ହିନ୍ଦୀ ସହ ଆଞ୍ଚଳିକ ଭାଷାର ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୧୫।୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ର ପ୍ରଧାନ କାର୍ଯ୍ୟାଳୟ ପରିସରରେ ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବୈଠକ ଏବଂ ରାଜଭାଷା ପଖୱାଡା-୨୦୨୨ର ପୁରସ୍କାର ବିତରଣ ସମାରୋହ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏସ୍‌ବିଆଇର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତ୍ରୈମାସିକ ବୈଠକରେ ବ୍ୟାଙ୍କର ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା। ଏହି ଅବସରରେ ଏସ୍‌ବିଆଇର ମହାପ୍ରବନ୍ଧକ ନେଟ୍‌ୱାର୍କ-୨ ଉତ୍ତମ କୁମାର ହାଜରା ଚୌଧୁରୀ, ଉପମହାପ୍ରବନ୍ଧକ ତଥା ମଣ୍ଡଳ ବିକାଶ ଅଧିକାରୀ ମନୋଜ କୁମାର ସିଂହଙ୍କ ସମେତ କାର୍ଯ୍ୟାଳୟର ଉପ ମହାପ୍ରବନ୍ଧକ ଏବଂ ବିଭାଗୀୟ ମୁଖ୍ୟମାନେ ଉପସ୍ଥିତ ଥିଲେ।
ଏହି ପରିପ୍ରେକ୍ଷୀରେ ଉପ ମହାପ୍ରବନ୍ଧକ ତଥା ମଣ୍ଡଳ ବିକାଶ ଅଧିକାରୀ ମନୋଜ କୁମାର ସିଂହ ସ୍ବାଗତ ଅଭିଭାଷଣ ଜରିଆରେ ମଣ୍ଡଳ ରାଜଭାଷାର କାର୍ଯ୍ୟକାରିତା ଏବଂ ପଖୱାଡା ଆୟୋଜନର ସ୍ଥିତି ବିଷୟରେ ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିଲେ। ସେହିଭଳି ଏସ୍‌ବିଆଇର ମୁଖ୍ୟ ମହାପ୍ରବନ୍ଧକ ଶର୍ମା ସମସ୍ତଙ୍କୁ ଅଭିନନ୍ଦନ ଜଣାଇ କହିଥିଲେ, ହିନ୍ଦୀ ଆମ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବିଷୟ। କିନ୍ତୁ ସେବା କ୍ଷେତ୍ରରେ ଗ୍ରାହକଙ୍କ ନିକଟରେ ପହଞ୍ଚିବା ଏବଂ ସେମାନଙ୍କ ନିଜର ଦୃଷ୍ଟିକୋଣ ଜଣାଇବା ପାଇଁ ହିନ୍ଦୀ ସହିତ ଆଞ୍ଚଳିକ ଭାଷାର ମଧ୍ୟ ବ୍ୟବହାର କରାଯିବା ଉଚିତ। ସେହିପରି ବ୍ୟାଙ୍କର ସମସ୍ତ କର୍ମଚାରୀମାନେ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଯୋଗଦାନ କରିବା ଆବଶ୍ୟକ ବୋଲି ମହାପ୍ରବନ୍ଧକ ହାଜରା ମତବ୍ୟକ୍ତ କରିଛନ୍ତି। ଅପରପକ୍ଷରେ ପ୍ରଶାସନିକ କାର୍ଯ୍ୟାଳୟ ଅଞ୍ଚଳ-୨ ଏବଂ ଜ୍ଞାନାର୍ଜନ ବିକାଶ ସଂସ୍ଥାନ ରାଉରକେଲାକୁ ୨୦୨୧-୨୨ ବର୍ଷ ପାଇଁ ରାଜଭାଷା ସିଲ୍ଡ ପ୍ରଦାନ କରାଯାଇଥିଲା। ପଖୱାଡାରେ ଆୟୋଜିତ ବିଭିନ୍ନ ହିନ୍ଦୀ ପ୍ରତିଯୋଗିତାର ବିଜେତା ଏବଂ ଅଂଶଗ୍ରହଣକାରୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ପରିଶେଷରେ ସହାୟକ ମହାପ୍ରବନ୍ଧକ (ରାଜଭାଷା) ଡା. ବି. ଗୋପାଳ ରେଡ୍ଡୀ ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ଅବଧି ପର୍ଯ୍ୟନ୍ତ କାର୍ଯ୍ୟାଳୟରେ ଆୟୋଜିତ ବିଭିନ୍ନ ହିନ୍ଦୀ ପ୍ରତିଯୋଗିତାର ବିଜେତାମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ଉଲ୍ଲେଖଯୋଗ୍ୟ , ହିନ୍ଦୀ ପଖୱାଡାରେ ସ୍ଥାନୀୟ ମୁଖ୍ୟ କାର୍ଯ୍ୟାଳୟରେ ବିଭିନ୍ନ ହିନ୍ଦୀ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ କର୍ମଚାରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?