ମିଲେଟ ମିଶନର ପ୍ରଚାର ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ,୩୧।୫: ଅନୁଗୋଳ ଜିଲା କୃଷି ବିଭାଗ ଓ ଓ୍ବାସାନର ମିଳିତ ସହଯୋଗରେ ଅନୁଗୋଳସ୍ଥିତ ଏକ ହୋଟେଲଠାରେ ଆନ୍ତଃ ଜିଲା ମିଲେଟ କର୍ମଶାଳା ଓ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଢେଙ୍କାନାଳ, ଅନୁଗୋଳ ଓ ବୌଦ୍ଧ ଜିଲାର ସ୍ବୟଂ ସହାୟକ ଗୋଷ୍ଠୀର ଶତାଧିକ ସଦସ୍ୟା ଯୋଗଦେଇ ମାଣ୍ଡିଆ, ଯଅ, ସୁଅଁା, ବାଜରା ଆଦିରୁ ବିଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତ କରି ମେଳାରେ ପ୍ରଦର୍ଶନ କରିଥିଲେ। ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରମିଲ କୁମାର ସ୍ବାଇଁ ସ୍ବୟଂ ସହାୟକ ଗୋଷ୍ଠୀ ଓ ମିଲେଟ କୃଷି ସହିତ ସମ୍ପୃକ୍ତ ଚାଷୀମାନଙ୍କୁ ଏହି ଖାଦ୍ୟ ମେଳାକୁ ସ୍ବାଗତ ଜଣାଇଥିଲେ।
ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ପରିଷଦ ସଭାପତି ବବିତା ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷି କ୍ଷେତ୍ରର ଉନ୍ନତି ଓ ବ୍ୟାପକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଅତିରିକ୍ତ ଜିଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁ ଓ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ ମିଶନ ଶକ୍ତି ମାଧ୍ୟମରେ ଜିଲାରେ ମିଲେଟ ମିଶନର ପ୍ରଚାର ପ୍ରସାର ଉପରେ ଗୁରୁତ୍ୱାରୋପ କରିଥିଲେ। ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ. ଦେବାଶିଷ ମିଶ୍ର, ଓରମାସ୍‌ର ଉପ କାର୍ଯ୍ୟନିର୍ବାହୀ ଅଧିକାରୀ ସୌରଭମୟ ଦାସ, ଜେଏସ୍‌ପିଏଲ୍‌ର ଜେନେରାଲ ମ୍ୟାନେଜର ପୁଷ୍ପଲତା ଶତପଥୀ, ନାଲ୍‌କୋର ଡିଜିଏମ୍‌ ଶୁଭେନ୍ଦୁ କୁମାର ନାୟକ, ଓଡ଼ିଶା ଜୀବିକା ମିଶନର ଡିପିଏମ୍‌ ଡ. ଚନ୍ଦନ ବେହେରା, ମିଶନ ଶକ୍ତିର ଜିଲା ପ୍ରକଳ୍ପ ସଂଯୋଜକ ବସନ୍ତ କୁମାର ମଲ୍ଲିକ, ଜିଲା ସଂଯୋଜକ (ଏପିସି) ଆଶିଷ ରଥ ମିଲେଟ ମିଶନ ସମ୍ପର୍କରେ ମତ ରଖିଥିଲେ। କୃଷି ଓ ଖାଦ୍ୟ ପ୍ରସ୍ତୁତି ବିଭାଗ ସ୍ବତନ୍ତ୍ର ଅଧିକାରୀ ଅଂଶୁମାନ ପଟ୍ଟନାୟକ କର୍ମଶାଳାର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। କୋରାପୁଟ ବ୍ଲକ କୃଷି ଅଧିକାରୀ ତାପସ ଚନ୍ଦ୍ର ରାୟ ମିଲେଟ ଶସ୍ୟ ଦ୍ୱାରା ପ୍ରସ୍ତୁତ ଖାଦ୍ୟର ଉପଯୋଗିତା ସମ୍ପର୍କରେ ବୁଝାଇଥିଲେ। ସାତକୋଶିଆ ଅଞ୍ଚଳର ଚାଷୀ ଅଜିତ କୁମାର ପ୍ରଧାନ ମାଣ୍ଡିଆ ଚାଷର ସୁରକ୍ଷା ଓ ଅଧିକ ପ୍ରୋତ୍ସାହନ ପାଇଁ ଅନୁରୋଧ କରିଥିଲେ। ଶେଷରେ ଅତିଥିମାନେ ଖାଦ୍ୟ ମେଳା ବୁଲି ଦେଖିବା ସହ ପୁରସ୍କାର ପ୍ରଦାନ କରିଥିଲେ। ମିଲେଟ ମିଶନର ପ୍ରକଳ୍ପ ସଂଯୋଜକ ଅମୂଲ୍ୟ ଚୌଧୁରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ...

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ...

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ...

ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼,୧୦।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୋଦି...

ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ...

ଭାଜପାର ମୋଟର ସାଇକେଲ ରାଲି

କେସିଙ୍ଗା,୧୦।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବୋରିଙ୍ଗପଦର ଠାରୁ ସହରର ବଗାଡ଼ ଯାଏ ଭାଜପାର ମୋଟର ସାଇକେଲ ରାଲି ଟାଉନ ସଭାପତି ମଗନ ସିନ୍ଦୁରଙ୍କ...

ଜଙ୍ଗଲରେ ନିଆଁ ଲଗାଇ ପୋଡୁ ଚାଷ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା

ଦାରିଙ୍ଗବାଡ଼ି,୧୦।୫(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନିଆଁ ଲିଭିବାର ନାଁ ଧରୁନି। କେତେବେକେ ଶିକାର ଉଦ୍ଦେଶ୍ୟରେ ତ କେତେବେଳେ ପୋଡୁ ଚାଷ ପାଇଁ...

କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା

ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri