ଜୀବନ ସହ ଜୀବିକାକୁ ଗୁରୁତ୍ୱ ଦେଲେ ବିକାଶ ହୋଇପାରିବ: ନବୀନ

ଭୁବନେଶ୍ୱର,୨୨।୮(ବ୍ୟୁରୋ): କରୋନା ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢ଼େଇ ସାଙ୍ଗକୁ ଲୋକଙ୍କ ଜୀବିକା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡ଼କ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରାଯାଇ ଲୋକଙ୍କ ପାଇଁ ଜୀବିକା ସୃଷ୍ଟି କରାଯିବ। ଶୁକ୍ରବାର ଭିଡିଓ କନଫରେନ୍ସ ମାଧ୍ୟମରେ ଜଗତ୍‌ସିଂହପୁର ବିଲୁଆଖାଇ ନଦୀ ଉପରେ ଏକ ବୃହତ୍‌ ସେତୁର ଉଦ୍‌ଘାଟନ ଏବଂ ଜିଲାରେ ଏକ ମାତୃ ଓ ଶିଶୁ ଚିକିତ୍ସାଳୟ ପାଇଁ ଶିଳାନ୍ୟାସ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ଜଗତ୍‌ସିଂହପୁରର ଶଙ୍ଖାରିସାହି ନିକଟରେ ବିଲୁଆଖାଇ ନଦୀ ଉପରେ ୬୧.୪୨ କୋଟି ଟଙ୍କା ବ୍ୟୟରେ ଏକ ବୃହତ୍‌ ସେତୁ ନିର୍ମାଣ କରାଯାଇଛି। ୨୦୧୬ ଅକ୍ଟୋବରରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏହି ସେତୁ ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟକୁ କଟକ ବାଇଶମୌଜା ସହ ସିଧାସଳଖ ଯୋଡ଼ିଛି। ଏହାସହ ଜଗତ୍‌ସିଂହପୁରଠାରୁ ଭୁବନେଶ୍ୱରର ଦୂରତ୍ୱ ବହୁତ ପରିମାଣରେ କମାଇଛି। ଅନ୍ୟପକ୍ଷରେ ଶିଳାନ୍ୟାସ କରାଯାଇଥିବା ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ଚିକିତ୍ସାଳୟ ପାଇଁ ୧୬.୨୮ କୋଟି ବିନିଯୋଗ କରାଯିବ। ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ନିର୍ମାଣ ହେବାକୁ ଥିବା ଆଇସିୟୁରେ ୧୦ ଶଯ୍ୟା ରହିବ। ଏଥିପାଇଁ ୨.୨୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। କାର୍ଯ୍ୟକ୍ରମରେ ଯୋଗଦେଇ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି, ଉପରୋକ୍ତ ପ୍ରକଳ୍ପ ଦ୍ୱାରା ଜଗତ୍‌ସିଂହପୁର ବିକାଶ ଇତିହାସରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡିହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି ଯେ, ଓଡ଼ିଶାରେ ମା’ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ଭିଡିଓ କନଫରେନ୍ସ ମାଧ୍ୟମରେ ଉଦ୍‌ଘାଟନ କରିବାବେଳେ ୫-ଟି ବିଭାଗ ସଚିବ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri