ଯାତ୍ରୀ ସୁବିଧା, ଆଧୁନିକୀକରଣକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୧ା୧: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକର ମଙ୍ଗଳବାର ରେଳପଥର ବରିଷ୍ଠ ଅଧିକାରୀମାନଙ୍କ ସହ ସ୍ଥାନୀୟ ମଞ୍ଚେଶ୍ୱର ସ୍ଥିତ ରେଳଡବା ମରାମତି କାରଖାନା ନିରୀକ୍ଷଣ କରିଛନ୍ତି। ଏହି ସମୟରେ ମହାପ୍ରବନ୍ଧକ କୋଚ୍‌ଗୁଡ଼ିକର ମରାମତି କାର୍ଯ୍ୟର ସମୀକ୍ଷା କରିଥିଲେ। ଏପରିକି ଯାତ୍ରୀମାନଙ୍କ ସୁବିଧାଗୁଡ଼ିକର ରକ୍ଷଣାବେକ୍ଷଣ ତଥା ଆଧୁନିକୀକରଣ ଉପରେ ମଧ୍ୟ ସମୀକ୍ଷା କରିଥିଲେ। ବିଶେଷକରି ଉନ୍ନତ ମାନର ସିଟ୍‌, ଚଟାଣ, ଶୌଚାଳୟ ସଫା କରିବା ସହଜ, ଅଗ୍ନି ନିରାପତ୍ତା, ମୋବାଇଲ ଚାର୍ଜିଂ ପଏଣ୍ଟ ଏବଂ ଜରୁରିକାଳୀନ ଆଲୋକ ଉପରେ ସୁନକର ବିଶେଷ ଗୁରୁତ୍ୱାରୋପ କରିଥିଲେ। ସେହିଭଳି ଉତ୍ପାଦନ ବୃଦ୍ଧି ପାଇଁ ନିଆଯାଇଥିବା ପ୍ରକ୍ରିୟା ଏବଂ ଗୁଣବତ୍ତା ନିୟନ୍ତ୍ରଣ ପଦକ୍ଷେପଗୁଡିକୁ ମଧ୍ୟ ସେ ନିରୀକ୍ଷଣ ସହ କୋଚ୍‌ଗୁଡ଼ିକରେ ଆଧୁନିକ ଯାତ୍ରୀ ପରିସେବା ଓ ଅନ୍ୟାନ୍ୟ ସୁବିଧାଗୁଡ଼ିକର ରକ୍ଷଣାବେକ୍ଷଣ ପାଇଁ ସିଟିଆର୍‌ବି ମାଉଣ୍ଟିଂ ବିଭାଗକୁ ଉଦ୍‌ଘାଟନ କରିଥିଲେ।
ସେହିପରି ଟ୍ରେନ୍‌ କୋଚ୍‌ଗୁଡ଼ିକରେ ଆଧୁନିକ ଜ୍ଞାନକୌଶଳ ଓ ଯାତ୍ରୀ ସେବା ଯୋଗାଇଦେବା ସହ ରେଳଯାତ୍ରୀମାନଙ୍କୁ ଟ୍ରେନ୍‌ରେ ଯାତ୍ରା ସମୟରେ ଆରାମଦାୟକ ସୁବିଧା ଉପଲବ୍ଧ କରାଇବାକୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର ପ୍ରମୁଖ ଯାନ୍ତ୍ରିକ ଯନ୍ତ୍ରୀ ଆର୍‌.ରାଜଗୋପାଳ ନିରୀକ୍ଷଣ ସମୟରେ ମହାପ୍ରବନ୍ଧକଙ୍କୁ ସହାୟତା କରିଥିବାବେଳେ ରେଳଡବା ମରାମତି କାରଖାନାର ମୁଖ୍ୟ ପ୍ରବନ୍ଧକ ଏସ୍‌.ସି. କର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri