ସାମାଜିକ ନବସୃଜନକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୯।୨: ଦେଶର ପ୍ରମୁଖ ସାମାଜିକ ଅନୁଷ୍ଠାନ ଇନ୍‌ଫୋସିସ୍‌ ଫାଉଣ୍ଡେଶନ ପକ୍ଷରୁ ଚଳିତ ବର୍ଷ ପାଇଁ ‘ଆରୋହଣ ସାମାଜିକ ଅଭିନବ ପୁରସ୍କାରର ୩ୟ ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତରେ ସାମାଜିକ ନବସୃଜନକୁ ଆଗକୁ ନେବା ପାଇଁ ଫାଉଣ୍ଡେଶନ ଉକ୍ତ ପୁରସ୍କାର କାର୍ଯ୍ୟକ୍ରମରେ ଭାଗନେବାକୁ ଦେଶର ବିଭିନ୍ନ ସ୍ଥାନରୁ ଅଭିନବ ଓ ସାମାଜିକ ଉଦ୍ୟୋଗୀଙ୍କୁ ଆମନ୍ତ୍ରଣ କରୁଛି। ବିଶେଷକରି ଆରୋହଣ ସୋସିଆଲ ଇନୋଭେଶନ ପୁରସ୍କାର-୨୦୨୩ ବ୍ୟକ୍ତିବିଶେଷ, ଦଳ ଓ ଏନ୍‌ଜିଓଗୁଡ଼ିକୁ ସ୍ବତନ୍ତ୍ର ବୈଷୟିକ ଆଧାରିତ ସମାଧାନର ବିକାଶ ପାଇଁ ଉତ୍ସାହିତ ଓ ପୁରସ୍କୃତ କରିଥାଏ। ଫଳରେ ଦେଶର ଅଳ୍ପ ସଂଖ୍ୟକ ଲୋକଙ୍କ ପାଇଁ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପାର୍ଥକ୍ୟ ଆଣିବାରେ ସାମର୍ଥ୍ୟ ରଖେ ବୋଲି ଫାଉଣ୍ଡେଶନ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଇନ୍‌ଫୋସିସ୍‌ ଫାଉଣ୍ଡେଶନର ବିଜେତାଙ୍କୁ ୫୦ ଲକ୍ଷ ପର୍ଯ୍ୟନ୍ତ ମୋଟ ୨କୋଟି ଟଙ୍କାର ପୁରସ୍କାର ପ୍ରଦାନ କରିବ।
ଏ ସମ୍ପର୍କରେ ଇନ୍‌ଫୋସିସ୍‌ ଫାଉଣ୍ଡେଶନର ପ୍ରମୁଖ ସୁମିତ ଭିରାମଣୀ କହିଛନ୍ତି, ଆମେ ସର୍ବଦା ସାମାଜିକ କଲ୍ୟାଣ ଦିଗରେ ନିରନ୍ତର କାର୍ଯ୍ୟ କରିବାର ଶକ୍ତି ଉପରେ ବିଶ୍ୱାସ ରଖିଥାଉ। ଏପରିକି ଆରୋହଣ ସୋସିଆଲ ଫାଉଣ୍ଡେଶନର ପୁରସ୍କାରଗୁଡ଼ିକ ଏକ ପ୍ଲାଟ୍‌ଫର୍ମ ମାଧ୍ୟମରେ ଉକ୍ତ ଲକ୍ଷ୍ୟକୁ ଆଗକୁ ବଢାଇଥାଏ। ଯେଉଁଠାରେ ସାମାଜିକ କାର୍ଯ୍ୟକୁ ପ୍ରଭାବିତ କରିବାର ସାମର୍ଥ୍ୟ ସହ ସର୍ବୋତ୍ତମ ଉଦ୍ଭାବନଗୁଡ଼ିକ ମୂଲ୍ୟବାନ୍‌, ଉତ୍ସାହିତ ଓ ପୁରସ୍କୃତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri