ଗୁଣାତ୍ମକ ଗ୍ରାହକ ସେବାକୁ ଗୁରୁତ୍ୱ

ଭୁବନେଶ୍ୱର, ୩୧।୫ (ଅଭୟ ଦାଶ): ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ବ୍ରହ୍ମପୁର ମଣ୍ଡଳ ପକ୍ଷରୁ ନିକଟରେ ଏକ ଗ୍ରାହକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ସମ୍ମିଳନୀରେ ପିଏନ୍‌ବି ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ରାଜେଶ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗ୍ରାହକମାନଙ୍କୁ ସମ୍ବୋଧନ କରିବା ସହ ବ୍ୟାଙ୍କର ଡିଜିଟାଲ ଉପତ୍ାଦ, ଅନ୍‌ଲାଇନ ଋଣ ସୁବିଧା ଏବଂ ସମସ୍ତ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ୍‌ ସେବାକୁ ସହଜ ଓ ସରଳ କରିବା ନେଇ ବ୍ୟାଙ୍କର ପ୍ରତିବଦ୍ଧତାକୁ ସୁନିଶ୍ଚିତ କରିଥିଲେ। ଏପରିକି ଗୁଣାତ୍ମକ ଗ୍ରାହକ ସେବାକୁ ସେ ଗୁରୁତ୍ୱ ଦେବା ସହ ବ୍ୟାଙ୍କର ସମସ୍ତ ମଣ୍ଡଳସ୍ତରୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।

ଉଲ୍ଲେଖଯୋଗ୍ୟ, ପିଏନ୍‌ବି ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ରାଜେଶ କୁମାର ନିକଟରେ ୨ଦିନିଆ ବ୍ରହ୍ମପୁର ଗସ୍ତରେ ଆସିଥିଲେ। ଏହି ଅବସରରେ ସେ ପିଏନ୍‌ବି ବ୍ରହ୍ମପୁର ମଣ୍ଡଳର ବ୍ୟବସାୟିକ ସମୀକ୍ଷା କରିଥିଲେ ଏବଂ କର୍ପୋରେଟ୍‌ ଦୃଷ୍ଟିକୋଣ ଓ ବର୍ତ୍ତମାନର ଆର୍ଥିକ ବର୍ଷ ପାଇଁ ଆନୁମାନିକ ଆଶା ଉପରେ ବିଚାରବିମର୍ଶ କରିଥିଲେ। ଅପରପକ୍ଷରେ ସେ ପିଏନ୍‌ବିର ସ୍ଥାନୀୟ ଶାଖାଗୁଡିକୁ ପରିଦର୍ଶନ କରିବା ସହ ଶାଖା ଦ୍ୱାରା ପ୍ରଦାନ କରାଯାଉଥିବା ଗ୍ରାହକ ସେବାର ଗୁଣବତ୍ତା ଆକଳନ କରିଥିଲେ।

ଏହି ପରିପ୍ରେକ୍ଷୀରେ ପିଏନ୍‌ବି ବ୍ରହ୍ମପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଡ. ଆଲୋକ ରଞ୍ଜନ ସେନାପତିଙ୍କ ସଭାପତିତ୍ୱରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସ୍ଥାନୀୟ ଫାର୍ମାର୍ସ ଟ୍ରେନିଂ ସେଣ୍ଟରଠାରେ ଆୟୋଜନ କରାଯାଇଥିଲା। ଏହି ଅବସରରେ ସେନାପତି କୃଷକମାନଙ୍କ ପାଇଁ ଉପଲବ୍ଧ ଥିବା ସ୍ବତନ୍ତ୍ର ଋଣ ଉପତ୍ାଦ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପିଏଲ୍‌ପି ମୁଖ୍ୟ ରାଜେଶ କୁମାର ମହନ୍ତ, ସର୍କଲ ଶସ୍ତ୍ର ମୁଖ୍ୟ ପ୍ରଶାନ୍ତ କୁମାର ସିଂ, ଉପ-ମଣ୍ଡଳ ମୁଖ୍ୟ ପ୍ରଦୀପ କୁମାର ଦାସ, ମୁଖ୍ୟ ପ୍ରବନ୍ଧକ ସୁବ୍ରତ କୁମାର ସେଠୀ, ମୁଖ୍ୟ ପ୍ରବନ୍ଧକ ପ୍ରଶାନ୍ତ କୁମାର ସାହୁ, ମୁଖ୍ୟ ପ୍ରବନ୍ଧକ ମମତା ନନ୍ଦଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri