ସଫଳ ପରିଚାଳନା ଉପରେ ଗୁରୁତ୍ୱ

ଅନୁଗୋଳ/ ଢେଙ୍କାନାଳ ଅଫିସ,୨୩ ।୧୧ ମତ୍ସ୍ୟ ଚାଷର ଉନ୍ନତୀକରଣ ଓ ଏହାର ଉପାଦେୟତା ସମ୍ପର୍କରେ ସଚେତନତା ସୃଷ୍ଟି ନିମନ୍ତେ ରବିବାର ଜିଲା ମତ୍ସ୍ୟ ବିଭାଗ ତରଫରୁ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିବା ସହ ମତ୍ସ୍ୟ ଚାଷର ବିଭିନ୍ନ ବୈଷୟିକ ପ୍ରଣାଳୀ ଓ ସଫଳ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଡ. ଦେବାଶିଷ ମିଶ୍ର ଯୋଗଦେଇ ମତ୍ସ୍ୟ ଚାଷର ବୈଜ୍ଞାନିକ ପ୍ରଣାଳୀ ଉପରେ ଆଲୋକପାତ କରିଥିଲେ। ଉପମତ୍ସ୍ୟ ଅଧିକାରୀ (ଅନୁଗୋଳ ମଣ୍ଡଳ) ବବିତା ମହନ୍ତ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲା ମତ୍ସ୍ୟ ଅଧିକାରୀ ରାଜେନ୍ଦ୍ର କୁମାର ପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏହି ଅବସରରେ ଏ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଅଗ୍ରଣୀ ଚାଷୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଜିଲାର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅତିରିକ୍ତ ମତ୍ସ୍ୟ ଅଧିକାରୀ ବିଜୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ଢେଙ୍କାନାଳ ଜିଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ କାଯର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ଜିଲାକୁ ମତ୍ସ୍ୟ ଉପତ୍ାଦନ କ୍ଷେତ୍ରରେ ସ୍ବୟଂସମ୍ପୂର୍ଣ୍ଣ କରିବା ନିମନ୍ତେ ମତ୍ସ୍ୟଚାଷୀମାନଙ୍କୁ ଉତ୍ସାହିତ କରିଥିଲେ। ଜିଲା ମତ୍ସ୍ୟ ଅଧିକାରୀ ପ୍ରଦୀପ୍ତ କିଶୋର ଭୂୟାଁ ମତ୍ସ୍ୟ ଚାଷୀମାନଙ୍କ ଆୟ ବୃଦ୍ଧି ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ। ଏହି ଅବସରରେ ହିତାଧିକାରୀମାନଙ୍କୁ ଚେକ୍‌ ମାଧ୍ୟମରେ ରିହାତି ଅର୍ଥ ପ୍ରଦାନ କରାଯାଇଥିଲା। ସହକାରୀ ମତ୍ସ୍ୟ ଅଧିକାରୀ ମନ୍ଦାକିନୀ ମାଳା ପ୍ରଧାନ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟତମ ସହକାରୀ ମତ୍ସ୍ୟ ଅଧିକାରୀ ଶୋଭନ ସାମଲ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ୫୫ଜଣ ମତ୍ସ୍ୟଜାବୀ, ମତ୍ସ୍ୟଚାଷୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?