ଶିଶୁଙ୍କୁ ପାଠ ପଢାଇବା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି, ୧୨।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବୁଧବାର ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳିତ ହୋଇଯାଇଛି ଏହି ଅବସରରେ ଉକ୍ତ ବ୍ଲକ ବାଡାବାଙ୍ଗା ପଞ୍ଚାୟତ ଆଦିବାସୀ ଅଧୁଷିତ ଗ୍ରାମ ଶିକାକେତା ଠାରେ ଏହି ଦିବସ ପ୍ରେମ ଅନୁଷ୍ଠାନର ଛାୟାକାନ୍ତ ପ୍ରଧାନଙ୍କ ନେତୃତ୍ୱରେ ହୋଇଯାଇଛି। ଶିଶୁଙ୍କ ମୌଳିକ ଅଧିକାର ସମ୍ପର୍କରେ ଆଲୋଚନା କରାଯାଇଥିବା ବେଳେ ସେମାନଙ୍କ ଉଜ୍ବଳ ଭବିଷ୍ୟତ ପାଇଁ ଉତ୍ତମ ଶିକ୍ଷାଦାନ ଦିଆଯିବା ଆବଶ୍ୟକ ସେମାନଙ୍କୁ କୌଣସି ପରିସ୍ଥିତିରେ ଶ୍ରମିକ ଭାବେ କାର୍ଯ୍ୟରେ ନିୟୋଜିତ କରାଯିବା ଅପରାଧ ଅଟେ ତେଣୁ ଶିଶୁ ଶ୍ରମିକକୁ ନା କହିବା ସହ ସେମାନଙ୍କୁ ପାଠ ପଢାଇବାକୁ ପରାମର୍ଶ ଦିଆଯାଇଥିଲା। ଶିଶୁ ଶ୍ରମିକ ହଟାଇ ସେମାନଙ୍କୁ ସ୍କୁଲ ପଠାଇବାକୁ ସମସ୍ତେ ପଦକ୍ଷେପ ନେବା ଜରୁରୀ ଆବଶ୍ୟକ ବୋଲି ଲୋକଙ୍କୁ ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶିକାକେତା ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରତ୍ୟୁଷ ପ୍ରଧାନ ସମେତ ଅଙ୍ଗନାୱାଡି କର୍ମୀଙ୍କ ସମେତ ଗ୍ରାମବାସୀ, ଅଭିଭାବକ, ଶିଶୁ ମାନେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମ ବ୍ଲକ ଅଞ୍ଚଳରେ ଲଗାତାର ୨୦ ଦିନ ପର୍ଯ୍ୟନ୍ତ ସଚେତନ କରାଯାଇ ଉକ୍ତ ଅଞ୍ଚଳରେ ଶିଶୁ ଶ୍ରମିକ ଯେମିତି କେହିବି ହେବେ ନାହିଁ ସେନେଇ ଜୋରଦାର ପ୍ରୟାସ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ, ସମସ୍ୟା ଦେଖି କହିଲେ…

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ପି.ଅନ୍ବେଷା ରେଡ୍ଡୀ କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ଗୁରୁବାର ପରିଦର୍ଶନ କରିଛନ୍ତି। ପ୍ରଥମେ ବେଳଖଣ୍ଡି ଗ୍ରାମର ଜଳମଗ୍ନ ବା ବୁଡି...

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ବଜେଟରେ କୃଷି ଏବଂ କୃଷକଙ୍କୁ ବଡ଼ ଗୁରୁତ୍ୱ: କୃଷି ପାଇଁ ଏତିକି କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଆହତ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ଜଂଘିରା ସେକସନ ହୁଣ୍ଡା ଗ୍ରାମରେ ବୁଧବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ...

ଗାଁ ପୋଖରୀରେ ବୁଡ଼ି ଭାଇ ଭଉଣୀ ମୃତ, ଅନ୍ୟ ଜଣେ ଶିଶୁ ଜୀବିତ

ଖଲ୍ଲିକୋଟ,୨୫।୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଦପଲ୍ଲୀ ପଞ୍ଚାୟତର ମରେଇନୂଆଁ ଗାଁ’ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ଗାଧୋଉଥିବା ସମୟରେ ପୋଖରୀ...

ଶୌଚ ହେବାକୁ ଯାଇ ଦଳିଦେଲା ହାତୀ, ଚାଲିଗଲା ଜଣଙ୍କ ଜୀବନ

ବଣାଇ,୨୫ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡା ରେଞ୍ଜ ଅଧୀନସ୍ଥ ଜାମୁଦର ଗ୍ରାମରେ ଘଟିଛି ଏକ ଅଘଟଣ। ଶୌଚ ହେବାକୁ ଯାଇଥିବା ବ୍ୟକ୍ତି ହାତୀ...

ସପରିବାର ଆତ୍ମାହୁତି ଦେବାକୁ ଧମକ ଦେଇଥିଲେ ଗୀତାଞ୍ଜଳି, ବନପାଳ ଭାବେ ନିଯୁକ୍ତି ଦେଲା ବନବିଭାଗ

ଅମରପାଲି,୨୫ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆ ଯାଉ ନ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri