ଜନଜାତି ଅଞ୍ଚଳରେ ଛାତ୍ରୀଛାତ୍ରଙ୍କ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ‘ମୋ ସ୍କୁଲ୍‌’ ଅଭିଯାନର ୯ମ ପରିଚାଳନା ପରିଷଦ ବୈଠକ ଶୁକ୍ରବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ମୋ ସ୍କୁଲ୍‌ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଯୋଗଦେଇ କହିଥିଲେ, ‘ମୋ ସ୍କୁଲ୍‌’ ମାଧ୍ୟମରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ବ୍ୟାପକତା, ନିରପେକ୍ଷତା ଓ ସ୍ବଚ୍ଛତାକୁ ବଜାୟ ରଖିବା ପାଇଁ ସ୍କୁଲ୍‌ସ୍ତରରେ ମନିଟରିଂକୁ ପ୍ରାଥମିକତା ଦିଆଯାଉଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଯୋଗଦେଇ ପ୍ରକଳ୍ପ କାର୍ଯ୍ୟର ତଦାରଖ ସହ ଜନଜାତି ଅଞ୍ଚଳରେ ଥିବା ସ୍କୁଲ୍‌ ଓ ଛାତ୍ରୀଛାତ୍ରଙ୍କ ବିକାଶ ଉପରେ ଅଧିକ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ରୂପାନ୍ତରିତ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକଙ୍କ ଦକ୍ଷତା ବିକାଶ, ଶିକ୍ଷା କ୍ଷେତ୍ରରେ ଛାତ୍ରୀଛାତ୍ରଙ୍କ ଅଭିବୃଦ୍ଧି, ଶିକ୍ଷା ଉପକରଣ ଆଦି ପ୍ରସ୍ତୁତ କରିବା ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ନିୟୋଜିତ କରିବାକୁ ନିଷ୍ପତ୍ତି ହୋଇଥିଲା। ସେହିଭଳି ମୋ ସ୍କୁଲ୍‌ ଅଭିଯାନରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପ୍ରତି ଜିଲାର ୩ଜଣ ଲେଖାଏ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ପୁରସ୍କୃତ କରାଯିବ। ସ୍କୁଲ୍‌ସ୍ତରରେ ପୁରାତନ ଛାତ୍ରୀଛାତ୍ରଙ୍କୁ ନେଇ କମିଟି ଗଠନ କରାଯିବ। ଏହି କମିଟି ସ୍କୁଲ୍‌ରେ କ୍ରୀଡ଼ା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରିବ। ଏଥିସହ ପୁରାତନ ଛାତ୍ରୀଛାତ୍ର ସଂଘ ସ୍କୁଲ୍‌ ଓ ନିକଟ ଅଞ୍ଚଳରେ ବୃକ୍ଷରୋପଣ, କିଚେନ୍‌ ଗାର୍ଡେନ୍‌ ଏବଂ ଅନ୍ୟାନ୍ୟ ଗୋଷ୍ଠୀ ସହଭାଗିତାଭିତ୍ତିକ କାର୍ଯ୍ୟକ୍ରମ କରିବ। କୌଣସି କାରଣରୁ ସ୍କୁଲ୍‌ ବନ୍ଦ ହେଲେ ପିଲାଙ୍କ ପାଠପଢ଼ାରେ ଯେପରି ବ୍ୟାଘାତ ସୃଷ୍ଟି ନ ହେବ, ସେଥିପାଇଁ ୟୁନିସେଫ୍‌ ଓ ପୁରାତନ ଛାତ୍ରୀଛାତ୍ରଙ୍କ ସହଭାଗିତାରେ ଆସନ୍ତା ୨ବର୍ଷ ପାଇଁ ମୋ ସ୍କୁଲ୍‌ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯିବ। ପ୍ରଥମେ ପ୍ରାଥମିକ ବିଦ୍ୟାଳୟକୁ ଓ ପରେ ମାଧ୍ୟମିକ ବିଦ୍ୟାଳୟକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ସ୍ଥିର ହୋଇଛି।
ବୈଠକରେ ମୋ ସ୍କୁଲ୍‌ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ମୋ ସ୍କୁଲ୍‌ ଅଭିଯାନର ମୁଖ୍ୟ ପରିଳନା ଅଧିକାରୀ ଅମରଜିତ ଜେନା, ଭାରପ୍ରାପ୍ତ ଅଧିକାରୀ ପ୍ରବୀର କୁମାର ଖିଲାର, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ନିର୍ଦ୍ଦେଶିକା ପୁନମ ଗୁହା ତାପସ କୁମାରଙ୍କ ସମେତ ଢେଙ୍କାନାଳ ଜିଲାପାଳ ଓ ଖୋର୍ଦ୍ଧା ପିଡିଡିଆର୍‌ଡିଏ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri