ଶିଶୁଙ୍କୁ ପାଠ ପଢାଇବା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି, ୧୨।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବୁଧବାର ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳିତ ହୋଇଯାଇଛି ଏହି ଅବସରରେ ଉକ୍ତ ବ୍ଲକ ବାଡାବାଙ୍ଗା ପଞ୍ଚାୟତ ଆଦିବାସୀ ଅଧୁଷିତ ଗ୍ରାମ ଶିକାକେତା ଠାରେ ଏହି ଦିବସ ପ୍ରେମ ଅନୁଷ୍ଠାନର ଛାୟାକାନ୍ତ ପ୍ରଧାନଙ୍କ ନେତୃତ୍ୱରେ ହୋଇଯାଇଛି। ଶିଶୁଙ୍କ ମୌଳିକ ଅଧିକାର ସମ୍ପର୍କରେ ଆଲୋଚନା କରାଯାଇଥିବା ବେଳେ ସେମାନଙ୍କ ଉଜ୍ବଳ ଭବିଷ୍ୟତ ପାଇଁ ଉତ୍ତମ ଶିକ୍ଷାଦାନ ଦିଆଯିବା ଆବଶ୍ୟକ ସେମାନଙ୍କୁ କୌଣସି ପରିସ୍ଥିତିରେ ଶ୍ରମିକ ଭାବେ କାର୍ଯ୍ୟରେ ନିୟୋଜିତ କରାଯିବା ଅପରାଧ ଅଟେ ତେଣୁ ଶିଶୁ ଶ୍ରମିକକୁ ନା କହିବା ସହ ସେମାନଙ୍କୁ ପାଠ ପଢାଇବାକୁ ପରାମର୍ଶ ଦିଆଯାଇଥିଲା। ଶିଶୁ ଶ୍ରମିକ ହଟାଇ ସେମାନଙ୍କୁ ସ୍କୁଲ ପଠାଇବାକୁ ସମସ୍ତେ ପଦକ୍ଷେପ ନେବା ଜରୁରୀ ଆବଶ୍ୟକ ବୋଲି ଲୋକଙ୍କୁ ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶିକାକେତା ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରତ୍ୟୁଷ ପ୍ରଧାନ ସମେତ ଅଙ୍ଗନାୱାଡି କର୍ମୀଙ୍କ ସମେତ ଗ୍ରାମବାସୀ, ଅଭିଭାବକ, ଶିଶୁ ମାନେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମ ବ୍ଲକ ଅଞ୍ଚଳରେ ଲଗାତାର ୨୦ ଦିନ ପର୍ଯ୍ୟନ୍ତ ସଚେତନ କରାଯାଇ ଉକ୍ତ ଅଞ୍ଚଳରେ ଶିଶୁ ଶ୍ରମିକ ଯେମିତି କେହିବି ହେବେ ନାହିଁ ସେନେଇ ଜୋରଦାର ପ୍ରୟାସ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri