ଶ୍ରଦ୍ଧାଳୁଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ପୁରୀ ଅଫିସ,୭ା୬:ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ସୋମବାର ପୁରୀ ସର୍କିଟ ହାଉସ୍‌ରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବାକୁ ଥିବାରୁ ବ୍ୟାପକ ପ୍ରସ୍ତୁତି ନେଇ ଜିଲାପାଳ ସମର୍ଥ ବର୍ମା ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ମହାପ୍ରଭୁଙ୍କ ହାତୀବେଶ ଦର୍ଶନ କରିବେ ଭକ୍ତ। ଏଣୁ ସ୍ନାନବେଦି ସଂଶ୍ଳିଷ୍ଟ ଅଞ୍ଚଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରିବା ସହ ସୁରକ୍ଷା ବ୍ୟବସ୍ଥା ଉପରେ ଧ୍ୟାନ ଦିଆଯିବ ବୋଲି ଏସ୍‌ପି କନଓ୍ବର ବିଶାଲ ସିଂ କହିଛନ୍ତି। ବୈଠକରେ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ସମସ୍ତ ନୀତିର ନିର୍ଦ୍ଧାରିତ ସମୟ ସମ୍ପର୍କରେ ଅବଗତ କରାଇଛନ୍ତି। ତଦନୁଯାୟୀ ସବୁ ବିଭାଗ ନିଜ ନିଜର ପ୍ରସ୍ତୁତି କରିଛନ୍ତି। ପ୍ରାଥମିକ ଚିକିତ୍ସା କେନ୍ଦ୍ର, ଆମ୍ବୁଲାନ୍ସ ବ୍ୟବସ୍ଥା, ଖାଦ୍ୟର ମାନ ଯାଞ୍ଚ, ରାସ୍ତା ମରାମତି, ରାସ୍ତାଘାଟ ପରିଷ୍କାର ପରିଚ୍ଛନ୍ନ, ଉଠାଦୋକାନୀଙ୍କୁ ସ୍ଥାନାନ୍ତର, ପାନୀୟଜଳ, ଜଳସିଞ୍ଚନ, ପରିବହନ ବ୍ୟବସ୍ଥା ଉପରେ ସ୍ବତନ୍ତ୍ର ଫୋକସ୍‌ ଦିଆଯାଇଛି। ସେହିଭଳି ସମୁଦ୍ରକୂଳରେ ଯାତ୍ରୀଙ୍କ ସୁରକ୍ଷା ଉପରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଅଟୋ ଓ ହୋଟେଲ ମାଲିକଙ୍କ ସହ ଆଲୋଚନା ସରିଥିବାରୁ କିଭଳି ଭାବେ ଯାତ୍ରୀମାନେ ଠକାମିର ଶିକାର ନ ହେବେ ସେନେଇ ଏସ୍‌ପି ଧ୍ୟାନ ଦେବେ ବୋଲି ସ୍ଥିର ହୋଇଛି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଦିଲୀପ କୁମାର ମହାପାତ୍ର, ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ପ୍ରଶାସକ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri