ସମୟରେ ନୀତି ପାଳନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ପୁରୀ ଅଫିସ,୧୪।୬(ଅଜିତ ମହାନ୍ତି): ୬ଦିନ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସ୍ଥାନୀୟ ପୌରସଦନ ପରିସରରେ ତୃତୀୟ ତଥା ଶେଷ ରଥ ସମନ୍ବୟ ବୈଠକ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଭର୍ଚୁଆଲ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଯୋଗଦେଇଥିବା ବେଳେ ଶୃଙ୍ଖଳିତ ରଥଯାତ୍ରା ଉପରେ ଗୁରୁତ୍ୱ ଦେବା ସହ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି। ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହିଥାଏ। ସେଥିପାଇଁ ଠିକ୍‌ ସମୟରେ ମହାପ୍ରଭୁଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ପୁରୀକୁ ଆସୁଥିବା ଭକ୍ତଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବା ଦରକାର। ସେହିପରି ଏ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର। ଦେଶ, ବିଦେଶରୁ ଆସୁଥିବା ଭକ୍ତ ଯେପରି ଭଲ ଅନୁଭୂତି ନେଇ ଫେରିବେ, ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଉଚିତ। ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ, ପୋଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ ନେଇ ମହାପ୍ରଭୁଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ରଥଯାତ୍ରା ରୂପରେଖ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ହୋଇଥିଲା। ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ପୋଲିସ ଡିଜି ସୁନୀଲ ବଂଶଲ, ଜିଲାପାଳ ସମର୍ଥ ବର୍ମା, ଏସ୍‌ପି କନଓ୍ବର ବିଶାଲ ସିଂଙ୍କ ସମେତ ପରିଚାଳନା କମିଟି ସଦସ୍ୟ, ବରିଷ୍ଠ ସେବାୟତ ସଂଘ ପ୍ରମୁଖ ଯୋଗଦେଇ ନୀତି ସମ୍ପାଦାନ, ସ୍ବାସ୍ଥ୍ୟ, ପୌରପାଳିକା, ଆଇନଶୃଙ୍ଖଳା ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ବୈଠକ ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ କହିଥିଲେ, ରଥ ନିର୍ମାଣ କାର୍ଯ୍ୟ ଅଗ୍ରଗତି କରିଛି। ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶ୍ରଦ୍ଧାଳୁଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା କରାଯାଇଛି। ଡିଜି ସୁନୀଲ ବଂଶଲ କହିଥିଲେ, ରଥଯାତ୍ରା ଓଡ଼ିଶା ପୋଲିସ ପାଇଁ ବଡ଼ ଆହ୍ବାନ। ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ସଫଳତାର ସହ ରଥଯାତ୍ରା ଆୟୋଜିତ ହେଉଛି। ସଫଳ ଆୟୋଜନ ପାଇଁ ୧୬୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଥିଲେ, ଏବର୍ଷ ରଥଯାତ୍ରା ପାଇଁ ବ୍ୟବସ୍ଥା ଚୂଡ଼ାନ୍ତ ପର୍ଯ୍ୟାୟରେ। ରେଳବାଇ ଓ ପରିବହନ ବିଭାଗ ସହ ସମନ୍ବୟ ରଖାଯାଇଛି। ଖରାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। କୌଣସି ପ୍ରକାର ଅଘଟଣର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ନବଯୌବନ ଦର୍ଶନ ସୁଚାରୁ ରୂପେ କରିବାକୁ ସେ ସେବାୟତଙ୍କୁ ପରାମର୍ଶ ଦେଇଥିଲେ। ସେବାୟତ ଓ ପୁରୀବାସୀଙ୍କ ସମ୍ପୂର୍ଣ୍ଣ ସହଯୋଗ ରହିଛି। ବିଶାଳ ଜନସମାଗମକୁ ଦୃଷ୍ଟିରେ ରଖି ସମ୍ମିଳିତ ଉଦ୍ୟମରେ ଆମ ଗାରିମା ରକ୍ଷା କରିବାକୁ ଆଇନମନ୍ତ୍ରୀ ଜଗନ୍ନାଥ ସାରକା ପରାମର୍ଶ ଦେଇଥିଲେ। ତେବେ ପୂର୍ବ ବୈଠକରେ ୧୩ରୁ ୧୫ଟି ବିଭାଗର ଅଧିକାରୀମାନେ ଆକ୍ସନପ୍ଲାନ ଦେଇ ନ ଥିବା ବେଳେ ଏହି ବୈଠକରେ ତୁରନ୍ତ ଆକ୍ସନପ୍ଲାନ ରିପୋର୍ଟ ପ୍ରସ୍ତୁତ କରିବାକୁ କୁହାଯାଇଥିଲା। ସେହିଭଳି ଯାତ୍ରୀ ପରିକ୍ରମା ପ୍ରକଳ୍ପର କାର୍ଯ୍ୟ ଆସନ୍ତା ୧୫ତାରିଖ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟର ଆଉଟଡୋର ଆସେସ୍‌ ରୋଡ୍‌ ବା ବାହ୍ୟ ପ୍ରଦକ୍ଷଣ ମାର୍ଗର କାର୍ଯ୍ୟ ଶେଷ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲାପାଳ ପ୍ରତିକ୍ରିୟା ରଖିଥିଲେ। କିନ୍ତୁ ଅବଧି ସରିଆସୁଥିଲେ ମଧ୍ୟ ଆଉଟଡୋର ଆସେସ୍‌ ରୋଡ୍‌ର କାର୍ଯ୍ୟପନ୍ଥାକୁ ନେଇ ଅନିଶ୍ଚିତତା ଦେଖାଯାଉଥିବା ଖୋଦ୍‌ ପରିଚାଳନା କମିଟିର ସଦସ୍ୟ ସନ୍ଦେହ କରିଛନ୍ତି। ସେହିପରି ବିଦ୍ୟୁତ୍‌କାଟ ପ୍ରସଙ୍ଗରେ କିଛି ନ କହି ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ଚାଲିଯାଇଥିଲେ। ବୈଠକରେ କୌଣସି ସେବାୟତ, ବୁଦ୍ଧିଜୀବୀ, ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ପ୍ରଶ୍ନ କରିବାର ସୁଯୋଗ ନ ମିଳିବାରୁ କ୍ଷୋଭ ପ୍ରକାଶ କରିଥିଲେ। ଶେଷରେ କେନ୍ଦ୍ରାଞ୍ଚଳ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳାଇ ଧନ୍ୟବାଦ ଦେଇଥିଲେ। ବୈଠକରେ ମନ୍ତ୍ରୀ ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ଅତନୁ ସବ୍ୟସାଚୀ ନାୟକ, ଟୁକୁନି ସାହୁ, ଅଶ୍ୱିନୀ କୁମାର ପାତ୍ର, ଉନ୍ନୟନ କମିଶନର ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶକ୍ତି ବିଭାଗ ନିକୁଞ୍ଜ ବିହାରୀ ଧଳ, ଏଡିଜି ରାଧାକୃଷ୍ଣ ଶର୍ମା, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଧନେଶ୍ୱର ମଲ୍ଲିକ, ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ଡିଜି ଆଇନଶୃଙ୍ଖଳା ସଞ୍ଜୟ କୁମାର, ସଚିବ ଜି.ମାଥିଭାଥନନ, ସଚିବ ସଞ୍ଜୟ ସିଂ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ କମିଶନର ଶାଲିନୀ ପଣ୍ଡିତ, ଦେବୋତର କମିଶନର ଶିଶିର ରଥ, ଆଇଜି ସେଣ୍ଟ୍ରାଲ ରେଞ୍ଜ ଆଶିଷ ସିଂ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଯାଦବ, ଓରମାସ ସିଇଓ ଗୁହା ପୁନମ ତାପସ କୁମାର ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri