ଆଦର୍ଶ ଆଚରଣ ବିଧି, ଖର୍ଚ୍ଚ ହିସାବ ଉପରେ ଗୁରୁତ୍ୱ

ଭଦ୍ରକ ଅଫିସ, ୧୯।୧୦: ଧାମନଗର ଉପନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ପରେ ପ୍ରାର୍ଥୀ, ତାଙ୍କ ପ୍ରତିନିଧି ଓ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନିର୍ବାଚନ କାର୍ଯ୍ୟ ପରିଚାଳନା, ପ୍ରଚାର ସମ୍ବନ୍ଧୀୟ ଖର୍ଚ୍ଚ, ଆଦର୍ଶ ଆଚରଣ ବିଧି ସମ୍ପର୍କରେ ଅବଗତ କରାଇବା ଉଦ୍ଦେଶ୍ୟରେ ପର୍ଯ୍ୟବେକ୍ଷକଙ୍କ ଦ୍ୱାରା ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ସାଧାରଣ ପର୍ଯ୍ୟବେକ୍ଷକ ନିରଞ୍ଜନ କୁମାର ଓ ଖର୍ଚ୍ଚ ପର୍ଯ୍ୟବେକ୍ଷକ ପ୍ରଣେଶ ଗୁପ୍ତା, ଅତିରିକ୍ତ ଜିଲାପାଳ ରାମଦାସ ଟୁଡ଼ୁ, ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଉପଜିଲାପାଳ ଡ. ଲକ୍ଷ୍ମୀପ୍ରସାଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଅବାଧ, ମୁକ୍ତ ଓ ନିରପେକ୍ଷ ଉପନିର୍ବାଚନ ପରିଚାଳନା ପାଇଁ ଭାରତର ନିର୍ବାଚନ ଆୟୋଗ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକା ଅନୁଯାୟୀ ଆଦର୍ଶ ଆଚରଣ ବିଧି ସମ୍ବନ୍ଧରେ ସାଧାରଣ ପର୍ଯ୍ୟବେକ୍ଷକ ଆଲୋଚନା କରିବା ସହ ତା’ର ଅନୁପାଳନ କରିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ପୋଲିଂ, କାଉଣ୍ଟିଂ ଏଜେଣ୍ଟମାନଙ୍କୁ ଦଳ ବା ପ୍ରାର୍ଥୀମାନଙ୍କ ପକ୍ଷରୁ ତାଲିମ ଦେବା, ମକ୍‌ପୋଲ ଆରମ୍ଭ ପୂର୍ବରୁ ଏଜେଣ୍ଟମାନେ ବୁଥ୍‌ରେ ପହଞ୍ଚିବା, ଇଭିଏମ୍‌ ରାଣ୍ଡାମାଇଜେସନ୍‌, କମିଶନିଂ, ଷ୍ଟ୍ରଙ୍ଗ୍‌ରୁମ୍‌ ଖୋଲାଯିବା କି ବନ୍ଦ ହେବା, ଆବଶ୍ୟକ ସମୟରେ ପ୍ରତିନିଧିମାନେ ଉପସ୍ଥିତ ରହିବା ଆଦି ବିଷୟରେ ସାଧାରଣ ପର୍ଯ୍ୟବେକ୍ଷକ ବୁଝାଇଥିଲେ। ସେହିପରି ଡାକ ଭୋଟ ପ୍ରକ୍ରିୟା ସମ୍ବନ୍ଧରେ ମଧ୍ୟ ସେ ଅବଗତ କରାଇଥିଲେ।
ଏହି ଉପନିର୍ବାଚନ ପାଇଁ ୫୦୫ଜଣ ଭୋଟର ଡାକ ଭୋଟ୍‌ ମାଧ୍ୟମରେ ମତଦାନ ପାଇଁ ସ୍ବୀକୃତି ଦେଇଥିବା ଜିଲାପାଳ ପ୍ରକାଶ କରିଥିଲେ। ବ୍ୟାନର, ପୋଷ୍ଟର, ଶୋଭାଯାତ୍ରା, ସାଧାରଣ ସଭା, ଡାକବାଜି ଯନ୍ତ୍ର, ନିର୍ବାଚନରେ ନିୟୋଜିତ ଭଡ଼ାଗାଡ଼ି ଆଦି କ୍ଷେତ୍ରରେ ଖର୍ଚ୍ଚ କରିହେବ। ନିୟମାନୁଯାୟୀ ଖର୍ଚ୍ଚ ହିସାବ ତାଲିକାଭୁକ୍ତ କରିବାକୁ ପଡ଼ିବ। ମଦ, ଟଙ୍କା କିମ୍ବା କୌଣସି ଉପହାର ପ୍ରାର୍ଥୀ ବାଣ୍ଟି ପାରିବେ ନାହିଁ। ଆସନ୍ତା ୨୧, ୨୬ ଓ ୩୧ ତାରିଖରେ ପର୍ଯ୍ୟବେକ୍ଷକଙ୍କ ଦ୍ୱାରା ହିସାବ ଖାତା ତଦନ୍ତ କରାଯିବା ନେଇ ସୂଚନା ଦିଆଯାଇଛି। ଫଳାଫଳ ଘୋଷଣାର ୩୦ଦିନ ମଧ୍ୟରେ ପୂର୍ଣ୍ଣାଙ୍ଗ ଖର୍ଚ୍ଚ ହିସାବ ଜିଲା ନିର୍ବାଚନ ଅଧିକାରୀଙ୍କ ପାଖରେ ପ୍ରାର୍ଥୀଙ୍କ ଦ୍ୱାରା ଜମା ଦିଆଯିବ। ନିର୍ବାଚନରେ କୌଣସି ଅନିୟମିତତା କିମ୍ବା ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧୀୟ ଅଭିଯୋଗ ୨୪ ଘଣ୍ଟା ଖୋଲା ରହିଥିବା କଣ୍ଟ୍ରୋଲରୁମ୍‌ ନମ୍ବର ୧୯୫୦କୁ ମଧ୍ୟ ଜଣାଇପାରିବେ ବୋଲି ଜିଲାପାଳ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri