ପରମ୍ପରା-ସଂସ୍କୃତି-ସାମାଜିକ ଶିକ୍ଷା ପ୍ରତି ଗୁରୁତ୍ୱ, ଛାତ୍ରୀଛାତ୍ର ଶିଖିଲେ ପରିବେଶ ସୁରକ୍ଷା

ଦାରିଙ୍ଗବାଡ଼ି,୨୧ା୧୧: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରସ୍ବତୀ ଶିଶୁ ମନ୍ଦିରର ବନ ବିହାର କାର୍ଯ୍ୟକ୍ରମ ଡୁଲୁରୀ ପାଇନବଣଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାମନ୍ଦିରର ପରିଚାଳନା କମିଟିର ସଭାପତି ଯୁଧିଷ୍ଠିର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ ମଞ୍ଚ ସଂଯୋଜନା କରିଥିବା ବେଳେ ବିଦ୍ୟାମନ୍ଦିରର ପ୍ରଧାନଆଚାର୍ଯ୍ୟ ପ୍ରଫୁଲ କୁମାର ବଡ଼ଜେନା ଅତିଥି ପରିଚୟ ଓ ସ୍ବାଗତ ଭାଷଣ ଦେଇଥିଲେ। ସେହିପରି ସଂକୁଳ ପ୍ରମୁଖ ତୀର୍ଥବାସୀ ଘଡ଼ାଇ ଏହି ବନବିହାରର ଉଦ୍ଦେଶ୍ୟ ଓ ଛାତ୍ରୀଛାତ୍ର, ଅଭିଭାବକମାନଙ୍କ ଫାଇଦା ଓ ଜାଣିବା ଜରୁରୀ ସମ୍ପର୍କରେ କହିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦାରିଙ୍ଗବାଡ଼ି ତହସିଲଦାର ଧୀରୋଜ ପାତ୍ର ଯୋଗଦେଇଥିବା ବେଳେ ସ୍ବତନ୍ତ୍ର ଅତିଥି ଭାବେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥ, ମୁଖ୍ୟବକ୍ତା ଭାବେ ବିଭାଗର ନିରୀକ୍ଷକ ପଦ୍ମନାଭ ସାମଲ, ଅଗ୍ନିଶମ ଅଧିକାରୀ ଧବଳେଶ୍ୱର ପ୍ରଧାନ, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ପୂର୍ବତନ ସଭାପତି ରମେଶ ଚନ୍ଦ୍ର ସାହୁ,ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ବିଦ୍ୟାମନ୍ଦିର ପରିଚାଳନା କମିଟିର ସମ୍ପାଦକ ଦିଲୀପ କୁମାର ସାହୁ ପ୍ରମୁଖ ଯୋଗଦେଇ ବନ ବିହାର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସମ୍ପର୍କରେ ନିଜ ମତ ରଖିଥିଲେ। ଛାତ୍ରୀଛାତ୍ର ବିଦ୍ୟାମନ୍ଦିର ଭିତରେ ନିୟମିତ ପାଠ ପଢୁଛନ୍ତି। ତେବେ ସେମାନଙ୍କୁ ବାହାର ପରିବେଶ ବିଶେଷକରି ଜଙ୍ଗଲ ପରିବେଶକୁ ନେଇ ସେଠାରେ ଭୋଜିଭାତର ଆସର ସହ ଜଙ୍ଗଲ ଆମର କେତେ ଆବଶ୍ୟକ ଓ ତା’ର ସୁରକ୍ଷା ସହ ପ୍ରାଣୀସମ୍ପଦର ସୁରକ୍ଷା ସମ୍ପର୍କରେ ଅତିଥିମାନେ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ସମ୍ପାଦକ ଦିଲୀପ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମଣ୍ଟୁ ସାହୁ, ନିରଞ୍ଜନ ସାହୁ, ହରେନ ସାହୁ, ଭାଲୁ ସାହୁଙ୍କ ସମେତ ବିଦ୍ୟାମନ୍ଦିରର ଗୁରୁମା, ଗୁରୁଜୀ ଓ ଅନ୍ୟମାନେ ଉପସ୍ଥିତ ରହିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri