ଶ୍ରଦ୍ଧାଳୁଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ପୁରୀ ଅଫିସ,୭ା୬:ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ସୋମବାର ପୁରୀ ସର୍କିଟ ହାଉସ୍‌ରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବାକୁ ଥିବାରୁ ବ୍ୟାପକ ପ୍ରସ୍ତୁତି ନେଇ ଜିଲାପାଳ ସମର୍ଥ ବର୍ମା ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ମହାପ୍ରଭୁଙ୍କ ହାତୀବେଶ ଦର୍ଶନ କରିବେ ଭକ୍ତ। ଏଣୁ ସ୍ନାନବେଦି ସଂଶ୍ଳିଷ୍ଟ ଅଞ୍ଚଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରିବା ସହ ସୁରକ୍ଷା ବ୍ୟବସ୍ଥା ଉପରେ ଧ୍ୟାନ ଦିଆଯିବ ବୋଲି ଏସ୍‌ପି କନଓ୍ବର ବିଶାଲ ସିଂ କହିଛନ୍ତି। ବୈଠକରେ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ସମସ୍ତ ନୀତିର ନିର୍ଦ୍ଧାରିତ ସମୟ ସମ୍ପର୍କରେ ଅବଗତ କରାଇଛନ୍ତି। ତଦନୁଯାୟୀ ସବୁ ବିଭାଗ ନିଜ ନିଜର ପ୍ରସ୍ତୁତି କରିଛନ୍ତି। ପ୍ରାଥମିକ ଚିକିତ୍ସା କେନ୍ଦ୍ର, ଆମ୍ବୁଲାନ୍ସ ବ୍ୟବସ୍ଥା, ଖାଦ୍ୟର ମାନ ଯାଞ୍ଚ, ରାସ୍ତା ମରାମତି, ରାସ୍ତାଘାଟ ପରିଷ୍କାର ପରିଚ୍ଛନ୍ନ, ଉଠାଦୋକାନୀଙ୍କୁ ସ୍ଥାନାନ୍ତର, ପାନୀୟଜଳ, ଜଳସିଞ୍ଚନ, ପରିବହନ ବ୍ୟବସ୍ଥା ଉପରେ ସ୍ବତନ୍ତ୍ର ଫୋକସ୍‌ ଦିଆଯାଇଛି। ସେହିଭଳି ସମୁଦ୍ରକୂଳରେ ଯାତ୍ରୀଙ୍କ ସୁରକ୍ଷା ଉପରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଅଟୋ ଓ ହୋଟେଲ ମାଲିକଙ୍କ ସହ ଆଲୋଚନା ସରିଥିବାରୁ କିଭଳି ଭାବେ ଯାତ୍ରୀମାନେ ଠକାମିର ଶିକାର ନ ହେବେ ସେନେଇ ଏସ୍‌ପି ଧ୍ୟାନ ଦେବେ ବୋଲି ସ୍ଥିର ହୋଇଛି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଦିଲୀପ କୁମାର ମହାପାତ୍ର, ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ପ୍ରଶାସକ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri