ପ୍ରକୃତିଭିତ୍ତିକ ସମାଧାନକୁ ଗୁରୁତ୍ୱ

ଭୁବନେଶ୍ୱର ,୫।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିର ଅନ୍ୟତମ ସାମାଜିକ ଅନୁଷ୍ଠାନ ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ବିଶ୍ୱ ପରିବେଶ ଦିବସ-୨୦୨୩ ଅବ୍ୟବହିତ ପୂର୍ବରୁ ଓଡ଼ିଶାର ୪ଟି ବିପର୍ଯ୍ୟୟ ପ୍ରବଣ ଜିଲାରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବିଶେଷକରି ବିପର୍ଯ୍ୟୟ ଜନିତ ବିପଦ ହ୍ରାସ କରିବା ପାଇଁ ପ୍ରକୃତିଭିତ୍ତିକ ସମାଧାନ (ଏନ୍‌ବିଏସ୍‌)ର ପ୍ରସାର ନିମନ୍ତେ ରିଲାଏନ୍ସ ଫାଉଣ୍ଡେଶନର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ ଅଧୀନରେ ବିବିଧ କାର୍ଯ୍ୟକମ ହାତକୁ ନିଆଯାଇଛି। ୨୦୨୩ ଜୁନ୍‌ ୧ରୁ ଆରମ୍ଭ ହୋଇଥିବା ଦୁଇ ସପ୍ତାହବ୍ୟାପୀ ଏନ୍‌ବିଏସ୍‌ ଅଭିଯାନର ଅଂଶ ଭାବେ ଫାଉଣ୍ଡେଶନ ପକ୍ଷରୁ ବୃକ୍ଷରୋପଣ ଓ ହେନ୍ତାଳବଣର ସଂରକ୍ଷଣ ଆଦି ବିଷୟରେ ସଚେତନତା ବଢ଼ାଇବା ଲାଗି ବିଭିନ୍ନ କର୍ମଶାଳା ଆୟୋଜନ କରାଯାଉଛି। ଏ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇସାରିଥିବା ବିଭିନ୍ନ କର୍ମଶାଳାରେ ଜଗତସିଂହପୁର ଓ ବାଲେଶ୍ୱର ଜିଲାର ସ୍କୁଲ ଛାତ୍ରୀଛାତ୍ର, ଗୋଷ୍ଠୀ ସଦସ୍ୟଙ୍କ ସମେତ ପିଆର୍‌ଆଇ ସଦସ୍ୟ, ସ୍ଥାନୀୟ ଯୁବ ସ୍ବେଚ୍ଛାସେବୀ, ଆପଦା ମିତ୍ର, ବାତ୍ୟା ଆଶ୍ରୟ ସ୍ଥଳ ପରିଚାଳନା କମିଟିର ସଦସ୍ୟ ଓ ଏସ୍‌ଏଚ୍‌ଜିଗୁଡ଼ିକର ନେତୃବୃନ୍ଦ ଯୋଗ ଦେଇଥିଲେ। ଜଗତସିଂହପୁର ଜିଲାର ଏରସମା ବ୍ଲକ୍‌ର ସାହାଡାବେଦୀ ତଥା ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ର ଖରାସାହାପୁର ଓ କବୀରପୁର ଗ୍ରାମରେ ଅନୁଷ୍ଠିତ କର୍ମଶାଳାରେ ୧୦୦ରୁ ଅଧିକ ଲୋକ ଅଂଶଗ୍ରହଣ କରିଥିଲେ। ୨୦୨୩ ଜୁନ୍‌ ୫ ବିଶ୍ୱ ପରିବେଶ ଦିବସରୁ ଉକ୍ତ ହେନ୍ତାଳ ଓ ବୃକ୍ଷରୋପଣ କାର୍ଯ୍ୟ ଆରମ୍ଭ ହେବା ସହ ଫାଉଣ୍ଡେଶନ ପକ୍ଷରୁ ୫୧,୦୦୦ ହେନ୍ତାଳ (ହାଇପୋକୋଟାଇଲ) ରୋପଣ କରାଯିବ। ସ୍ଥାନୀୟ ବାସିନ୍ଦା ଓ ସ୍ବେଚ୍ଛାସେବୀଙ୍କ ସମେତ ବାଲେଶ୍ୱରର ଭୂମିପୂତ୍ର ସେବା ପ୍ରତିଷ୍ଠାନ ଓ ରୁରାଲ୍‌ ଡେଭେଲପମେଣ୍ଟ୍‌ ସେଣ୍ଟର, ଜଗତସିଂହପୁରର ଦୋଳଗୋବିନ୍ଦ ଯୁବ କ୍ଲବ୍‌ ଓ ଗଞ୍ଜାମର ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସୋସାଇଟି ଭଳି ସଂଗଠନ ସହଯୋଗରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri