ମିଲେଟ ମିଶନର ପ୍ରଚାର ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ,୩୧।୫: ଅନୁଗୋଳ ଜିଲା କୃଷି ବିଭାଗ ଓ ଓ୍ବାସାନର ମିଳିତ ସହଯୋଗରେ ଅନୁଗୋଳସ୍ଥିତ ଏକ ହୋଟେଲଠାରେ ଆନ୍ତଃ ଜିଲା ମିଲେଟ କର୍ମଶାଳା ଓ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଢେଙ୍କାନାଳ, ଅନୁଗୋଳ ଓ ବୌଦ୍ଧ ଜିଲାର ସ୍ବୟଂ ସହାୟକ ଗୋଷ୍ଠୀର ଶତାଧିକ ସଦସ୍ୟା ଯୋଗଦେଇ ମାଣ୍ଡିଆ, ଯଅ, ସୁଅଁା, ବାଜରା ଆଦିରୁ ବିଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତ କରି ମେଳାରେ ପ୍ରଦର୍ଶନ କରିଥିଲେ। ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରମିଲ କୁମାର ସ୍ବାଇଁ ସ୍ବୟଂ ସହାୟକ ଗୋଷ୍ଠୀ ଓ ମିଲେଟ କୃଷି ସହିତ ସମ୍ପୃକ୍ତ ଚାଷୀମାନଙ୍କୁ ଏହି ଖାଦ୍ୟ ମେଳାକୁ ସ୍ବାଗତ ଜଣାଇଥିଲେ।
ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ପରିଷଦ ସଭାପତି ବବିତା ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷି କ୍ଷେତ୍ରର ଉନ୍ନତି ଓ ବ୍ୟାପକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଅତିରିକ୍ତ ଜିଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁ ଓ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ ମିଶନ ଶକ୍ତି ମାଧ୍ୟମରେ ଜିଲାରେ ମିଲେଟ ମିଶନର ପ୍ରଚାର ପ୍ରସାର ଉପରେ ଗୁରୁତ୍ୱାରୋପ କରିଥିଲେ। ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ. ଦେବାଶିଷ ମିଶ୍ର, ଓରମାସ୍‌ର ଉପ କାର୍ଯ୍ୟନିର୍ବାହୀ ଅଧିକାରୀ ସୌରଭମୟ ଦାସ, ଜେଏସ୍‌ପିଏଲ୍‌ର ଜେନେରାଲ ମ୍ୟାନେଜର ପୁଷ୍ପଲତା ଶତପଥୀ, ନାଲ୍‌କୋର ଡିଜିଏମ୍‌ ଶୁଭେନ୍ଦୁ କୁମାର ନାୟକ, ଓଡ଼ିଶା ଜୀବିକା ମିଶନର ଡିପିଏମ୍‌ ଡ. ଚନ୍ଦନ ବେହେରା, ମିଶନ ଶକ୍ତିର ଜିଲା ପ୍ରକଳ୍ପ ସଂଯୋଜକ ବସନ୍ତ କୁମାର ମଲ୍ଲିକ, ଜିଲା ସଂଯୋଜକ (ଏପିସି) ଆଶିଷ ରଥ ମିଲେଟ ମିଶନ ସମ୍ପର୍କରେ ମତ ରଖିଥିଲେ। କୃଷି ଓ ଖାଦ୍ୟ ପ୍ରସ୍ତୁତି ବିଭାଗ ସ୍ବତନ୍ତ୍ର ଅଧିକାରୀ ଅଂଶୁମାନ ପଟ୍ଟନାୟକ କର୍ମଶାଳାର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। କୋରାପୁଟ ବ୍ଲକ କୃଷି ଅଧିକାରୀ ତାପସ ଚନ୍ଦ୍ର ରାୟ ମିଲେଟ ଶସ୍ୟ ଦ୍ୱାରା ପ୍ରସ୍ତୁତ ଖାଦ୍ୟର ଉପଯୋଗିତା ସମ୍ପର୍କରେ ବୁଝାଇଥିଲେ। ସାତକୋଶିଆ ଅଞ୍ଚଳର ଚାଷୀ ଅଜିତ କୁମାର ପ୍ରଧାନ ମାଣ୍ଡିଆ ଚାଷର ସୁରକ୍ଷା ଓ ଅଧିକ ପ୍ରୋତ୍ସାହନ ପାଇଁ ଅନୁରୋଧ କରିଥିଲେ। ଶେଷରେ ଅତିଥିମାନେ ଖାଦ୍ୟ ମେଳା ବୁଲି ଦେଖିବା ସହ ପୁରସ୍କାର ପ୍ରଦାନ କରିଥିଲେ। ମିଲେଟ ମିଶନର ପ୍ରକଳ୍ପ ସଂଯୋଜକ ଅମୂଲ୍ୟ ଚୌଧୁରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri