ଯାତ୍ରୀ ସେବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୫।୪: ଓଡ଼ିଶା ପ୍ରଦେଶରେ ଭାରତୀୟ ରେଲଓ୍ବେର ବିଭିନ୍ନ ପ୍ରକଳ୍ପ ଓ ବିକାଶମୂଳ କାର୍ଯ୍ୟ ଜାରି ରହିଛି। ଏପରିକି ଉକ୍ତ କାର୍ଯ୍ୟର ଅଗ୍ରଗତି ଓ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ଅବଗତ ହେବା ପାଇଁ ରେଲଓ୍ବେ ବୋର୍ଡର ସଦସ୍ୟ (ଇନଫ୍ରାଷ୍ଟ୍ରକ୍‌ଚର ଡେଭଲପମେଣ୍ଟ-ଭିତ୍ତିଭୂମି ବିକାଶ) ରୂପ ନାରାୟଣ ସୁନକର ସମୀକ୍ଷା କରିଛନ୍ତି। ଏପରିକି ସୋମବାର ପୂର୍ବତଟ ରେଳପଥ ଅଧିକାରୀମାନଙ୍କ ସହ ପୂର୍ବତଟ ରେଳପଥର ମୁଖ୍ୟାଳୟଠାରେ ରେଳ ଭିତ୍ତିଭୂମି କାର୍ଯ୍ୟ ଏବଂ ତା’ର ବିକାଶକୁ ନେଇ ସୁନକର ବିସ୍ତୃତ ସମୀକ୍ଷା କରିଛନ୍ତି। ଅପରପକ୍ଷରେ ବିଶ୍ୱସ୍ତରର ଭିତ୍ତିଭୂମି ଏବଂ ସୁବିଧା ସହିତ ପୁରୀ ଏବଂ କଟକ ଷ୍ଟେଶନର ପୁନଃବିକାଶ ପାଇଁ ଜାରି ରହିଥିବା କାର୍ଯ୍ୟଗୁଡ଼ିକୁ ସୁନକର ବିସ୍ତୃତ ଭାବେ ସମୀକ୍ଷା କରିବା ସହ ପ୍ରକଳ୍ପ କାର୍ଯ୍ୟକୁ ଏକ ଆଦର୍ଶ ଓ ଆକର୍ଷଣୀୟ ଭାବେ ନିର୍ମାଣ କରିବାକୁ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଶେଷ କରି ସାଧାରଣ ଜନତାଙ୍କ ସହିତ ପର୍ଯ୍ୟଟକ ଏବଂ ତୀର୍ଥଯାତ୍ରୀଙ୍କ ଆରାମ ପାଇଁ ପ୍ରସ୍ତାବିତ ଏହି ବିଶ୍ୱସ୍ତରୀୟ ଷ୍ଟେଶନ ପରିସରରେ ଯାତ୍ରୀ ସୁବିଧା ପରି ସେବା ଯୋଗାଇଦେବା ପାଇଁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଉଲ୍ଲେଖଯୋଗ୍ୟ ଓଡ଼ିଶାରେ ଜାରି ରହିଥିବା ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ସହିତ ସମ୍ପୃକ୍ତ ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବେଶ୍‌ ପ୍ରାଥମିକତା ଦେଉଛନ୍ତି। ଏପରିକି ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ମନ୍ତ୍ରୀ ଦୃଢ ନଜର ରଖିଛନ୍ତି, ତେଣୁ ଧାର୍ଯ୍ୟ ଅବଧି ମଧ୍ୟରେ ପ୍ରକଳ୍ପ କାର୍ଯ୍ୟର ସମାପ୍ତିକୁ ପ୍ରାଥମିକତା ଦିଆଯିବା ଉଚିତ ବୋଲି ସୁନକର କହିଛନ୍ତି। ଉକ୍ତ ବୈଠକରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା, ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ସମେତ ରେଳପଥର ବହୁ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?