ପ୍ରକୃତିଭିତ୍ତିକ ସମାଧାନକୁ ଗୁରୁତ୍ୱ

ଭୁବନେଶ୍ୱର ,୫।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିର ଅନ୍ୟତମ ସାମାଜିକ ଅନୁଷ୍ଠାନ ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ବିଶ୍ୱ ପରିବେଶ ଦିବସ-୨୦୨୩ ଅବ୍ୟବହିତ ପୂର୍ବରୁ ଓଡ଼ିଶାର ୪ଟି ବିପର୍ଯ୍ୟୟ ପ୍ରବଣ ଜିଲାରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବିଶେଷକରି ବିପର୍ଯ୍ୟୟ ଜନିତ ବିପଦ ହ୍ରାସ କରିବା ପାଇଁ ପ୍ରକୃତିଭିତ୍ତିକ ସମାଧାନ (ଏନ୍‌ବିଏସ୍‌)ର ପ୍ରସାର ନିମନ୍ତେ ରିଲାଏନ୍ସ ଫାଉଣ୍ଡେଶନର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ ଅଧୀନରେ ବିବିଧ କାର୍ଯ୍ୟକମ ହାତକୁ ନିଆଯାଇଛି। ୨୦୨୩ ଜୁନ୍‌ ୧ରୁ ଆରମ୍ଭ ହୋଇଥିବା ଦୁଇ ସପ୍ତାହବ୍ୟାପୀ ଏନ୍‌ବିଏସ୍‌ ଅଭିଯାନର ଅଂଶ ଭାବେ ଫାଉଣ୍ଡେଶନ ପକ୍ଷରୁ ବୃକ୍ଷରୋପଣ ଓ ହେନ୍ତାଳବଣର ସଂରକ୍ଷଣ ଆଦି ବିଷୟରେ ସଚେତନତା ବଢ଼ାଇବା ଲାଗି ବିଭିନ୍ନ କର୍ମଶାଳା ଆୟୋଜନ କରାଯାଉଛି। ଏ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇସାରିଥିବା ବିଭିନ୍ନ କର୍ମଶାଳାରେ ଜଗତସିଂହପୁର ଓ ବାଲେଶ୍ୱର ଜିଲାର ସ୍କୁଲ ଛାତ୍ରୀଛାତ୍ର, ଗୋଷ୍ଠୀ ସଦସ୍ୟଙ୍କ ସମେତ ପିଆର୍‌ଆଇ ସଦସ୍ୟ, ସ୍ଥାନୀୟ ଯୁବ ସ୍ବେଚ୍ଛାସେବୀ, ଆପଦା ମିତ୍ର, ବାତ୍ୟା ଆଶ୍ରୟ ସ୍ଥଳ ପରିଚାଳନା କମିଟିର ସଦସ୍ୟ ଓ ଏସ୍‌ଏଚ୍‌ଜିଗୁଡ଼ିକର ନେତୃବୃନ୍ଦ ଯୋଗ ଦେଇଥିଲେ। ଜଗତସିଂହପୁର ଜିଲାର ଏରସମା ବ୍ଲକ୍‌ର ସାହାଡାବେଦୀ ତଥା ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ର ଖରାସାହାପୁର ଓ କବୀରପୁର ଗ୍ରାମରେ ଅନୁଷ୍ଠିତ କର୍ମଶାଳାରେ ୧୦୦ରୁ ଅଧିକ ଲୋକ ଅଂଶଗ୍ରହଣ କରିଥିଲେ। ୨୦୨୩ ଜୁନ୍‌ ୫ ବିଶ୍ୱ ପରିବେଶ ଦିବସରୁ ଉକ୍ତ ହେନ୍ତାଳ ଓ ବୃକ୍ଷରୋପଣ କାର୍ଯ୍ୟ ଆରମ୍ଭ ହେବା ସହ ଫାଉଣ୍ଡେଶନ ପକ୍ଷରୁ ୫୧,୦୦୦ ହେନ୍ତାଳ (ହାଇପୋକୋଟାଇଲ) ରୋପଣ କରାଯିବ। ସ୍ଥାନୀୟ ବାସିନ୍ଦା ଓ ସ୍ବେଚ୍ଛାସେବୀଙ୍କ ସମେତ ବାଲେଶ୍ୱରର ଭୂମିପୂତ୍ର ସେବା ପ୍ରତିଷ୍ଠାନ ଓ ରୁରାଲ୍‌ ଡେଭେଲପମେଣ୍ଟ୍‌ ସେଣ୍ଟର, ଜଗତସିଂହପୁରର ଦୋଳଗୋବିନ୍ଦ ଯୁବ କ୍ଲବ୍‌ ଓ ଗଞ୍ଜାମର ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସୋସାଇଟି ଭଳି ସଂଗଠନ ସହଯୋଗରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri