ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରି ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆଇଏମ୍‌ଡ଼ି ସୂଚନା ଅନୁଯାୟୀ ବାତ୍ୟା ବାଲେଶ୍ୱର ପାଖାପାଖି ଲ୍ୟାଣ୍ଡଫଲ୍‌ କରିବାକୁ ଥିବାରୁ ଏହାର ମୁକାବିଲା ଓ ପୁନରୁଦ୍ଧାର ଉପରେ ଏଡିଜି ଗୁରୁତ୍ୱାରୋପ କରି ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଓ ଅଗ୍ନିଶମ ବିଭାଗର ଟିମ୍‌କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ପୋଲିସ ପକ୍ଷରୁ ୧୫ ପ୍ଲାଟୁନ ପୋଲିସ ଫୋର୍ସଙ୍କୁ ନିୟୋଜିତ କରାଯାଇଛି। ବାଲେଶ୍ୱରରେ ୧୨ଟି ଓଡ୍ରାଫ ଟିମ୍‌ ପହଞ୍ଚତ୍ ସାରିଛନ୍ତି। ଓଡ୍ରାଫ୍‌ ସହ ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବିଭାଗ ମିଳିତ ଭାବେ ପ୍ରସ୍ତୁତ ରହିଛନ୍ତି। ସେହିପରି ଭଦ୍ରକର ବିଭିନ୍ନ ସ୍ଥାନରେ ମୁତୟନ ଲାଗି ୨ ଏନ୍‌ଡିଆର୍‌ଏଫ୍‌ ଓ ୨ ଓଡ୍ରାଫ ଟିମ୍‌ ସୋମବାର ଜିଲା ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି।
ଜେଠଓ୍ବା ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଓ ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ସହ ଆଲୋଚନା କରିଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାରଙ୍କ ଅନୁଦାନରେ ୨୦କୋଟି ଟଙ୍କାର କିଣାଯାଇଥିବା ନୂତନ ଯନ୍ତ୍ରାଂଶ ଓଡ୍ରାଫ୍‌ ନିକଟରେ ମହଜୁଦ ରହିଛି। ସେଥିମଧ୍ୟରୁ ଅତ୍ୟାଧୁନିକ ଟ୍ରି କଟର, ଗ୍ୟାସ୍‌ କଟର, କଂକ୍ରିଟ୍‌ କଟର ସହିତ ଏହି ଯନ୍ତ୍ରାଂଶଗୁଡ଼ିକୁ ଚଳାଇବା ପାଇଁ ଜେନେରେଟର, ଟାୱାର ଲାଇଟ୍‌ ଓ ଟର୍ଚ୍ଚ ଲାଇଟ୍‌, ବୋଟ୍‌ ସହ ଓଡ଼ିଶା ଓଡ୍ରାଫ୍‌ ଟିମ୍‌ ପ୍ରସ୍ତୁତ ରହିଛି। ସାମୁଦ୍ରିକ ଅଞ୍ଚଳର ୧୪୦ ଗ୍ରାମ ଚିହ୍ନଟ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ୧୨ଶହରୁ ଊର୍ଦ୍ଧ୍ୱ ସ୍ଥାୟୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀରେ ଲୋକମାନଙ୍କୁ ରଖାଯିବାର ପଦକ୍ଷେପ ଆରମ୍ଭ ହୋଇଛି। ୧୪୦ଗ୍ରାମର ୧ଲକ୍ଷ ୨୦ହଜାର ଲୋକଙ୍କୁ ସ୍ଥାନାନ୍ତର ନିମନ୍ତେ ଟାର୍ଗେଟ୍‌ କରାଯାଇଛି। ବାତ୍ୟାର ଭୟାବହତାକୁ ଦେଖି କୋଭିଡ୍‌ ନିୟମକୁ ଅନୁଧ୍ୟାନ କରି ଲୋକମାନଙ୍କୁ ସ୍ଥାନାନ୍ତରିତ କରାଯିବା ଉପରେ ଗୁରୁତ୍ୱ ଦିଆଯିବ। ଏସ୍‌ପି ମିଶ୍ର ବାତ୍ୟା ମୁକାବିଲା ଲାଗି ଲୋକଙ୍କୁ ସଚେତନ କରାଇଛନ୍ତି।
ପରେ ଏଡିଜି ଜେଠଓ୍ବା ଭଦ୍ରକ ରିଜର୍ଭ ପୋଲିସ ପଡ଼ିଆରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ସମୀକ୍ଷା ପରେ ଏଡିଜି ଜେଠଓ୍ବା ସୂଚନା ଦେଇଛନ୍ତି, ଜିଲାର ୫୪ କିଲୋମିଟର ସମୁଦ୍ର ଉପକୂଳରେ ଥିବା ୫ ଥାନା, ୩ ମେରାଇନ ଥାନା ଅଧୀନ ୧୪ଟି ପଞ୍ଚାୟତର ୪୧ ଗ୍ରାମର ୯୪ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ କିପରି ଅଣାଯାଇପାରିବ, ସେଥିପାଇଁ ଓଡ୍ରାଫ୍‌ ଓ ପୋଲିସ ମିଳିତ ଭାବେ କାର୍ଯ୍ୟ କରିବ। ୧୫ ପ୍ଲାଟୁନ ପୋଲିସ ଫୋର୍ସ ମଧ୍ୟ ମୁତୟନ ହେବେ। ଏହି ଟିମ୍‌ ବାତ୍ୟା ପୂର୍ବରୁ, ବାତ୍ୟା ସମୟରେ ଓ ପରେ ଲୋକଙ୍କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ରହିବେ। ସୋମବାରଠାରୁ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ବୈଠକରେ ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକ, ଭଦ୍ରକ ଏସ୍‌ପି ଚରଣ ସିଂ ମୀନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri