ପ୍ରକଳ୍ପ କାର୍ଯ୍ୟ ସମାପ୍ତି ଉପରେ ଗୁରୁତ୍ୱ

ବଲାଙ୍ଗୀର ଅଫିସ,୨୮ା୯: ବଲାଙ୍ଗୀର ଜିଲା ପଞ୍ଚାୟତ ସାଧନ କେନ୍ଦ୍ର ସଭାଗୃହରେ ମଙ୍ଗଳବାର କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାଜ୍ୟ ପଞ୍ଚାୟତିରାଜ, ଜଙ୍ଗଲ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍‌ ଯୋଗଦେଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ସଭାରେ ଜଳସମ୍ପଦ ବିଭାଗ ମନ୍ତ୍ରୀ ଟୁକୁନୀ ସାହୁ, ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ସରୋଜ କୁମାର ମେହେର, ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗ, ଜିଲା ପରିଷଦ ସଭାପତି ଦେବକୀ ସାହୁ, ଜିଲାପାଳ ଚଞ୍ଚଳ ରାଣା, ଡିଏଫ୍‌ଓ ନିତିଶ କୁମାର, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସମସ୍ତ ବିଡିଓ ଉପସ୍ଥିତ ଥିଲେ। ଜିଲାପାଳ ରାଣା ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ କାମର ଅଗ୍ରଗତି ଏବଂ କାର୍ଯ୍ୟକାରିତା ସମ୍ପର୍କରେ ସୂଚନା ଦେଇଥିଲେ। ଜିଲା ପରିଷଦ ନିର୍ବାହୀ ଅଧିକାରୀ ସିଂ ପଞ୍ଚାୟତରାଜ ଏବଂ ପାନୀୟ ଜଳ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇଥିଲେ।
ପ୍ରଥମେ ଏମଜିଏନ୍‌ଆରଇଜିଏ ଯୋଜନା ଉପରେ ଏକ ପାୱାର ପଏଣ୍ଟ ଉପସ୍ଥାପନ କରାଯାଇଥିଲା। ଏମଜିଏନ୍‌ଆଇଜିଏ ଯୋଜନାକୁ ନେଇ ଯେଉଁ ତଥ୍ୟ ପ୍ରଦାନ କରାଯାଇଥିଲା ତାକୁ ନେଇ ବିଧାୟକ ମିଶ୍ର ଓ ବିଧାୟକ ମହାଲିଙ୍ଗ ପ୍ରଶ୍ନ କରିଥିଲେ। ଏହି ଯୋଜନାରେ ଯେତିକି ଉପଲବ୍ଧତ୍ ହୋଇଛି ବୋଲି କୁହାଯାଉଛି ସେଥିରେ ଏମଜିଏନ୍‌ଆରଇଜିଏ ଗାଇଡଲାଇନ୍‌ ପାଳନ କରାଯାଇଛି କି ବୋଲି ବିଧାୟକ ମିଶ୍ର ପ୍ରଶ୍ନ କରିଥିଲେ। ବିଧାୟକ ମହାଲିଙ୍ଗ ନଅଗଁା (କ)ରେ ମୃତ ବ୍ୟକ୍ତିଙ୍କ ନଁାରେ ଟଙ୍କା ଉଠାଣ ଘଟଣାକୁ ଅଭିଯୋଗ କରାଗଲା ପରେ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ପଚାରିଥିଲେ। ଜଣେ ଅଧିକାରୀ ୧ ଲକ୍ଷ ଟଙ୍କା ରିକୋଭରି କରାଯାଇଛି ବୋଲି କହିଥିଲେ। ତେବେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଥାନାରେ ଏଫ୍‌ଆଇଆର କରି ନ ଥିବା ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ଏମଜିଏନ୍‌ଆରଇଜିଏ ଯୋଜନାରେ କରାଯାଇଥିବା ଚାରାରୋପଣ, ବନୀକରଣ ସକାଶେ ଗ୍ରହଣ କରାଯାଇଥିବା ଅଭିନବ ବୈଷୟିକ ଜ୍ଞାନକୌଶଳ, ଆମ ଜଙ୍ଗଲ ଯୋଜନା ଜରିଆରେ ବନ ସୁରକ୍ଷା ସମିତିର ଆୟ ସୃଷ୍ଟିକାରୀ ଯୋଜନା ଓ ଭିତ୍ତିଭୂମି ବିକାଶ, ଇକୋ-ପର୍ଯ୍ୟଟନର ବିକାଶ ଦିଗରେ ଆଲୋଚନା କରାଯାଇଥିଲା। ଠିକଣା ସମୟରେ ଯୋଜନା କାର୍ଯ୍ୟକ୍ଷମ କରିବା, ପ୍ରକଳ୍ପ କାମ ସାରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ମନ୍ତ୍ରୀ ଅମାତ ବିଭିନ୍ନ କାମ ଓ ପ୍ରକଳ୍ପର ସମୀକ୍ଷା କରିଥିଲେ। ସଭାରେ କେତେକ ବିଡିଓଙ୍କ ଦୁର୍ନୀତି ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିଲା। ସଭାରେ ଓରମାସ, ଓଡିଶା ଜୀବିକା ମିଶନ, ମିଶନ ଶକ୍ତି ଜରିଆରେ ଗଠିତ ଉପତ୍ାଦକ ଗୋଷ୍ଠୀ, ସ୍ବୟଂ ସହାୟକ ଗୋଷ୍ଠୀର କୃଷି ତଥା ଅଣକୃଷି ପ୍ରଦର୍ଶନୀ ଷ୍ଟଲକୁ ମନ୍ତ୍ରୀ ଅମାତ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri