‘ଦୁଗ୍ଧଚାଷୀଙ୍କ ସ୍ବାର୍ଥକୁ ଗୁରୁତ୍ୱାରୋପ’

ଭୁବନେଶ୍ୱର,୨୬।୩: ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦନ ମହାସଂଘ ଲିମିଟେଡ୍‌ ବା ଓମ୍‌ଫେଡ୍‌ର ୧୦୭ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଶୁକ୍ରବାର ଓମ୍‌ଫେଡ୍‌ର ଶହୀଦନଗରସ୍ଥିତ ମୁଖ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓମ୍‌ଫେଡ୍‌ର ନବ ନିର୍ବାଚିତ ସମସ୍ତ ୨୧ ସଦସ୍ୟଙ୍କୁ ଏହାର ପରିଚାଳନା ନିର୍ଦ୍ଦେଶକ ଆଶିଷ ଚନ୍ଦ୍ର ସିହ୍ନା ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ ସ୍ବରୂପ ସ୍ବାଗତ କରିଥିଲେ। ଉକ୍ତ ବୈଠକରେ ନବ ନିର୍ବାଚିତ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ ପରିଚୟ ସହ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ବିଶେଷକରି ସମସ୍ତ ନିର୍ବାଚିତ ସଦସ୍ୟ ତାଙ୍କୁ ଓମ୍‌ଫେଡ୍‌ର ସଭାପତି ଭାବେ ନିର୍ବାଚିତ କରାଇଥିବାରୁ ସେ ସେମାନଙ୍କୁ ଧନ୍ୟବାଦ ଜ୍ଞାପନ କରିବା ସହ ଓଡ଼ିଶାର ସମସ୍ତ ଦୁଗ୍ଧଚାଷୀ କିଭଳି ଓମ୍‌ଫେଡ୍‌ ଦ୍ୱାରା ଲାଭବାନ୍‌ ହୋଇପାରିବେ ସେ ବିଷୟରେ କିଶୋର ବିସ୍ତୃତ ଆଲୋକପାତ କରିଥିଲେ। ଅପରପକ୍ଷରେ ସିହ୍ନା ନିର୍ଦ୍ଦେଶକ ମଣ୍ଡଳୀକୁ ଓମ୍‌ଫେଡ୍‌ର ବାର୍ଷିକ ବିବରଣୀ ସମ୍ପର୍କରେ ଅବଗତ କରାଇବା ସହ ମହାସଂଘର ଅନ୍ୟାନ୍ୟ କାର୍ଯ୍ୟକଳାପ ଉପରେ ମଧ୍ୟ ବିସ୍ତୃତ ଆଲୋଚନା କରିଥିଲେ। ପରିଶେଷରେ ମହାସଂଘର ସମ୍ପାଦକ ଉପସ୍ଥିତ ସଭାପତି ଏବଂ ସଦସ୍ୟମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଉଲ୍ଲେଖଯୋଗ୍ୟ, ୧୦୭ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଶେଷ ପରେ ନବନିର୍ବାଚିତ ସଦସ୍ୟମାନେ ସ୍ଥାନୀୟ ଅରିଲୋସ୍ଥିତ ଓମ୍‌ଫେଡ୍‌ର ମେଗା ଡେଏରୀ ପ୍ଳାଣ୍ଟ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri