ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରି ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆଇଏମ୍‌ଡ଼ି ସୂଚନା ଅନୁଯାୟୀ ବାତ୍ୟା ବାଲେଶ୍ୱର ପାଖାପାଖି ଲ୍ୟାଣ୍ଡଫଲ୍‌ କରିବାକୁ ଥିବାରୁ ଏହାର ମୁକାବିଲା ଓ ପୁନରୁଦ୍ଧାର ଉପରେ ଏଡିଜି ଗୁରୁତ୍ୱାରୋପ କରି ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଓ ଅଗ୍ନିଶମ ବିଭାଗର ଟିମ୍‌କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ପୋଲିସ ପକ୍ଷରୁ ୧୫ ପ୍ଲାଟୁନ ପୋଲିସ ଫୋର୍ସଙ୍କୁ ନିୟୋଜିତ କରାଯାଇଛି। ବାଲେଶ୍ୱରରେ ୧୨ଟି ଓଡ୍ରାଫ ଟିମ୍‌ ପହଞ୍ଚତ୍ ସାରିଛନ୍ତି। ଓଡ୍ରାଫ୍‌ ସହ ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବିଭାଗ ମିଳିତ ଭାବେ ପ୍ରସ୍ତୁତ ରହିଛନ୍ତି। ସେହିପରି ଭଦ୍ରକର ବିଭିନ୍ନ ସ୍ଥାନରେ ମୁତୟନ ଲାଗି ୨ ଏନ୍‌ଡିଆର୍‌ଏଫ୍‌ ଓ ୨ ଓଡ୍ରାଫ ଟିମ୍‌ ସୋମବାର ଜିଲା ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି।
ଜେଠଓ୍ବା ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଓ ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ସହ ଆଲୋଚନା କରିଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାରଙ୍କ ଅନୁଦାନରେ ୨୦କୋଟି ଟଙ୍କାର କିଣାଯାଇଥିବା ନୂତନ ଯନ୍ତ୍ରାଂଶ ଓଡ୍ରାଫ୍‌ ନିକଟରେ ମହଜୁଦ ରହିଛି। ସେଥିମଧ୍ୟରୁ ଅତ୍ୟାଧୁନିକ ଟ୍ରି କଟର, ଗ୍ୟାସ୍‌ କଟର, କଂକ୍ରିଟ୍‌ କଟର ସହିତ ଏହି ଯନ୍ତ୍ରାଂଶଗୁଡ଼ିକୁ ଚଳାଇବା ପାଇଁ ଜେନେରେଟର, ଟାୱାର ଲାଇଟ୍‌ ଓ ଟର୍ଚ୍ଚ ଲାଇଟ୍‌, ବୋଟ୍‌ ସହ ଓଡ଼ିଶା ଓଡ୍ରାଫ୍‌ ଟିମ୍‌ ପ୍ରସ୍ତୁତ ରହିଛି। ସାମୁଦ୍ରିକ ଅଞ୍ଚଳର ୧୪୦ ଗ୍ରାମ ଚିହ୍ନଟ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ୧୨ଶହରୁ ଊର୍ଦ୍ଧ୍ୱ ସ୍ଥାୟୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀରେ ଲୋକମାନଙ୍କୁ ରଖାଯିବାର ପଦକ୍ଷେପ ଆରମ୍ଭ ହୋଇଛି। ୧୪୦ଗ୍ରାମର ୧ଲକ୍ଷ ୨୦ହଜାର ଲୋକଙ୍କୁ ସ୍ଥାନାନ୍ତର ନିମନ୍ତେ ଟାର୍ଗେଟ୍‌ କରାଯାଇଛି। ବାତ୍ୟାର ଭୟାବହତାକୁ ଦେଖି କୋଭିଡ୍‌ ନିୟମକୁ ଅନୁଧ୍ୟାନ କରି ଲୋକମାନଙ୍କୁ ସ୍ଥାନାନ୍ତରିତ କରାଯିବା ଉପରେ ଗୁରୁତ୍ୱ ଦିଆଯିବ। ଏସ୍‌ପି ମିଶ୍ର ବାତ୍ୟା ମୁକାବିଲା ଲାଗି ଲୋକଙ୍କୁ ସଚେତନ କରାଇଛନ୍ତି।
ପରେ ଏଡିଜି ଜେଠଓ୍ବା ଭଦ୍ରକ ରିଜର୍ଭ ପୋଲିସ ପଡ଼ିଆରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ସମୀକ୍ଷା ପରେ ଏଡିଜି ଜେଠଓ୍ବା ସୂଚନା ଦେଇଛନ୍ତି, ଜିଲାର ୫୪ କିଲୋମିଟର ସମୁଦ୍ର ଉପକୂଳରେ ଥିବା ୫ ଥାନା, ୩ ମେରାଇନ ଥାନା ଅଧୀନ ୧୪ଟି ପଞ୍ଚାୟତର ୪୧ ଗ୍ରାମର ୯୪ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ କିପରି ଅଣାଯାଇପାରିବ, ସେଥିପାଇଁ ଓଡ୍ରାଫ୍‌ ଓ ପୋଲିସ ମିଳିତ ଭାବେ କାର୍ଯ୍ୟ କରିବ। ୧୫ ପ୍ଲାଟୁନ ପୋଲିସ ଫୋର୍ସ ମଧ୍ୟ ମୁତୟନ ହେବେ। ଏହି ଟିମ୍‌ ବାତ୍ୟା ପୂର୍ବରୁ, ବାତ୍ୟା ସମୟରେ ଓ ପରେ ଲୋକଙ୍କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ରହିବେ। ସୋମବାରଠାରୁ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ବୈଠକରେ ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକ, ଭଦ୍ରକ ଏସ୍‌ପି ଚରଣ ସିଂ ମୀନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri