ଯାତ୍ରୀ ସୁବିଧା, ଆଧୁନିକୀକରଣକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୧ା୧: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକର ମଙ୍ଗଳବାର ରେଳପଥର ବରିଷ୍ଠ ଅଧିକାରୀମାନଙ୍କ ସହ ସ୍ଥାନୀୟ ମଞ୍ଚେଶ୍ୱର ସ୍ଥିତ ରେଳଡବା ମରାମତି କାରଖାନା ନିରୀକ୍ଷଣ କରିଛନ୍ତି। ଏହି ସମୟରେ ମହାପ୍ରବନ୍ଧକ କୋଚ୍‌ଗୁଡ଼ିକର ମରାମତି କାର୍ଯ୍ୟର ସମୀକ୍ଷା କରିଥିଲେ। ଏପରିକି ଯାତ୍ରୀମାନଙ୍କ ସୁବିଧାଗୁଡ଼ିକର ରକ୍ଷଣାବେକ୍ଷଣ ତଥା ଆଧୁନିକୀକରଣ ଉପରେ ମଧ୍ୟ ସମୀକ୍ଷା କରିଥିଲେ। ବିଶେଷକରି ଉନ୍ନତ ମାନର ସିଟ୍‌, ଚଟାଣ, ଶୌଚାଳୟ ସଫା କରିବା ସହଜ, ଅଗ୍ନି ନିରାପତ୍ତା, ମୋବାଇଲ ଚାର୍ଜିଂ ପଏଣ୍ଟ ଏବଂ ଜରୁରିକାଳୀନ ଆଲୋକ ଉପରେ ସୁନକର ବିଶେଷ ଗୁରୁତ୍ୱାରୋପ କରିଥିଲେ। ସେହିଭଳି ଉତ୍ପାଦନ ବୃଦ୍ଧି ପାଇଁ ନିଆଯାଇଥିବା ପ୍ରକ୍ରିୟା ଏବଂ ଗୁଣବତ୍ତା ନିୟନ୍ତ୍ରଣ ପଦକ୍ଷେପଗୁଡିକୁ ମଧ୍ୟ ସେ ନିରୀକ୍ଷଣ ସହ କୋଚ୍‌ଗୁଡ଼ିକରେ ଆଧୁନିକ ଯାତ୍ରୀ ପରିସେବା ଓ ଅନ୍ୟାନ୍ୟ ସୁବିଧାଗୁଡ଼ିକର ରକ୍ଷଣାବେକ୍ଷଣ ପାଇଁ ସିଟିଆର୍‌ବି ମାଉଣ୍ଟିଂ ବିଭାଗକୁ ଉଦ୍‌ଘାଟନ କରିଥିଲେ।
ସେହିପରି ଟ୍ରେନ୍‌ କୋଚ୍‌ଗୁଡ଼ିକରେ ଆଧୁନିକ ଜ୍ଞାନକୌଶଳ ଓ ଯାତ୍ରୀ ସେବା ଯୋଗାଇଦେବା ସହ ରେଳଯାତ୍ରୀମାନଙ୍କୁ ଟ୍ରେନ୍‌ରେ ଯାତ୍ରା ସମୟରେ ଆରାମଦାୟକ ସୁବିଧା ଉପଲବ୍ଧ କରାଇବାକୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର ପ୍ରମୁଖ ଯାନ୍ତ୍ରିକ ଯନ୍ତ୍ରୀ ଆର୍‌.ରାଜଗୋପାଳ ନିରୀକ୍ଷଣ ସମୟରେ ମହାପ୍ରବନ୍ଧକଙ୍କୁ ସହାୟତା କରିଥିବାବେଳେ ରେଳଡବା ମରାମତି କାରଖାନାର ମୁଖ୍ୟ ପ୍ରବନ୍ଧକ ଏସ୍‌.ସି. କର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri