ଜୀବନ ସହ ଜୀବିକାକୁ ଗୁରୁତ୍ୱ ଦେଲେ ବିକାଶ ହୋଇପାରିବ: ନବୀନ

ଭୁବନେଶ୍ୱର,୨୨।୮(ବ୍ୟୁରୋ): କରୋନା ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢ଼େଇ ସାଙ୍ଗକୁ ଲୋକଙ୍କ ଜୀବିକା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡ଼କ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରାଯାଇ ଲୋକଙ୍କ ପାଇଁ ଜୀବିକା ସୃଷ୍ଟି କରାଯିବ। ଶୁକ୍ରବାର ଭିଡିଓ କନଫରେନ୍ସ ମାଧ୍ୟମରେ ଜଗତ୍‌ସିଂହପୁର ବିଲୁଆଖାଇ ନଦୀ ଉପରେ ଏକ ବୃହତ୍‌ ସେତୁର ଉଦ୍‌ଘାଟନ ଏବଂ ଜିଲାରେ ଏକ ମାତୃ ଓ ଶିଶୁ ଚିକିତ୍ସାଳୟ ପାଇଁ ଶିଳାନ୍ୟାସ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ଜଗତ୍‌ସିଂହପୁରର ଶଙ୍ଖାରିସାହି ନିକଟରେ ବିଲୁଆଖାଇ ନଦୀ ଉପରେ ୬୧.୪୨ କୋଟି ଟଙ୍କା ବ୍ୟୟରେ ଏକ ବୃହତ୍‌ ସେତୁ ନିର୍ମାଣ କରାଯାଇଛି। ୨୦୧୬ ଅକ୍ଟୋବରରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏହି ସେତୁ ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟକୁ କଟକ ବାଇଶମୌଜା ସହ ସିଧାସଳଖ ଯୋଡ଼ିଛି। ଏହାସହ ଜଗତ୍‌ସିଂହପୁରଠାରୁ ଭୁବନେଶ୍ୱରର ଦୂରତ୍ୱ ବହୁତ ପରିମାଣରେ କମାଇଛି। ଅନ୍ୟପକ୍ଷରେ ଶିଳାନ୍ୟାସ କରାଯାଇଥିବା ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ଚିକିତ୍ସାଳୟ ପାଇଁ ୧୬.୨୮ କୋଟି ବିନିଯୋଗ କରାଯିବ। ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ନିର୍ମାଣ ହେବାକୁ ଥିବା ଆଇସିୟୁରେ ୧୦ ଶଯ୍ୟା ରହିବ। ଏଥିପାଇଁ ୨.୨୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାର୍ଯ୍ୟକ୍ରମରେ ଯୋଗଦେଇ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି, ଉପରୋକ୍ତ ପ୍ରକଳ୍ପ ଦ୍ୱାରା ଜଗତ୍‌ସିଂହପୁର ବିକାଶ ଇତିହାସରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡିହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି ଯେ, ଓଡ଼ିଶାରେ ମା’ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ଭିଡିଓ କନଫରେନ୍ସ ମାଧ୍ୟମରେ ଉଦ୍‌ଘାଟନ କରିବାବେଳେ ୫-ଟି ବିଭାଗ ସଚିବ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri