ହାଇଡ୍ରୋଜେନ୍‌ ଇନ୍ଧନ ବ୍ୟବହାରକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୨୭।୪: ହାଇଡ୍ରୋଜେନ୍‌ ଇନ୍ଧନ ବ୍ୟବହାରକରି ଇସ୍ପାତ ତିଆରି କରିବା ସହ ଇସ୍ପାତ ଶିଳ୍ପର ବିକାଶ କରାଯାଇପାରିବ। ଏପରିକି ଭବିଷ୍ୟତରେ ମଧ୍ୟ ଏହାର ବ୍ୟବହାରକୁ ଗୁରୁତ୍ୱ ଦିଆଯିବା ଆବଶ୍ୟକ ବୋଲି ଉତ୍କଳ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍‌ ଦ୍ୱାରା ଆୟୋଜିତ ଷ୍ଟିଲ୍‌ ମେକିଂରେ ଭାରତର ଭବିଷ୍ୟତ ଶୀର୍ଷକ ବିଷୟର ଆଲୋଚନାଚକ୍ରକୁ ସମ୍ବୋଧିତକରି ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର(ଜେଏସ୍‌ପି)ର ପରିଚାଳନା ନିର୍ଦ୍ଦେଶକ ବିମଳେନ୍ଦ୍ର ଝା କହିଛନ୍ତି। ଉଲ୍ଲେଖଯୋଗ୍ୟ, ବୁଧବାର ଆୟୋଜିତ ଉକ୍ତ ଆଲୋଚନାଚକ୍ରରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଝା କହିଥିଲେ, ନୂତନ ଜ୍ଞାନକୌଶଳର ବିକାଶ ସହିତ ଇସ୍ପାତ ଶିଳ୍ପରେ କୋଇଲା ଉପରେ ନିର୍ଭରଶୀଳତା ଶୀଘ୍ର ଦୂରହେବ। ସେହିଭଳି ଓଡ଼ିଶା ସରକାରଙ୍କ ପ୍ରଗତିଶୀଳ ଶିଳ୍ପନୀତିକୁ ପ୍ରଶଂସାକରି ସେ କହିଛନ୍ତି, ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯିଏ ଶିଳ୍ପସଂସ୍ଥାଗୁଡ଼ିକ ଦ୍ବାରା ଇସ୍ପାତ ବ୍ୟବହାର ପାଇଁ ପୁଞ୍ଜି ପ୍ରୋତ୍ସାହନ ଦେଇଥାଏ। ସେହିପରି ଜେଏସ୍‌ପି ଦ୍ବାରା ପରିବେଶ ଅନୁକୂଳ ପଦ୍ଧତିରେ ଇସ୍ପାତ ଉତ୍ପାଦନ ସମ୍ପର୍କରେ ସେ କହିଥିଲେ, ଜେଏସ୍‌ପି ଦ୍ବାରା ବ୍ୟବହୃତ କୋଲ୍‌ ଗ୍ୟାସିଫିକେଶନ-ସିଜିପି ପଦ୍ଧତି ଏକ ସଫଳ ଜ୍ଞାନକୌଶଳ। ଏପରିକି ଇସ୍ପାତ ଉତ୍ପାଦନ ପାଇଁ ବ୍ୟବହାର କରାଉଥିବା ସିନ୍ଥେଟିକ ଗ୍ୟାସ୍‌ ସହିତ ଗ୍ୟାସିଫିକେଶନ ଅଏଲ, ଟାର୍‌, ଅମୋନିଆ ଏବଂ ଫିନୋଲ ନାପଥା ଆଦି ଉତ୍ପାଦ ମଧ୍ୟ କୋଲ୍‌ ଗ୍ୟାସିଫିକେଶନ ପଦ୍ଧତିରେ ମିଳିଥାଏ। ଯଦିଓ ଇସ୍ପାତ ଶିଳ୍ପରେ ଅଧିକ ଶକ୍ତି ବ୍ୟବହାର ହୋଇଥାଏ, ତେବେ ଶକ୍ତି ପ୍ରୟୋଗର ଦକ୍ଷତା ବୃଦ୍ଧି ଏବଂ ଅଙ୍ଗାରକାମ୍ଳ ନିର୍ଗମନ ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ବିଭିନ୍ନ ଉପାୟ ଆସିଲାଣି ବୋଲି ସେ ମତବ୍ୟକ୍ତ କରିଛନ୍ତି। ଅପରପକ୍ଷରେ ଡ. ବ୍ରହ୍ମା ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଆଲୋଚନାଚକ୍ରରେ ସେଲ୍‌ର ପୂର୍ବତନ ଅଧ୍ୟକ୍ଷ ଅରବିନ୍ଦ ପାଣ୍ଡେ, ପୂର୍ବତନ କେନ୍ଦ୍ର ସଚିବ ଅରୁଣ ରଥ, ଓଇଆର୍‌ସିର ପୂର୍ବତନ ଅଧ୍ୟକ୍ଷ ୟୁ.ଏନ୍‌. ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ୧୫୦ରୁ ଅଧିକ ବ୍ୟବସାୟୀ ଏବଂ ବରିଷ୍ଠ ପ୍ରଫେସନାଲ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri