁଝରଗଡ଼ ପୌରପାଳିକାର ନିର୍ବାହୀ ଅଧିକାରୀ ମଧୁସ୍ମିତା ସାମନ୍ତରାୟ, ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରାମେଶ୍ୱର ପାଣିଗ୍ରାହୀ, କେନ୍ଦୁଝର ସୂଚନା ଓ ଲୋକ ସମ୍ପର୍କ ଉପନିର୍ଦ୍ଦେଶକ ସଞ୍ଜିବ ବାରିକ ପ୍ରମୁଖ ବୈଠକରେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?