ଜନଜାତି ଅଞ୍ଚଳରେ ଛାତ୍ରୀଛାତ୍ରଙ୍କ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ‘ମୋ ସ୍କୁଲ୍‌’ ଅଭିଯାନର ୯ମ ପରିଚାଳନା ପରିଷଦ ବୈଠକ ଶୁକ୍ରବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ମୋ ସ୍କୁଲ୍‌ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଯୋଗଦେଇ କହିଥିଲେ, ‘ମୋ ସ୍କୁଲ୍‌’ ମାଧ୍ୟମରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ବ୍ୟାପକତା, ନିରପେକ୍ଷତା ଓ ସ୍ବଚ୍ଛତାକୁ ବଜାୟ ରଖିବା ପାଇଁ ସ୍କୁଲ୍‌ସ୍ତରରେ ମନିଟରିଂକୁ ପ୍ରାଥମିକତା ଦିଆଯାଉଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଯୋଗଦେଇ ପ୍ରକଳ୍ପ କାର୍ଯ୍ୟର ତଦାରଖ ସହ ଜନଜାତି ଅଞ୍ଚଳରେ ଥିବା ସ୍କୁଲ୍‌ ଓ ଛାତ୍ରୀଛାତ୍ରଙ୍କ ବିକାଶ ଉପରେ ଅଧିକ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ରୂପାନ୍ତରିତ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକଙ୍କ ଦକ୍ଷତା ବିକାଶ, ଶିକ୍ଷା କ୍ଷେତ୍ରରେ ଛାତ୍ରୀଛାତ୍ରଙ୍କ ଅଭିବୃଦ୍ଧି, ଶିକ୍ଷା ଉପକରଣ ଆଦି ପ୍ରସ୍ତୁତ କରିବା ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ନିୟୋଜିତ କରିବାକୁ ନିଷ୍ପତ୍ତି ହୋଇଥିଲା। ସେହିଭଳି ମୋ ସ୍କୁଲ୍‌ ଅଭିଯାନରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପ୍ରତି ଜିଲାର ୩ଜଣ ଲେଖାଏ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ପୁରସ୍କୃତ କରାଯିବ। ସ୍କୁଲ୍‌ସ୍ତରରେ ପୁରାତନ ଛାତ୍ରୀଛାତ୍ରଙ୍କୁ ନେଇ କମିଟି ଗଠନ କରାଯିବ। ଏହି କମିଟି ସ୍କୁଲ୍‌ରେ କ୍ରୀଡ଼ା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରିବ। ଏଥିସହ ପୁରାତନ ଛାତ୍ରୀଛାତ୍ର ସଂଘ ସ୍କୁଲ୍‌ ଓ ନିକଟ ଅଞ୍ଚଳରେ ବୃକ୍ଷରୋପଣ, କିଚେନ୍‌ ଗାର୍ଡେନ୍‌ ଏବଂ ଅନ୍ୟାନ୍ୟ ଗୋଷ୍ଠୀ ସହଭାଗିତାଭିତ୍ତିକ କାର୍ଯ୍ୟକ୍ରମ କରିବ। କୌଣସି କାରଣରୁ ସ୍କୁଲ୍‌ ବନ୍ଦ ହେଲେ ପିଲାଙ୍କ ପାଠପଢ଼ାରେ ଯେପରି ବ୍ୟାଘାତ ସୃଷ୍ଟି ନ ହେବ, ସେଥିପାଇଁ ୟୁନିସେଫ୍‌ ଓ ପୁରାତନ ଛାତ୍ରୀଛାତ୍ରଙ୍କ ସହଭାଗିତାରେ ଆସନ୍ତା ୨ବର୍ଷ ପାଇଁ ମୋ ସ୍କୁଲ୍‌ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯିବ। ପ୍ରଥମେ ପ୍ରାଥମିକ ବିଦ୍ୟାଳୟକୁ ଓ ପରେ ମାଧ୍ୟମିକ ବିଦ୍ୟାଳୟକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ସ୍ଥିର ହୋଇଛି।
ବୈଠକରେ ମୋ ସ୍କୁଲ୍‌ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ମୋ ସ୍କୁଲ୍‌ ଅଭିଯାନର ମୁଖ୍ୟ ପରିଳନା ଅଧିକାରୀ ଅମରଜିତ ଜେନା, ଭାରପ୍ରାପ୍ତ ଅଧିକାରୀ ପ୍ରବୀର କୁମାର ଖିଲାର, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ନିର୍ଦ୍ଦେଶିକା ପୁନମ ଗୁହା ତାପସ କୁମାରଙ୍କ ସମେତ ଢେଙ୍କାନାଳ ଜିଲାପାଳ ଓ ଖୋର୍ଦ୍ଧା ପିଡିଡିଆର୍‌ଡିଏ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri