ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିବା ସହ ତାଲିମ ପ୍ରଦାନ କରିଥିଲେ।
ଏହି ଅବସରରେ ସେ କହିଥିଲେ ଯେ, ଭୋଟର ତାଲିକା ସଂଶୋଧନ ସମୟରେ କର୍ମଚାରୀମାନେ ସ୍ବଚ୍ଛତା ଅବଲମ୍ବନ କରି ଭୋଟରଙ୍କ ବିଶ୍ୱାସଭାଜନ ହେବାକୁ ପଡିବ। ଏଥିସହ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଉପଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଚାଲିଛି। କର୍ମଚାରୀମାନେ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଘରକୁ ଘର ଯାଇ ଏସଆଇଆର ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ସମ୍ପାଦନ କରିବେ। ଏଥିସହ ବୁଥକୁ ଆସୁଥିବା ମତଦାତାଙ୍କ ସ୍ବାସ୍ଥ୍ୟ ପ୍ରତି ଦୃଷ୍ଟି ଦେବାକୁ ଉପଜିଲାପାଳ କହିଥିଲେ। କର୍ମଚାରୀମାନେ ମଧ୍ୟ ନିଜ ସ୍ବାସ୍ଥ୍ୟ ପ୍ରତି ସତର୍କ ରହିବେ। ଘରୋଇ ସଂଶୋଧନ, ଫର୍ମ ପୂରଣ, ଅଯୋଗ୍ୟ ମତଦାତାଙ୍କ ନାମ ଅପସାରଣ, ନୂତନ ମତଦାତାଙ୍କ ସଂଯୋଜନ, ସମୟସୀମା ଏବଂ ବିଚାର ବିମର୍ଶ ପ୍ରକ୍ରିୟା ଉପରେ ମଧ୍ୟ ଉପ ଜିଲାପାଳ କହିଥିଲେ।

ଏହି ଅବସରରେ ଭଞ୍ଜନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀ, ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ,ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।ଏସଆଇଆର କାର୍ଯ୍ୟକ୍ରମ ପର୍ଯ୍ୟାୟ କ୍ରମେ ଭଞ୍ଜନଗର ଉପଖଣ୍ଡର ଆସ୍କା ଓ ବେଲଗୁଣ୍ଠା ବ୍ଲକରେ ମଧ୍ୟ ଆୟୋଜନ ହୋଇଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?